ଦୂତି ଚାନ୍ଦଙ୍କ କାର୍‌କୁ ଧକ୍କା ଦେଲା ଟ୍ରକ୍

କଟକ: ଆଥଲେଟ୍ ଦୂତି ଚାନ୍ଦଙ୍କ କାର୍‌କୁ ଧକ୍କା ଦେଲା ଟ୍ରକ୍। ଦୁର୍ଘଟଣାରେ ଦୂତି ଚାନ୍ଦଙ୍କର କିଛି ହୋଇନାହିଁ। କଟକ ଜିଲ୍ଳା ଓଏମପି ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ପୁଲିସ ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖିଛି।

ଗତକାଲି ଦୂତି ଜଣେ ବନ୍ଧୁଙ୍କ ସହ ଯାଜପୁରରୁ ନିଜ କାର୍‌ ଯୋଗେ ଭୁବନେଶ୍ୱର ଫେରୁଥିଲେ। ଓଏମପି ଛକ ନିକଟରେ ଏକ ଟ୍ରକ୍ ତାଙ୍କ କାର୍‌କୁ ଧକ୍କା ଦେଇଥିଳା ଟ୍ରକ୍। ଦୁର୍ଘଟଣା ପରେ ଟ୍ରକ୍‌ଟି ଖସି ଯିବାକୁ ଉଦ୍ୟମ କରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଧରିଲେ ଦୂତି।କାଠଯୋଡ଼ି ବ୍ରିଜ ପୂର୍ବରୁ ସେ ଟ୍ରକ ଆଗରେ କାର୍ ରଖି ଅଟକାଇଥିଲେ। ଏନେଇ ମଧୁପାଟଣା ଥାନା ପୁଲିସକୁ ଜଣାଇଥିଲେ ଦୂତି। ପୁଲିସ ପହଞ୍ଚି ଟ୍ରକକୁ ଜବତ କରିବା ସହ ଡ୍ରାଇଭରଙ୍କୁ ଅଟକ ରଖିଛି। ଦୂତି ଚାନ୍ଦ ସୁରକ୍ଷିତ ଥିବା ବେଳେ ତାଙ୍କ କାର୍ କ୍ଷତିଗ୍ରସ୍ତ ହୋଇଛି।କାରକୁ ଧକ୍କା ଦେବା ସହ ଟ୍ରକ୍ ଡ୍ରାଇଭର ତାଙ୍କୂ ଗାଳିଗୁଳଜ ସହ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଥାନାରେ ଅଭିଯୋଗ କରିଛନ୍ତି ଦୂତି।

  • Related Posts

    ପିଆଜ ଦର ବୃଦ୍ଧି

    କଟକ: ଡାଲି, ତେଲ ,ଚାଉଳ, କଞ୍ଚା ପରିବା ପରେ ଏବେ ପିଆଜ ଦର ବୃଦ୍ଧି ହୋଇଛି । ଯେଉଁ ପିଆଜ ଦର ଗତ କିଛି ଦିନ ତଳେ ସ୍ୱାଭାବିକ ଥିଲା, ଏବେ ହଠାତ୍‌ ବୃଦ୍ଧି ପାଇଛି । ପୂର୍ବରୁ ପିଆଜ କିଲୋପ୍ରତି…

    Continue reading
    ଆଜିଠୁ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ

    ଭୁବନେଶ୍ବର: ଆଜିଠୁ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ । ରାଜ୍ୟରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଡ଼ି ପବନ ବହିବା ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବିଶେଷ କରି ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡ଼ିକୁ ପ୍ରବଳରୁ ଅତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ