ନଦୀରେ ବୁଡି ୨ ମୃତ

ବାରିପଦା : ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଲୁଲୁଙ୍ଗ ନିକଟ ପଳପଳା ନଦୀରେ ବୁଡି ୨ ଜଣଙ୍କ ମୃତ୍ୟୁ । ମୃତ ଯୁବକ ମାନେ ବାରିପଦା ଓ୍ବାର୍ଡ ନମ୍ବର ୨୧ ପୂର୍ଣ୍ଣଚନ୍ଦ୍ରପୁର ଅଞ୍ଚଳର ଅଙ୍କିତ କୁମାର ଭୂଜବଳ ଏବଂ ରଘୁନାଥପୁର ଅଞ୍ଚଳର ଅଂଶୁମାନ ନାଏକ ବୋଲି ଜଣାପଡିଛି । ସୂଚନାଯୋଗ୍ୟ ଯେ, ବାରିପଦା ଅଞ୍ଚଳର ୭ଜଣ ସାଙ୍ଗ ଶିମିଳିପାଳ ବୁଲିବାକୁ ଯାଇଥିଲେ । ନଦୀରେ ଗାଧୋଇବା ସମୟରେ ଗୋଡ ଖସିଯିବାରୁ ୨ ଜଣ ଭାସି ଯାଇଥିଲେ । ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚିବା ସହ ୨ ଜଣଙ୍କ ମୃତଦେହ ଉଦ୍ଧାର କରି ବାରିପଦା ପିଆରଏମ୍ ହସ୍ପିଟାଲକୁ ପଠାଇଛନ୍ତି । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଗାଧୋଇବା ବେଳେ ସମସ୍ତେ ପାଣିକୁ ଓହ୍ଲାଇଥିଲେ । ହେଲେ ଅଂଶୁମାନ ଓ ଅଙ୍କିତ ଅଧିକ ପାଣିକୁ ଚାଲିଯିବାରୁ ତଳକୁ ଖସଡ଼ି ଯାଇଥିଲେ । ଅନ୍ୟ ୨ ଜଣ ମଧ୍ୟ ବୁଡି ଯାଉଥିବା ବେଳେ କୂଳରେ ଥିବା ୩ ଜଣ ସାଙ୍ଗ ସେମାନଙ୍କୁ କୌଣସି ପ୍ରକାରରେ ସେମାନଙ୍କୁ ବାହାରକୁ ଟାଣି ଆଣିଥିଲେ ବୋଲି ଅଳ୍ପକେ ବର୍ତ୍ତି ଯାଇଥିବା ଯୁବକ କହିଛନ୍ତି ।

  • Garvita Odia

    Related Posts

    ଦୁର୍ଘଟଣା: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ଓ ଝିଅ ଆହତ

    ଅନୁଗୁଳ:ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ୫୫ନମ୍ବର ଜାତୀୟ ରାଜପଥର ହଣ୍ଡପା ନିକଟରେ ଏକ କାର ଅନ୍ୟ ଏକ କାରକୁ ପଛପଟୁ ଧକ୍କା ଦେବା ଫଳରେ ୨ଜଣ ଆହତ ହୋଇଛନ୍ତି। ଆହତମାନେ ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ହେମାନନ୍ଦ ବିଶ୍ୱାଳଙ୍କ ପତ୍ନୀ ଉର୍ମିଳା…

    ସମ ହସ୍ପିଟାଲରେ ଟ୍ରାନ୍ସରେକ୍ଟାଲ୍ ଟ୍ରାନ୍ସଭଜାଇନାଲ୍ ପେଲ୍‌ଭିକ୍ ଫ୍ଲୋର ପୁନର୍ବାସ ସମ୍ପର୍କିତ କର୍ମଶାଳା

    ଭୁବନେଶ୍ୱର: ଓଡ଼ିଶାରେ ପ୍ରଥମ ଥର ପାଇଁ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଟ୍ରାନ୍ସଭଜାଇନାଲ୍ ଓ ଟ୍ରାନ୍ସରେକ୍ଟାଲ୍ ପେଲ୍‌ଭିକ୍ ଫ୍ଲୋର ପୁନର୍ବାସ ସମ୍ପର୍କିତ କର୍ମଶାଳା ଗତ ଜୁନ୍ ୭ ଓ ୮ ତାରିଖ ଦୁଇ ଦିନ ଧରି ହସ୍ପିଟାଲ…

    Leave a Reply

    Your email address will not be published. Required fields are marked *

    You Missed

    ଦୁର୍ଘଟଣା: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ଓ ଝିଅ ଆହତ

    ଦୁର୍ଘଟଣା: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ଓ ଝିଅ ଆହତ

    ନଦୀରେ ବୁଡି ୨ ମୃତ

    ନଦୀରେ ବୁଡି ୨  ମୃତ

    ଭୁଶୁଡ଼ିଲା ବ୍ରିଜ; ୨ ମୃତ

    ଭୁଶୁଡ଼ିଲା ବ୍ରିଜ; ୨ ମୃତ

    ବିମାନ ଦୁର୍ଘଟଣା: ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ

    ବିମାନ ଦୁର୍ଘଟଣା:  ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ

    ସମ ହସ୍ପିଟାଲରେ ଟ୍ରାନ୍ସରେକ୍ଟାଲ୍ ଟ୍ରାନ୍ସଭଜାଇନାଲ୍ ପେଲ୍‌ଭିକ୍ ଫ୍ଲୋର ପୁନର୍ବାସ ସମ୍ପର୍କିତ କର୍ମଶାଳା

    ସମ ହସ୍ପିଟାଲରେ ଟ୍ରାନ୍ସରେକ୍ଟାଲ୍ ଟ୍ରାନ୍ସଭଜାଇନାଲ୍ ପେଲ୍‌ଭିକ୍ ଫ୍ଲୋର ପୁନର୍ବାସ ସମ୍ପର୍କିତ କର୍ମଶାଳା

    ଜଳଭଣ୍ଡାରକୁ ଡେଇଁ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା

    ଜଳଭଣ୍ଡାରକୁ ଡେଇଁ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା