ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗୁଳିମାଡ

ସମ୍ବଲପୁର: ସମ୍ବଲପୁରରେ ପୁଣି ଏନକାଉଣ୍ଟର। ସମ୍ବଲପୁର ଜିଲ୍ଲା କୁଚିଣ୍ଡା ରଙ୍ଗିଆଟିକ୍ରାରେ ଦୁର୍ଦ୍ଦାନ୍ତ ଅପରାଧୀ ସୀତାରାମ ଷଡଙ୍ଗୀଙ୍କୁ ଗୁଳିମାଡ ହୋଇଛି। ଭୋର ପ୍ରାୟ ୫ଟା ୧୫ରେ ରଙ୍ଗିଆଟିକ୍ରା ଗୋବିନ୍ଦପୁରରେ ପୁଲିସ୍ ଓ ଅପରାଧୀ ମୁହାଁମୁହିଁ ହୋଇଥିଲେ। ପୁଲିସ୍ କୁ ଦେଖି ପ୍ରଥମେ ଗୁଳି ଚଳାଇଥିଲା ସୀତାରାମ। ଏହାର ପାଲଟା ଯବାବରେ ପୁଲିସ୍ ମଧ୍ୟ ଗୁଳି ଚାଳନା କରିଥିଲା। ଏଥିରେ ଦୁର୍ଦ୍ଦାନ୍ତ ଅପରାଧୀ ସୀତାରାମ ଷଡଙ୍ଗୀ ଗୁରୁତର ଆହତ ହୋଇଛି। ତାର ବାମ ଗୋଡରେ ଗୁଳି ବାଜିଥିବା ବେଳେ ତାକୁ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି। ତା ନିକଟରୁ ଗୋଟି ଦେଶୀ ପିସ୍ତଲ, ଗୁଳି, ବାଇକ ଓ ୧ ଲକ୍ଷ ଟଙ୍କା ଜବତ ହୋଇଛି । ସୀତାରାମ ନାଁରେ ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ୨୫ରୁ ଅଧିକ ଅପରାଧିକ ମାମଲା ରହିଥିବା ସମ୍ବଲପୁର ଅତିରିକ୍ତ ଏସପି ଶଶାଙ୍କ ଶେଖର ବେଉରା ସୂଚନା ଦେଇଛନ୍ତି ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

    ଭବାନୀପାଟଣା: କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର ମୃତ୍ୟୁ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । ନୁଆଗୁଡା ଗାଁ ର ମାନସିଂହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ