ଧରାପଡିଲେ ୧୬ ହାର୍ଡକୋର ମାଓବାଦୀ

ମାଲକାନଗିରି : ସୁରକ୍ଷା କର୍ମୀଙ୍କ ଅପରେସନ ବେଳେ ଧରା ପଡିଲେ ୧୬ ଜଣ ହାର୍ଡକୋର ମାଓବାଦୀ । ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାର ୩ଟି ଭିନ୍ନ ଭିନ୍ନ ଜଙ୍ଗଲରୁ ଯବାନ ମାନେ ଏହି ୧୬ ଜଣ ମାଓବାଦୀଙ୍କୁ ଧରିବାରେ ସଫଳ ହୋଇଛନ୍ତି । ଗାଙ୍ଗାଲୁର, ବାସାଗୁଡା ଏବଂ ଜାଙ୍ଗଲା ଜଙ୍ଗଲରେ ଏସ୍‌ଟିଏଫ୍, ଡିଆରଜି ଏବଂ ସିଆର୍‌ପିଏଫ୍ ଯବାନଙ୍କ କୁମ୍ବିଂ ଅପରେସନ ବେଳେ ୧୬ ଜଣ ମାଓବାଦୀ ଗିରଫ ହୋଇଥିବା ନେଇ ସୁଚନା ଦେଇଛନ୍ତି ବିଜାପୁର ଏସପି । ଏମାନେ ମାଓ ସଙ୍ଗଠନରେ ଦୀର୍ଘ ବର୍ଷ ଧରି ରହିବା ସହ ଅନେକ ହିଂସା କାଣ୍ଡରେ ସାମିଲ୍ ଅଛନ୍ତି । ଏମାନଙ୍କ ନିକଟରୁ ଅନେକ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ଯାହା ମଧ୍ୟରେ ରହିଛି ଆଇଇଡି, ଟିଫିନ ବୋମା, କୋଡେକ୍ସ ତାର ଓ ଜିଲୋଟିନ ଷ୍ଟିକ୍ । ଅଧିକ ପଚରା ଉଚୁରା କରିବା ପରେ ଏମାନଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ବିଜାପୁର ଏସପି ସୂଚନା ଦେଇଛନ୍ତି।

  • Related Posts

    ସ୍ତ୍ରୀକୁ ପଥରରେ ଛେଚି ହତ୍ୟା କଲା ସ୍ବାମୀ

    ​​​​​​​ବାଙ୍ଗିରିପୋଷି: ସ୍ତ୍ରୀକୁ ପଥରରେ ଛେଚି ହତ୍ୟା କଲା ସ୍ୱାମୀ। ବାଙ୍ଗିରିପୋଷି ଥାନା ଶ୍ୟାମସୁନ୍ଦରପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଚାଉଳଘୋରୀ ଗାଁରେ ଘଟିଛି ଏହି ଅଘଟଣ। ମୃତ ମହିଳା ଜଣକ ହେଲେ ମୀନା ସିଂ(୨୭)।ପାରିବାରିକ କଳହକୁ ନେଇ ମଙ୍ଗଳବାର ବିଳମ୍ୱିତ ରାତିରେ ବୀର…

    Continue reading
    ଭରତପୁରରେ ଖଣ୍ଡା ଧରି ବୁଲୁଛନ୍ତି ଦୁର୍ବୃତ୍ତ

    ଭୁବନେଶ୍ଵର : ପାର୍ବଣ ଆସିଲା ଲୁଟେରା ମାତିଲେ । ହାତରେ ଖଣ୍ଡା ଧରି ରାତିରେ ବୁଲୁଛନ୍ତି ଦୁର୍ବୃତ୍ତ। ଘରେ ପଶି ଲୁଟୁଛନ୍ତି । କୌଣସି ପ୍ରତିବନ୍ଧକ ହେଲେ ଆକ୍ରମଣ କରିବାକୁ ପଛାଉ ନାହାନ୍ତି ସେମାନେ। ଭୁବନେଶ୍ଵର ଖଣ୍ଡଗିରି ଭରତପୁର ଥାନା ଅଞ୍ଚଳରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଠକେଇ ଅଭିଯୋଗ ପରେ ଶିଳ୍ପା ଶେଟ୍ଟୀଙ୍କ ରେସ୍ତୋରାଁ ବଷ୍ଟିଅନ୍ ବାନ୍ଦ୍ରା ବନ୍ଦ

    ଆସୁଛି ଦଶହରା,୨୦ ସୁଦ୍ଧା ସହରାଞ୍ଚଳ ରାସ୍ତା ମରାମତି

    ଘର ସଫା କରିବ ରୋବଟ୍

    ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମ୍‌ର କ୍ବାର୍ଟର୍‌ଫାଇନାଲ୍‌ରେ ପ୍ରବେଶ କଲେ ଭାରତୀୟ ଟେନିସ୍ ତାରକା ୟୁକି ଭାମ୍ବ୍ରି

    ସେମିକନ୍ ଇଣ୍ଡିଆ ୨୦୨୫: ୨୬୫୫ କୋଟି ଟଙ୍କାର ରାଜିନାମା ସ୍ବାକ୍ଷର କଲେ ରାଜ୍ୟ ସରକାର

    ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ-୨ରେ ୫୦ ସିଟ ବୃଦ୍ଧି କଲା ଏନ୍ଏମ୍ସି ଭୁବନେଶ୍ବର