ଧାନ ସଂଗ୍ରହକୁ ନେଇ ବର୍ଷିଲେ ପ୍ରସନ୍ନ

ଭୁବନେଶ୍ବର: ଅଦିନିଆ ବର୍ଷା ଯୋଗୁଁ ଚିନ୍ତାରେ ପଡ଼ିଛନ୍ତି ଚାଷୀ। ରାଜ୍ୟର ବିଭିନ୍ନ ସ୍ଥାନରେ ଗତକାଲି ରାତିରୁ ଲାଗି ରହିଛି ଝିପ୍‌ଝିପ୍‌ ବର୍ଷା। ହଜାର ହଜାର ଏକର ଧାନ ବର୍ଷାରେ ନଷ୍ଟ ହେଉଛି । ଯେଉଁ ଚାଷୀର ଧାନ ଅମଳ ହୋଇଯାଇଛି ତା ପାଖରେ ଟୋକନ ନାହିଁ, କିନ୍ତୁ ଯାହାର ଧାନ ଅମଳ ହୋଇନାହିଁ ତାକୁ ଟୋକନ ଦିଆଯାଇଛି। ଚାଷୀ ଅମଳ ହୋଇଥିବା ଧାନ କେଉଁଠି ରଖିବ। ମଣ୍ଡିରେ ଧାନ ବର୍ଷାପାଣିରେ ନଷ୍ଟ ହେଉଛି ।ଗ୍ରାଉଣ୍ଡରେ କ’ଣ ଅବସ୍ଥା ସରକାର ନିଜେ ଯାଇ ଦେଖନ୍ତୁ ବୋଲି ପ୍ରସନ୍ନ ଆଚାର୍ୟ୍ୟ କହିଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ସମ୍ପୂର୍ଣ୍ଣ ଅବ୍ୟବସ୍ଥା ଭିତରେ ଧାନ ସଂଗ୍ରହ କରୁଛନ୍ତି ରାଜ୍ୟ ସରକାର। ଅନେକ ଧାନ ଟ୍ରକ୍ ମଣ୍ଡିକୁ ନଯାଇ ସିଧା ମିଲକୁ ଯାଉଛି। ଏହାଦ୍ବାରା କେମିତି ଚାଷୀଙ୍କ ବିକାଶ ହେବ। ବର୍ଷାରେ ଧାନର ରଙ୍ଗ ବଦଳି ଯିବ। ଆଉ ତାହାର ଏଫଏକୁ୍ୟ କ୍ୱାଲିଟି ରହିବ ନାହିଁ । ଯାହାଦ୍ବାରା ଚାଷୀ କ୍ଷତି ସାହିବ । ଚାଷୀ ବାଧ୍ୟ ହୋଇ ଦଲାଲମାନଙ୍କୁ ଧାନ ବିକ୍ରି କରି ଶୋଷଣର ଶିକାର ହେବ। ସରକାରଙ୍କ ସବୁ ଘୋଷଣା ନିରର୍ଥକ ହୋଇଯାଇଛି। ଦଲାଲମାନଙ୍କୁ ନିୟନ୍ତ୍ରଣ କରନ୍ତୁ ସରକାର। ମଣ୍ଡିରେ କେମିତି ଚାଷୀଙ୍କ ଧାନ ସୁରକ୍ଷିତ ରହିବ ସେ ଉପରେ ଯୁଦ୍ଧକାଳୀନ ଭିତ୍ତିରେ ପଦକ୍ଷେପ ନିଅନ୍ତୁ । ସରକାର କହିଥିଲେ କଟନୀ ଛଟନୀ ହେବ ନାହିଁ । କିନ୍ତୁ କଟନୀ ଛଟନୀ ଏବେ ବି ହେଉଛି । ଏଥିପ୍ରତି ଦୃଷ୍ଟି ଦେବାକୁ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ୟ୍ୟ କହିଛନ୍ତି।

  • Related Posts

    ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗରେ ବିଜେପି ପାଇଁ ନିର୍ବାଚନ ପ୍ରଚାରରେ ସାମିଲ ହୋଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଦିନିକିଆ ପଶ୍ଚିମବଙ୍ଗ ଗସ୍ତରେ ଯାଇ ବୀରଭୂମ ଜିଲ୍ଲାର ଚାରି ଜଣ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଦାଖଲରେ ସାମିଲ ହୋଇଥିଲେ। ଏହି ଅବସରରେ ବୀରଭୂମ…

    Continue reading
    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ