ଦୁର୍ଘଟଣା: ଅଳ୍ପକେ ବର୍ତ୍ତିଲେ ଯୋଗାଣ ମନ୍ତ୍ରୀ

ବାରଙ୍ଗ : ଯୋଗାଣ ମନ୍ତ୍ରୀଙ୍କ କାର୍ ଦୁର୍ଘଟଣାଗ୍ରସ୍ତ । ଅଳ୍ପକେ ବର୍ତ୍ତିଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ବାଙ୍କୀ ମୁଖ୍ୟ ରାସ୍ତାର ବାରଙ୍ଗ ଥାନା ଷଣ୍ଢପୁର ଛକରେ ହାଇଓ୍ବା ସହ ମୁହାଁମୁହିଁ ଧକ୍କା ହୋଇଛି ମନ୍ତ୍ରୀଙ୍କ ଗାଡ଼ି । ଘଟଣାସ୍ଥଳରେ ବାରଙ୍ଗ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ଶୁକ୍ରବାର ସକାଳ ସମୟରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବାଙ୍କୀ ରାସ୍ତାରେ ଭୁବନେଶ୍ବର ଯାଉଥିବା ବେଳେ ଦୁର୍ଘଟଣାର ଶୀକାର ହୋଇଛନ୍ତି । ଷଣ୍ଢପୁର ଛକରେ ବିପରୀତ ଦିଗରୁ ଆସୁଥିବା ଏକ ହାଇୱା ସହିତ ମନ୍ତ୍ରୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଯୋଗାଣ ମନ୍ତ୍ରୀ । ତେବେ ଦୁର୍ଘଟଣା ଫଳରେ କାହାର କୌଣସି କ୍ଷତି ହୋଇନଥିବା ସୂଚନା ମିଳିଛି ।

ଦୁର୍ଘଟଣା ଖବର ପାଇ ବାରଙ୍ଗ ଥାନା ଓ ଗୋଡିସାହି ଫାଣ୍ଡି ପୋଲିସ ପହଞ୍ଚି ମନ୍ତ୍ରୀଙ୍କୁ ଅନ୍ୟ ଗାଡ଼ିରେ ଗନ୍ତବ୍ୟସ୍ତଳକୁ ପଠାଇଥିଲେ । ଏହା ସହିତ ହାଇୱାକୁ ଫାଣ୍ଡିରେ ଅଟକ ରଖି ତଦନ୍ତ ଜାରି ରଖିଛି ପୋଲିସ ।

  • Garvita Odia

    Related Posts

    ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା

    ଭୁବନେଶ୍ବର: ଆସନ୍ତା ୩ ଦିନ ଯାଏଁ ଗରମ ଗୁଳୁଗୁଳିରେ ସନ୍ତୁଳି ହେବେ ଉପକୂଳବର୍ତ୍ତି ଅଞ୍ଚଳ । ଆସନ୍ତା ୨୪ଘଣ୍ଟାରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂପୁର , ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଜିଲ୍ଲାରେ ଅଧିକ ଗୁଳୁଗୁଳି ଅନୁଭୁତ…

    ସମୁଦ୍ରରେ ଭାସିଯାଇ ଛାତ୍ର ନିଖୋଜ

    ପାରାଦୀପ : ଇଦ୍ ପାଳିବା ପାଇଁ ଆସିଥିଲେ ପାରାଦୀପ । ୭ ଜଣ ସାଙ୍ଗ ସମୁଦ୍ରର ଲହଡିରେ ମଜାମସ୍ତି କରୁଥିଲେ । ହଠାତ୍ ଆସିଲା ଏକ ବଡ଼ ଲହଡ଼ି ଏବଂ ଜଣେ ଛାତ୍ରକୁ ଟାଣିନେଲା । ନିଜ ଆଖି ସାମ୍ନାରେ ସାଙ୍ଗ…

    Leave a Reply

    Your email address will not be published. Required fields are marked *

    You Missed

    ୭ ମାଓବାଦୀ ନିହତ

    ୭ ମାଓବାଦୀ ନିହତ

    ଡାକ୍ତରଖାନାରେ ଭର୍ତ୍ତି ସୋନିଆ ଗାନ୍ଧୀ

    ଡାକ୍ତରଖାନାରେ ଭର୍ତ୍ତି ସୋନିଆ ଗାନ୍ଧୀ

    ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା

    ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା

    ସମୁଦ୍ରରେ ଭାସିଯାଇ ଛାତ୍ର ନିଖୋଜ

    ସମୁଦ୍ରରେ ଭାସିଯାଇ ଛାତ୍ର ନିଖୋଜ

    ୮୦ ହଜାର ଟଙ୍କା ଖାଇଗଲେ ହାତୀ

    ୮୦ ହଜାର ଟଙ୍କା ଖାଇଗଲେ ହାତୀ

    ବନ୍ଦ ଘରୁ ଯୁବକ-ଯୁବତୀଙ୍କ ମୃତଦେହ ଉଦ୍ଧାର

    ବନ୍ଦ ଘରୁ ଯୁବକ-ଯୁବତୀଙ୍କ ମୃତଦେହ ଉଦ୍ଧାର