ଧର୍ମଶାଳା ବିଜେଡି ପକ୍ଷରୁ ଜନ ସମ୍ପର୍କ ପଦଯାତ୍ରା

ଯାଜପୁର: ଯାଜପୁର ଧର୍ମଶାଳାରେ ବିଜେଡିର ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ନେତୃତ୍ୱରେ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା। ଶାନ୍ତିବଜାରରୁ ପଦଯାତ୍ରା ବାହାରି ଧର୍ମଶାଳା ମେଳଣ ପଡିଆରେ ପହଞ୍ଚି ଥିଲା। ଏହି ପଦଯାତ୍ରାରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବିଂଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ, ବରୀ ବିଧାୟକ ବିଶ୍ୱ ରଞ୍ଜନ ମଲ୍ଲିକ, ବିଧାୟକ ପ୍ରତାପ ଦେବ, ପୂର୍ବତନ ମନ୍ତ୍ରୀ ପ୍ରୀତି ରଞ୍ଜନ ଘଡେଇ, ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମା, ପୂର୍ବତନ ସାଂସଦ ଶର୍ମିଷ୍ଠା ସେଠୀ ଯୋଗ ଦେଇଥିଲେ।

ଏହି ପଦଯାତ୍ରାରେ ପୂର୍ବ ସରକାରରେ ହୋଇଥିବା ବିକାଶକୁ ନେଇ ଲୋକଙ୍କୁ ଅବଗତ କରାଯାଇଛି। ବିଜେଡିକୁ ତୃଣମୂଳ ସ୍ତରରେ ଆହୁରି ମଜବୁତ କରିବା ପାଇଁ ଦଳୀୟ ନେତା ଓ କର୍ମୀଙ୍କୁ ଆହ୍ୱାନ ଦିଆଯାଇଛି। ବର୍ତ୍ତମାନର ସରକାର କେବଳ ରଙ୍ଗବଦଳା କାର୍ୟ୍ୟ କରୁଛନ୍ତି। ବିଜେପି ସରକାର ଦେଇଥିବା ପ୍ରତିଶୃତି ପାଳନ କରିବାରେ ବିଫଳ ହୋଇଛନ୍ତି। ଆମ୍ବ ଟାକୁଆ ଖାଇ ମୃତ୍ୟୁ ଘଟଣାକୁ ନେଇ ବିଜେପି ସରକାର ଉପରେ ବର୍ଷିଛନ୍ତି ବିଜେଡି ନେତା।

  • Related Posts

    ୩୦ ଜିଲ୍ଲାର ଯୋଜନା ବୋର୍ଡ ନିମନ୍ତେ ଅଧ୍ୟକ୍ଷ ଘୋଷଣା

    ଭୁବନେଶ୍ବର:ରାଜ୍ୟ ସରକାର ୩୦ ଜିଲ୍ଲାର ଯୋଜନା ବୋର୍ଡ ନିମନ୍ତେ ଅଧ୍ୟକ୍ଷ ଘୋଷଣା କରିଛନ୍ତି। ତାଲିକାରେ ଚାରିଜଣ ରାଜ୍ୟମନ୍ତ୍ରୀ- ସୁରେଶ ପୂଜାରୀ, ନିତ୍ୟାନନ୍ଦ ଗଣ୍ଡ, ପୃଥ୍ବିୀରାଜ ହରିଚନ୍ଦନ ଓ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ସାମିଲ କରାଯାଇଛି। ଆଜି ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ଅନୁଗୁଳଜିଲ୍ଲା ନିମେନ୍ତ…

    Continue reading
    ‘ବିକଶିତ ଓଡ଼ିଶା’ ଗଠନ ପାଇଁ ୧୦ଟି ସଂକଳ୍ପର ଆହ୍ୱାନ

    ଭୁବନେଶ୍ୱର :କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପବିତ୍ର ‘ଓଡ଼ିଶା ଦିବସ’ ଅବସରରେ ଦେଶ ତଥା ବିଦେଶରେ ରହୁଥିବା ସମସ୍ତ ଓଡ଼ିଆ ଭାଇ-ଭଉଣୀମାନଙ୍କୁ ଭିଡ଼ିଓ ବାର୍ତ୍ତା ଜରିଆରେ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ୨୦୨୬ରୁ ୨୦୩୬ – ଆଗାମୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ