ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର: ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କୁ ଆକ୍ରମଣ ଘଟଣାର ତଦନ୍ତ ଭାର ନେଲେ କ୍ରାଇମ୍ ବ୍ରାଞ୍ଚ। ବିଧାୟକଙ୍କୁ ଆକ୍ରମଣ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ପୋଲିସ ଡିଜି ୱାଇ.ବି ଖୁରାନିଆ। ସଂପୂର୍ଣ୍ଣ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ତଦନ୍ତ ପାଇଁ ଜଣେ ଡିଏସପିଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠନ କରାଯାଇଛି। ବିଧାୟକଙ୍କୁ ଆକ୍ରମଣ, ରାସ୍ତାରୋକ ଓ ଟାଉନ୍ ଥାନା ଘେରାଉ ଭଳି ୩ଟି ଏତଲା ଉପରେ କ୍ରାଇମବ୍ରାଞ୍ଚ୍ ତଦନ୍ତ କରିବ।

ଗତ ୨୦ ତାରିଖ ସନ୍ଧ୍ୟାରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଯାଜପୁର ସଦର ଥାନା ବୁଢ଼ାପୋଲ ନିକଟରେ ଆକ୍ରମଣ ହୋଇଥିଲା। ଏହା ରାଜ୍ୟରେ ଏକ ଚର୍ଚ୍ଚାର ପ୍ରସଙ୍ଗ ପାଲଟିଥିବାବେଳେ ଏହି ଘଟଣାକୁ ନେଇ ରାଜ୍ୟ ରାଜନୀତି ମଧ୍ୟ ଦିନକୁ ଦିନ ଉଷ୍ମ ହେବାରେ ଲାଗିଛି। ହିମାଂଶୁଙ୍କୁ ପୂର୍ବତନ ବିଜେଡି ବିଧାୟକ ବବି ଦାସଙ୍କ ସମର୍ଥକ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା। ତାଙ୍କୁ ମାରି ଉପନିର୍ବାଚନ କରିବା ଯୋଜନାରେ ଥିଲେ ବୋଲି ସାଂଘାତିକ ଅଭିଯୋଗ ଆଣିଛନ୍ତି ହିମାଂଶୁ। ଆକ୍ରମଣ ପରେ ପରେ ବବିଙ୍କ ଭାଇ ଲଲ ଦାସ ଫୋନ୍ କରିଥିଲେ ଓ ସମାଧାନ କରିବାକୁ କହିଥିଲେ ବୋଲି ମଧ୍ୟ ହିମାଂଶୁ ଅଭିଯୋଗ କରିଥିଲେ।

  • Related Posts

    ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼

    ଧର୍ମଶାଳା: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି ଗାଁରେ ଘଟିଛି ଏହି ଘଟଣା। ଏହାର ପ୍ରତିବାଦରେ ଏସ୍‌ପି ଅଫିସ୍ ଆଗରେ ବିଜେଡି କର୍ମୀ ଧାରଣା ଦେଇଛନ୍ତି। ଜିଲ୍ଲାର ପ୍ରମୁଖ ନେତାମାନେ…

    Continue reading
    ‘ବିକଶିତ ଭାରତ’ ନିର୍ମାଣ ପାଇଁ ଭାରତବର୍ଷ ଦୃତ ଗତିରେ ଆଗେଇ ଚାଲିଛି : ଡି.ପୁରନ୍ଦେଶ୍ୱରୀ

    ଭୁବନେଶ୍ୱର: ନାଟକ ବା ପଥପ୍ରାନ୍ତ ନାଟକ ଜରିଆରେ ସରକାରଙ୍କ କଲ୍ୟାଣକାରୀ ଯୋଜନା ଓ ବିକାଶମୁଳକ କାର୍ଯ୍ୟଗୁଡିକୁ ଲୋକଙ୍କ ପାଖରେ ପହଂଚାଇବା ଉଦ୍ଦେଶ୍ୟରେ ‘ନମୋ ସେବା ଗାଥା’ ର ପ୍ରଦର୍ଶନ ଅତ୍ୟନ୍ତ ପ୍ରଶଂସନୀୟ ବୋଲି କହିବା ସହିତ ସେବା ହିଁ ସଂକଳ୍ପ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ