ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର :ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକବ୍ୟକ୍ତ କରିଛନ୍ତି । ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ପ୍ରଧାନ ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ପାର୍ଲାମେଣ୍ଟାରିଆନ୍ ଥିଲେ । ୧୯୯୯ ମସିହାରୁ ୨୦୦୧ ମସିହା ପର୍ୟ୍ୟନ୍ତ କେନ୍ଦ୍ର ପରିବହନ ଓ କୃଷି ମନ୍ତ୍ରୀ ଭାବେ ଦକ୍ଷତାର ସହ ନିଜ ଦାୟିତ୍ୱ ନିର୍ବାହ କରିଥିଲେ । ଜଣେ ଜନପ୍ରତିନିଧି ଏବଂ ସାଂସଦ ଭାବରେ ସେ ଅନେକ ଜନକଲ୍ୟାଣ ମୂଳକ କାର୍ୟ୍ୟକରି ସାଧାରଣ ଲୋକଙ୍କ ଶ୍ରଦ୍ଧା ଭାଜନ ହୋଇପାରିଥିଲେ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି । ରାଜ୍ୟର ବିକାଶ ପାଇଁ ସେ ନିଜର ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଯାଇଛନ୍ତି ।
ରାଜ୍ୟ ବିଜେପିର ସଭାପତି ଭାବେ ଦୃଢ ନେତୃତ୍ୱ ଦେଇ ଓଡିଶାରେ ଭାରତୀୟ ଜନତା ପାର୍ଟିର ଅଭ୍ୟୁଦୟରେ ସ୍ୱର୍ଗତ ପ୍ରଧାନ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଥିଲେ । ସେବା ଓ ସଂକଳ୍ପ ମନୋଭାବରେ ସେ ରାଜ୍ୟର ବିକାଶ ପାଇଁ ସାରା ଜୀବନ ଉତ୍ସର୍ଗ କରିଥିଲେ । ଏହି ବର୍ଷିୟାନ ବ୍ୟକ୍ତିତ୍ୱଙ୍କ ବିୟୋଗ ଯୋଗୁ ଦେଶ ତଥା ରାଜ୍ୟ ଜଣେ ବିଶିଷ୍ଟ ଜନସେବକଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ତାଙ୍କ ପୁତ୍ର ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅନ୍ୟ ପରିବାର ବର୍ଗଙ୍କୁ ସମବେଦନା ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଦାରୁଣ ଦୁଃଖକୁ ସହ୍ୟ କରିବା ପାଇଁ ଭଗବାନ ଶକ୍ତି ପ୍ରଦାନ କରନ୍ତୁ । ମୁଖ୍ୟମନ୍ତ୍ରୀ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ ଫୋନ୍ ଯୋଗେ କଥା ହୋଇ ନିଜର ସମବେଦନା ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ