ନଈକୂଳରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ତିହିଡ଼ି: ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ବୋଡ଼କ ପଞ୍ଚାୟତର ରେବ ନଈକୂଳରୁ ଶୁକ୍ରବାର ସକାଳେ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହକୁ ପୋଲିସ ଜବତ କରିଛି। ମହିଳାଙ୍କ ମୁଣ୍ଡରେ ଆଘାତର ଚିହ୍ନ ଥିବାରୁ କେହି ଦୁର୍ବୁତ୍ତ ତାଙ୍କୁ ହତ୍ୟାକରି ଫିଙ୍ଗି ଦେଇ ଯାଇଥିବା ସନ୍ଦେହ କରାଯାଉଛି।

ଘଟଣାରୁ ପ୍ରକାଶ ଯେ, ରେବ ନଈକୂଳରେ ମହିଳାଙ୍କ ମୃତଦେହ ପଡ଼ିଥିବା କେତେକ ଗ୍ରାମବାସୀ ଦେଖିବାକୁ ପାଇଥିଲେ। ପରେ ସେମାନେ ଏ ସମ୍ପର୍କରେ ତିହିଡ଼ି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଆଇଆଇସି ଲୋପାମୁଦ୍ରା ନାୟକ ଘଟଣାସ୍ଥଳରେ ପହଞ୍ଚି ଏହାର ତଦନ୍ତ କରିବା ସହ ମୃତଦେହ ଜବତ କରିଛନ୍ତି। ତେବେ ମହିଳାଙ୍କ ପରିଚୟ ଜଣାପଡ଼ି ନ ଥିବାରୁ ଆଇଆଇସି ନାୟକ ତାଙ୍କ ମୃତଦେହ ଫଟୋ ଶେୟାର କରିଛନ୍ତି। ମହିଳାଙ୍କୁ କେହି ଚିହ୍ନିଥିଲେ ତୁରନ୍ତ ଥାନାକୁ ଖବର ଦେବାକୁ ସେ ଅନୁରୋଧ କରିଛନ୍ତି।

  • Related Posts

    ଏସ୍‌ସିବି ମେଡିକାଲ ସର୍ଜରୀ ୱାର୍ଡରେ ଅଗ୍ନିକାଣ୍ଡ

    କଟକ ୪।୬: ଏସ୍‌ସିବି ପିଛା ଛାଡ଼ୁନି ଅଗ୍ନିକାଣ୍ଡ । କଟକ ଏସ୍‌ସିବି ମେଡ଼ିକାଲରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ଏସ୍‌ସିବି ମେଡିକାଲ ସର୍ଜରୀ ୱାର୍ଡରେ ବିଦ୍ୟୁତ ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ଜଣାପଡିଛି । ୱାର୍ଡ ଭିତରେ ଥିବା…

    Continue reading
    ଦେବାଶିଷ ସାମନ୍ତରାୟ ବିଜେପି ରାଜ୍ୟସଭା ପ୍ରାର୍ଥୀ

    ଭୁବନେଶ୍ୱର: ବିଜେପିର ରାଜ୍ୟସଭା ପ୍ରାର୍ଥୀ ହେଲେ ଦେବାଶିଷ ସାମନ୍ତରାୟ । ଓଡ଼ିଶା ପାଇଁ ହେବାକୁ ଥିବା ଉପନିର୍ବାଚନ ପରିପ୍ରେକ୍ଷୀରେ ତାଙ୍କୁ ବିଜେପି ପ୍ରାର୍ଥୀ କରିଛି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ବିଧିବଦ୍ଧଭାବେ ତାଙ୍କ ନାମ ଘୋଷଣା କରାଯାଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ