ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ

ନବରଙ୍ଗପୁର: ସଡ଼କ ଦୁର୍ଘଟଣା ନେଲା ଦୁଇ ଜୀବନ। ଶନିବାର ବିଳମ୍ବିତ ରାତିରେ ନବରଙ୍ଗପୁର ସହର ନିକଟସ୍ଥ ଗ୍ଲେଜ ନିକଟରେ ଦୁଇ ବାଇକ୍‌ଆରୋହୀ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କର ଜୀବନ ଚାଲିଯାଇଛି। ମୃତକ ଦ୍ୱୟ ହେଲେ ଅମିତ ବାଘ ଓ ତ୍ରିଲୋଚନ ଯାନୀ। ଅମିତଙ୍କ ଘର ବଡ଼ ଡାଇଭଟ୍ଟା ହୋଇଥିବାବେଳେ ତ୍ରିଲୋଚନଙ୍କ ଘର ନବରଙ୍ଗପୁର ସହରରେ। ତ୍ରିଲୋଚନ ସହର ଉପକଣ୍ଠ କୋରାପୁଟର ଆଉଁଳିସ୍ଥିତ ଏକ ଢ଼ାବାରେ କାମ କରୁଥିବା ବେଳେ ସହରରେ କିଛି କାମ ସାରି ବଡ଼ ଡାଇଭଟ୍ଟାସ୍ଥିତ ନିଜ ଘରକୁ ଫେରୁଥିଲେ। ଉଭୟ ଅମିତ ଓ ତ୍ରିଲୋଚନ ନିଜ ନିଜ ବାଇକ୍‌ରେ ଫେରୁଥିବା ଗ୍ଲେଜ ନିକଟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଛି। ଘଟଣା ବାବଦରେ ଜାଣି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ଗୃହରେ ରଖାଯାଇଛି। ପୋଲିସ ଘଟଣାର ତଦନ୍ତ କରୁଛି।

  • Related Posts

    ରାଜ୍ୟରେ ମହଜୁଦ ରହିଛି ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର

    ଭୁବନେଶ୍ୱର: ସାର କଳାବଜାରୀ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟରେ ବର୍ତ୍ତମାନ ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର ମହଜୁଦ ରହିଛି । ମୋଟ୍ ମହଜୁଦରୁ ୨ ଲକ୍ଷ ୬ ହଜାର ୩୬୮ ଟନ୍ ସାର ପ୍ରାଥମିକ…

    Continue reading
    ନିଯୁକ୍ତି ମେଳା : ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ ୧୩୨୬ ଜଣ ନବନିଯୁକ୍ତ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।ରାଜ୍ୟ ସରକାରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ