ଦୃଷ୍ଟିବାଧିତ ମହିଳା ଟି-୨୦ ବିଶ୍ୱକପ ପ୍ରଥମ ସଂସ୍କରରେ ଭାରତ ଚମ୍ପିଆନ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,24/11: ଦୃଷ୍ଟିବାଧିତ ଭାରତୀୟ ମହିଳା କ୍ରିକେଟ ଦଳ ଇତିହାସ ରଚିଛନ୍ତି । ଦୃଷ୍ଟିବାଧିତ ମହିଳା ଟି-୨୦ ବିଶ୍ୱକପ ପ୍ରଥମ ସଂସ୍କରରେ ଭାରତ ଚମ୍ପିଆନ ହୋଇଛି । ରବିବାର କଲମ୍ବୋରେ ଖେଳା ଯାଇଥିବା ଫାଇନାଲରେ ଭାରତ ୭ୱିକେଟରେ ନେପାଳକୁ ପରାସ୍ତ କରି ବିଜୟୀ ହୋଇଛି । ଭାରତୀୟ ମହିଳା ଦଳର ଏଭଳି ବିଜୟ ପରେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଟି-୨୦ ବିଶ୍ୱକପ ଜିତି ଇତିହାସ ସୃଷ୍ଟି କରିବା ପାଇଁ ଭାରତୀୟ ଦୃଷ୍ଟିହୀନ ମହିଳା କ୍ରିକେଟ୍‌ ଦଳକୁ ଅଭିନନ୍ଦନ । ସିରିଜରେ ସେମାନେ ଅପରାଜିତ ରହିବା ଅଧିକ ପ୍ରଶଂସନୀୟ । ଏହା ପ୍ରକୃତରେ ଏକ ଐତିହାସିକ କ୍ରୀଡା ସଫଳତା, କଠିନ ପରିଶ୍ରମ, ଦଳଗତ କାର୍ଯ୍ୟ ଏବଂ ଦୃଢ ନିଷ୍ଠାର ଏକ ଉଜ୍ଜ୍ୱଳ ଉଦାହରଣ । ପ୍ରତ୍ୟେକ ଖେଳାଳି ଜଣେ ଜଣେ ଚମ୍ପିଆନ୍‌ । ଦଳକୁ ସେମାନଙ୍କର ଭବିଷ୍ୟତ ପ୍ରୟାସ ପାଇଁ ମୋର ଶୁଭକାମନା । ଏହି ସଫଳତା ଆଗାମୀ ପିଢିକୁ ପ୍ରେରଣା ଦେବ ।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ