ଦୁର୍ଘଟଣାରେ ଏଏସଆଇ ମୃତ

କାମାକ୍ଷାନଗର: ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଭାଲୁମୁଣ୍ଡା ନିକଟରେ ଶନିବାର ବିଳମ୍ବିତ ରାତିରେ ପୋଲିସ ଏଏସଆଇ ମାନସ ସିଂହ(୪୨) ମୃତ୍ୟୁ ହୋଇଛି। ମାନସ ଅନୁଗୋଳ ସଦର ଥାନାରେ କାର୍ୟ୍ୟରତ ଥିବା ବେଳେ ତାଙ୍କର ନିଜଘର କଙ୍କଡ଼ାହାଡ ଥାନା ପାଟବେଡା ଗ୍ରାମରେ ବୋଲି ସୂଚନା ମିଳିଛି। ସେ ବାଇକରେ ଘରକୁ ଫେରୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଖବରପାଇ କାମାକ୍ଷାନଗର ଥାନା ପୋଲିସ ଦୁର୍ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। କାମାକ୍ଷାନଗର ଥାନାରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

  • Related Posts

    ଭିଜିଲାନ୍ସ ଜାଲରେ ଏସ୍‌ଆଇ

    ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଏସ୍‌ଆଇ । ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ବରଗଡ଼ ଜିଲ୍ଲା ବିଜେପୁର ଥାନା ଏସ୍‌ଆଇ ଜଗା ବରିହା । ଜଣେ ଡିଲରଙ୍କ ଠାରୁ ୭ ହଜାର ଟଙ୍କାର ଲାଞ୍ଚ ନେଉଥିବା ବେଳେ ଧରିଛି…

    Continue reading
    ଗୁଳି-ବୋମା ଫୁଟାଇ ସୁନା ଦୋକାନରେ କଳାକନା ବୁଲାଇଲେ ଦୁର୍ବୃତ୍ତ

    ଜଂକିଆ,24/08:ଖୋର୍ଦ୍ଧା ଜଙ୍କିଆ ଥାନା ଅନ୍ତର୍ଗତ ଛଣଗିରିସ୍ଥିତ ସାଇ ସୋନୁ ଅଳଙ୍କାର ଦୋକାନରୁ ଆଜି ମଧ୍ୟାହ୍ନରେ ଲୁଟେରାମାନେ ଆସି ଦୋକାନରୁ ସର୍ବସ୍ବ ଲୁଟି ଥିବା ଜଣାପଡ଼ିଛି। ୪ଟି ପଲସରରେ ୮ ଜଣ ଦୁର୍ବୃତ୍ତ ଗୁଳି ଓ ବୋମା ଫୁଟାଇ ଭୟଭୀତ ଦୋକାନରେ ଥିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଦିଲ୍ଲୀରଠାରେ ଓପନ୍‌ ଏଆଇର ପ୍ରଥମ ଅଫିସ୍‌ ଖୋଲିବ

    ସ୍ବଦେଶୀ ସାମଗ୍ରୀ କିଣନ୍ତୁ ଓ ବିଦେଶୀ ସାମଗ୍ରୀ ବିକ୍ରି କରିବାରୁ ବିରତ ରୁହନ୍ତୁ : ପ୍ରଧାନମନ୍ତ୍ରୀ

    ଗମ୍ଭୀର ଅପରାଧର ଅଭିଯୁକ୍ତଙ୍କୁ ଦଳରେ ସାମିଲ କରି ମାମଲାର ସମାଧାନ କରୁଥିବା ମନ୍ତ୍ରୀ/ପ୍ରଧାନମନ୍ତ୍ରୀଙ୍କୁ ତାଙ୍କ ପଦବୀ ଛାଡିବା ଉଚିତ କି?: ଅରବିନ୍ଦ କେଜରିୱାଲ

    ୪୮ କିଗ୍ରା ବିଭାଗରେ ସ୍ୱର୍ଣ୍ଣ ପଦକ ହାସଲ କଲେ ମୀରାବାଈ ଚାନୁ

    ନିର୍ଦ୍ଦେଶନାମା ଜାରି କଲେ ଜିଲ୍ଲାପାଳ ରାସ୍ତା ଉପର ଦେଇ ନିର୍ମାଣ ହେବନି ସୁଉଚ୍ଚ ତୋରଣ କିମ୍ବା ଲାଇଟ ଗେଟ

    ଓଡ଼ିଶା ହେବ ଇଲେକ୍ଟ୍ରୋନିକ୍ସ ହବ୍‌: ନୂତନ ନୀତି-୨୦୨୫କୁ ଅନୁମୋଦନ