ଦୁର୍ଘଟଣା: ଅଳ୍ପକେ ବର୍ତ୍ତିଲେ ଯୋଗାଣ ମନ୍ତ୍ରୀ

ବାରଙ୍ଗ : ଯୋଗାଣ ମନ୍ତ୍ରୀଙ୍କ କାର୍ ଦୁର୍ଘଟଣାଗ୍ରସ୍ତ । ଅଳ୍ପକେ ବର୍ତ୍ତିଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ବାଙ୍କୀ ମୁଖ୍ୟ ରାସ୍ତାର ବାରଙ୍ଗ ଥାନା ଷଣ୍ଢପୁର ଛକରେ ହାଇଓ୍ବା ସହ ମୁହାଁମୁହିଁ ଧକ୍କା ହୋଇଛି ମନ୍ତ୍ରୀଙ୍କ ଗାଡ଼ି । ଘଟଣାସ୍ଥଳରେ ବାରଙ୍ଗ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ଶୁକ୍ରବାର ସକାଳ ସମୟରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବାଙ୍କୀ ରାସ୍ତାରେ ଭୁବନେଶ୍ବର ଯାଉଥିବା ବେଳେ ଦୁର୍ଘଟଣାର ଶୀକାର ହୋଇଛନ୍ତି । ଷଣ୍ଢପୁର ଛକରେ ବିପରୀତ ଦିଗରୁ ଆସୁଥିବା ଏକ ହାଇୱା ସହିତ ମନ୍ତ୍ରୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଯୋଗାଣ ମନ୍ତ୍ରୀ । ତେବେ ଦୁର୍ଘଟଣା ଫଳରେ କାହାର କୌଣସି କ୍ଷତି ହୋଇନଥିବା ସୂଚନା ମିଳିଛି ।

ଦୁର୍ଘଟଣା ଖବର ପାଇ ବାରଙ୍ଗ ଥାନା ଓ ଗୋଡିସାହି ଫାଣ୍ଡି ପୋଲିସ ପହଞ୍ଚି ମନ୍ତ୍ରୀଙ୍କୁ ଅନ୍ୟ ଗାଡ଼ିରେ ଗନ୍ତବ୍ୟସ୍ତଳକୁ ପଠାଇଥିଲେ । ଏହା ସହିତ ହାଇୱାକୁ ଫାଣ୍ଡିରେ ଅଟକ ରଖି ତଦନ୍ତ ଜାରି ରଖିଛି ପୋଲିସ ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ