ଦେବଗଡକୁ ବିକଶିତ ଜିଲ୍ଲା ଭାବରେ ଗଢି ତୋଳିବା ଆମର ପ୍ରାଥମିକ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦେବଗଡ଼ ଜିଲ୍ଲା ଗସ୍ତରେ ଯାଇ ସେଠାରେ ପ୍ରାୟ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିସହିତ ଦେବଗଡ଼ ଜିଲ୍ଲା ପାଇଁ ଆଜି ୩୦୦ ଶଯ୍ୟା ବିଶିଷ୍ଟ ନବ ନିର୍ମିତ ଡାକ୍ତରଖାନା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ କରକମଳରେଉଦ୍‍ଘାଟିତ ହୋଇଛି । ସୂଚନା ଥାଉକି ଏହି ପ୍ରକଳ୍ପ ଗୁଡିକ ମଧ୍ୟରେ ୧୧ଟି ସ୍ୱାସ୍ଥ୍ୟସେବା ପ୍ରକଳ୍ପ ଏବଂ 4 ଟି ଶିକ୍ଷା ଭିତ୍ତିଭୂମି ଉନ୍ନତିକରଣ ପ୍ରକଳ୍ପ ରହିଛି। ଏହି କାର୍ଯ୍ୟକ୍ରମ ଅବସରରେ ରାଜ୍ୟର ସମସ୍ତ କେନ୍ଦୁପତ୍ର ତୋଳାଳୀ ଓ ବନ୍ଧାଳିଙ୍କ ପାଇଁ ୪୧ କୋଟି ୧୭ ଲକ୍ଷ ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏଥିରେ କେନ୍ଦୁପତ୍ର ତୋଳାଳୀଙ୍କୁ ଚପଲ ପାଇଁ ୧୬୦ ଟଙ୍କା, କେରି ସଂଗ୍ରହ କପଡା ପାଇଁ ୨୦୦ ଟଙ୍କା, ତୋଳାଳୀ ଓ ସିଜନାଲ ଷ୍ଟାଫଙ୍କ ଟୋପି ପାଇଁ ୧୦୦ ଟଙ୍କା, ବନ୍ଧାଳି ମାନଙ୍କ ପାଇଁ ମଶାରୀ ଓ କମ୍ବଳ ପାଇଁ ଜଣଙ୍କ ପିଛା ୭୦୦ ଟଙ୍କା ପ୍ରଦାନ କରାଯିବ । ଏହାଦ୍ୱାରା ରାଜ୍ୟର ପ୍ରାୟ ୯ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳି ଓ ସିଜନାଲ ଷ୍ଟାଫ ଉପକୃତ ହେବେ।

ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ଦେବଗଡ ଜିଲ୍ଲାର ବିକାଶ ପାଇଁ ସମସ୍ତ ସାମର୍ଥ୍ୟ ଅଛି। ଆମେ ତାହାର ସଠିକ ଉପଯୋଗ କରି ଜିଲ୍ଲାକୁ ରାଜ୍ୟ ବିକାଶ ଧାରାର ମୁଖ୍ୟସ୍ରୋତରେ ଯୋଡିବୁ। ଆମ ସରକାର ଆସିବା ପରେ ଆମେ ଓଡିଶାର 30ଟି ଜିଲ୍ଲାର ସମାନୁପାତିକ ବିକାଶକୁ ଗୁରୁତ୍ୱ ଦେଉଛୁ। ସମାଜର ଶେଷ ଧାଡ଼ିରେ ଥିବା ଲୋକଟିଏ ଯେପରି ସବୁ ମୌଳିକ ସୁବିଧା ପାଇପାରିବ ସେଥିପ୍ରତି ଆମେ ଗୁରୁତ୍ୱ ଦେଉଛୁ।ଶିକ୍ଷା, ସ୍ୱାସ୍ଥ୍ୟ, ଭିତ୍ତିଭୂମି, କୃଷି, ଶିଳ୍ପ, ପୁଞ୍ଜିନିବେଶ ଓ ରୋଜଗାର ଉପରେ ଗୁରୁତ୍ୱ ଦେଲେ ହିଁ ସମୃଦ୍ଧ ଓଡ଼ିଶା ଗଠନର ସ୍ଵପ୍ନ ସମ୍ଭବ ହୋଇପାରିବ। ସମସ୍ତଙ୍କୁ ନେଇ ସବୁ କ୍ଷେତ୍ରର ବିକାଶ ଜରିଆରେ ୨୦୩୬ ମସିହା ସୁଦ୍ଧା ସମୃଦ୍ଧ ଓଡିଶା ଏବଂ ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ଆମର ଉଦ୍ୟମ ଜାରି ରହିଛି ବୋଲି ସେ କହିଥିଲେ।
ସେ କହିଥିଲେ ଯେ, ଦେବଗଡ ଜିଲ୍ଲାକୁ ରାଜ୍ୟର ଏକ ଅଗ୍ରଣୀ ଓ ବିକଶିତ ଜିଲ୍ଲା ଭାବରେ ଗଢି ତୋଳିବା ଆମର ପ୍ରାଥମିକ ଲକ୍ଷ୍ୟ । ଏହି ଲକ୍ଷ୍ୟକୁ ପୂରଣ କରିବା ପାଇଁ ଜିଲ୍ଲାର ସମସ୍ତ ଜନସାଧାରଣଙ୍କୁ ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟଜଳ, ବିଜୁଳି ଓ ଗମନାଗମନ ଭଳି ମୌଳିକ ସୁବିଧା ଯୋଗାଇ ଦେବା ପାଇଁ ଆମ ସରକାର ତ୍ୱରିତ ପଦକ୍ଷେପ ଗ୍ରହଣ କରୁଛନ୍ତି । ସେ ପୁଣି କହିଥିଲେଯେ, ଓଡିଶାର ଜନସାଧାରଣକୁ ଯେଉଁ ପ୍ରତିଶ୍ରୁତି ଦେଇ ଆମେ ଲୋକଙ୍କ ସେବା କରିବାର ଦାୟିତ୍ୱ ନେଇଛୁ, ତାକୁ କାର୍ଯ୍ୟରେ ପରିଣତ କରିବା ପାଇଁ ଆମେ ଗୋଟିଏ ମିନିଟ ବି ନଷ୍ଟ କରିନାହୁଁ। ଆମ ସରକାର ଆସିବାର ଏକ ବର୍ଷ ହେବାକୁ ମାତ୍ର ୯ ଦିନ ବାକି ଅଛି। ଆଉ ଏଇ ଏକ ବର୍ଷ ଭିତରେ ଆମେ ସାଧାରଣ ଲୋକଙ୍କ ଠାରୁ ଆରମ୍ଭ କରି ଜିଲ୍ଲା ତଥା ରାଜ୍ୟର ସାମଗ୍ରୀକ ବିକାଶ ପାଇଁ ଅନେକ ଉନ୍ନୟନମୂଳକ ଓ କଲ୍ୟାଣକାରୀ ପଦକ୍ଷେପ ଗ୍ରହଣ କରିଛୁ। କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ, ଡ. ମୁକେଶ ମହାଲିଙ୍ଗ, ଦେବଗଡ ବିଧାୟକ, ଶ୍ରୀ ରୋମାଞ୍ଚ ରଞ୍ଜନ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲାପାଳ, ଦେବଗଡ, ଶ୍ରୀ କବିନ୍ଦ୍ର ଚନ୍ଦ୍ର ସାହୁ ସ୍ୱାଗତ ଭାଷଣ ଦେଇଥିବା ବେଳେ, ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଡଃ ବିଶ୍ଵମୋହନ ମିଶ୍ର ଧନ୍ୟବାଦ ଦେଇଥିଲେ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ