ଦୂତି ଚାନ୍ଦଙ୍କ କାର୍‌କୁ ଧକ୍କା ଦେଲା ଟ୍ରକ୍

କଟକ: ଆଥଲେଟ୍ ଦୂତି ଚାନ୍ଦଙ୍କ କାର୍‌କୁ ଧକ୍କା ଦେଲା ଟ୍ରକ୍। ଦୁର୍ଘଟଣାରେ ଦୂତି ଚାନ୍ଦଙ୍କର କିଛି ହୋଇନାହିଁ। କଟକ ଜିଲ୍ଳା ଓଏମପି ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ପୁଲିସ ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖିଛି।

ଗତକାଲି ଦୂତି ଜଣେ ବନ୍ଧୁଙ୍କ ସହ ଯାଜପୁରରୁ ନିଜ କାର୍‌ ଯୋଗେ ଭୁବନେଶ୍ୱର ଫେରୁଥିଲେ। ଓଏମପି ଛକ ନିକଟରେ ଏକ ଟ୍ରକ୍ ତାଙ୍କ କାର୍‌କୁ ଧକ୍କା ଦେଇଥିଳା ଟ୍ରକ୍। ଦୁର୍ଘଟଣା ପରେ ଟ୍ରକ୍‌ଟି ଖସି ଯିବାକୁ ଉଦ୍ୟମ କରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଧରିଲେ ଦୂତି।କାଠଯୋଡ଼ି ବ୍ରିଜ ପୂର୍ବରୁ ସେ ଟ୍ରକ ଆଗରେ କାର୍ ରଖି ଅଟକାଇଥିଲେ। ଏନେଇ ମଧୁପାଟଣା ଥାନା ପୁଲିସକୁ ଜଣାଇଥିଲେ ଦୂତି। ପୁଲିସ ପହଞ୍ଚି ଟ୍ରକକୁ ଜବତ କରିବା ସହ ଡ୍ରାଇଭରଙ୍କୁ ଅଟକ ରଖିଛି। ଦୂତି ଚାନ୍ଦ ସୁରକ୍ଷିତ ଥିବା ବେଳେ ତାଙ୍କ କାର୍ କ୍ଷତିଗ୍ରସ୍ତ ହୋଇଛି।କାରକୁ ଧକ୍କା ଦେବା ସହ ଟ୍ରକ୍ ଡ୍ରାଇଭର ତାଙ୍କୂ ଗାଳିଗୁଳଜ ସହ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଥାନାରେ ଅଭିଯୋଗ କରିଛନ୍ତି ଦୂତି।

  • Garvita Odia

    Related Posts

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ଭୁବନେଶ୍ବର: ଜାତୀୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ଘୋଷଣା ହୋଇଛି। ଶୁଭ୍ରାଂଶୁ ଦାଶଙ୍କ ନିର୍ଦ୍ଦେଶିତ ‘ପୁଷ୍କରା’କୁ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ଜାତୀୟ ପୁରସ୍କାର ମିଳିବ। ତରଙ୍ଗ ସିନେ ପ୍ରଡକସନ୍ସର ‘ପୁଷ୍କରା’ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ବିବେଚିତ ହୋଇଛି। ଏହି ଚଳଚ୍ଚିତ୍ରର ମୁଖ୍ୟ ଚରିତ୍ରରେ…

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

    ଭୁବନେଶ୍ୱର : ଓଟିଇଟି ପ୍ରଶ୍ନପତ୍ର ଲିକ୍ ନେଇ କ୍ରାଇମ୍ ବ୍ରାଞ୍ଚ ତଦନ୍ତ ସହ ପ୍ରଶାସନିକ ତଦନ୍ତ ଦାବି କଲେ ପୂର୍ବତନ ପ୍ରଶାସକ ବିଜୟ ପଟ୍ଟନାୟକ। ସେ କହିଛନ୍ତି, ଓଟିଇଟି ପ୍ରଶ୍ନପତ୍ର ଲିକ୍ ନେଇ ବୋର୍ଡ ଉପସଭାପତିଙ୍କ ଭୂମକା ନେଇ ପ୍ରଶ୍ନ ଉଠୁଛି।…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ  ଦାବି କଲେ ବିଜୟ ପଟ୍ଟନାୟକ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ