ଦେବଗଡ଼,୧୧.୦୫.୨୦୨୬:ଆଜି ତିଲେଇବଣି ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଯୋଗଦେଇ ୧୮ ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଅଭିଯୋଗ ମଧ୍ୟରେ ୦୯ ଟି ବ୍ୟକ୍ତିଗତ ଏବଂ ୦୯ ଟି ସାମୁହିକ ଅଭିଯୋଗ ଥିବା ଜଣାପଡିଛି। ଜମି ପଟ୍ଟା ସଂଶୋଧନ, କେନାଲ, ନଳକୂପ ଖନନ, ଝାଲିଆ ମରା ରାସ୍ତା ନିର୍ମାଣ ଓ କ୍ଳବ୍ ଘର ନିର୍ମାଣ ନିମନ୍ତେ ପ୍ରମୁଖ ସମାଧାନ ପାଇଁ ଅଭିଯୋଗ ହୋଇଥିଲା । ଅଭିଯୋଗ ଗୁଡିକ ଶୁଣିବା ପରେ ତୁରନ୍ତ ସମାଧାନ ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେl ଏହି ଶିବିରରେ ଭାରପ୍ରାପ୍ତ ଆରକ୍ଷୀ ଅଧିକ୍ଷକ ଧୀରଜ୍ ଚପରଦାର,ବନଖଣ୍ଡ ଅଧିକାରୀ ମିସ୍ ରଶ୍ମି ଜି,ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ରାଜେନ୍ଦ୍ର କୁମାର ମିଞ୍ଜ,ଉପଜିଲ୍ଲାପାଳ ପରିକ୍ଷିତ ସାହୁ, ଡେପୁଟି କଲେକ୍ଟର ଅଞ୍ଜୁନି କୁଜୁର,ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରିୟଦର୍ଶିନୀ ମିର୍ଦ୍ଧା ଓ ତହସିଲଦାର କର୍ଣ୍ଣ ମଲିକ୍ ସମେତ ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।
ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ
ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…







