ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଭୁବନେଶ୍ବର : ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ ହୋଇଛିନ୍ତି। ଏକମାତ୍ର ପ୍ରାର୍ଥୀ ଭାବେ ରାଜ୍ୟସଭା ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିବାରୁ ସେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। ବିଜେପି ପ୍ରାର୍ଥୀ ଭାବେ ସେ ନିର୍ବାଚିତ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଦେବାଶିଷ ଇସ୍ତଫା ଦେଇଥିଲେ। ଏହା ପରେ ସେ ରାଜ୍ୟସଭା ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତିଙ୍କୁ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ପତ୍ର ଦେଇଥିଲେ। ପରେ ଦିଲ୍ଲୀରେ ସେ ବିଜେପିରେ ଯୋଗ ଦେଇଥିଲେ। ରାଜ୍ୟସଭା ପଦରୁ ଇସ୍ତଫା ଦେବା ପରେ ଏହି ଆସନ ଖାଲି ପଡିଥିଲା। ପାର୍ଟି ତାର ପୁରୁଣା ଫର୍ମୁଲା ଅନୁସାରେ ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ଦେବାଶିଷଙ୍କୁ ପୁଣି ଥରେ ଏହି ଆସନରେ ପ୍ରାର୍ଥୀ କରିଥିଲା। ତେବେ ଅନ୍ୟ କେହି ପ୍ରାର୍ଥୀପତ୍ର ଦାଖଲ କରି ନ ଥିବାରୁ ଦେବାଶିଷ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି।

  • Related Posts

    ଆମ ମୁଖ୍ୟମନ୍ତ୍ରୀ, ଲୋକଙ୍କ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର:୨୦୨୪, ଜୁନ୍‌ ୧୨ । ଅଢ଼େଇ ଦଶନ୍ଧିର ଶାସନ ବ୍ୟବସ୍ଥାକୁ ହଟାଇ ଜନ୍ମ ନେଲା ନୂଆ ସରକାର-“ମୋହନ ସରକାର” । ସଭିଙ୍କ ମନରେ ଥିଲା ଗୋଟିଏ ପ୍ରଶ୍ନ, ଜଣେ ସାଦାସିଧା ଗରିବ ଆଦିବାସୀ ପୁଅଙ୍କ ନେତୃତ୍ୱରେ ଅଧିକାଂଶ ନବାଗତ ମନ୍ତ୍ରୀଙ୍କୁ ନେଇ…

    Continue reading
    ବିଧାୟକ ଭତ୍ତା ନେବିନି: ଗୌତମ ବୁଦ୍ଧ ଦାସ

    ବାଲେଶ୍ବର: ବାର୍ଦ୍ଧକ୍ୟ ଓ ଭିନ୍ନକ୍ଷମ ଭତ୍ତାକୁ ନେଇ ଏବେ ସବୁଠି ଚିନ୍ତା । କେଉଁଠି ଭତ୍ତା ଦାବିରେ ଧାରଣା ଦିଅଗଲାଣି ତ କେଉଁଠି ପୁଣି ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଗଲାଣି । ତିନିମାସ ହେଲାଣି ଭତ୍ତା ମିଳୁ ନଥିବାରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ