ନନ୍ଦନକାନନରେ ନୂଆ ଅତିଥି

ବାରଙ୍ଗ : ନନ୍ଦନକାନନ ପ୍ରାଣୀଉଦ୍ୟାନ ବୁଲିବାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଏଥର ପର୍ଯ୍ୟଟନ ଋତୁରେ ପର୍ଯ୍ୟଟକମାନେ ନୂଆ ଜୀବଜନ୍ତୁ ଦେଖିପାରିବେ । କାରଣ ଶନିବାର ରାତିରେ ଏଠାରେ ଆସି ନୂଆ ଅତିଥି ପହଞ୍ଚିଛନ୍ତି । ସେଥିରେ ରହିଛନ୍ତି ଜେବ୍ରା ଓ ୱାଲାବି ସହିତ ଅନ୍ୟ କିଛି ଜୀବଜନ୍ତୁ । ଗୁଜୁରାଟରୁ ଜନ୍ତୁ ଅଦଳବଦଳ ପ୍ରକ୍ରିୟାରେ ଏସବୁ ଜୀବଜନ୍ତୁଙ୍କୁ ଅଣାଯାଇଛି । ଏହି ନୂତନ ଜୀବଜନ୍ତୁଙ୍କୁ ଏବେ ନନ୍ଦନକାନନ ପ୍ରାଣୀଉଦ୍ୟାନର ସଙ୍ଗରୋଧ ଗୃହରେ ୧ମାସ ପର୍ଯ୍ୟନ୍ତ ରଖାଯିବ । ପରେ ପର୍ଯ୍ୟଟକମାନେ ଏହି ଜୀବଜନ୍ତୁଙ୍କୁ ଦେଖିବାର ସୁଯୋଗ ପାଇବେ । ଏହି ନୂତନ ଜୀବଜନ୍ତୁଙ୍କୁ ଆଣିବା ପାଇଁ ନନ୍ଦନକାନନ ପ୍ରାଣୀଉଦ୍ୟାନ ପକ୍ଷରୁ ଦୀର୍ଘଦିନ ଧରି ପ୍ରୟାସ କରାଯାଉଥିଲା ।

ଏଥିପାଇଁ କେନ୍ଦ୍ରୀୟ ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କ ଅନୁମତିକୁ ଅପେକ୍ଷା କରାଯାଇଥିଲା । ଅନୁମତି ମିଳିବା ପରେ ନୂତନ ଜୀବଜନ୍ତୁ ଅଣାଯାଇଛି । ଏଥିପାଇଁ ପୂର୍ବରୁ ବିଭିନ୍ନ ଖୁଆଡ଼ ନିର୍ମାଣ କରାଯାଇଥିଲା । ନନ୍ଦନକାନନକୁ ବିଶ୍ୱସ୍ତରୀୟ କରିବା ପାଇଁ ସରକାରଙ୍କ ପକ୍ଷରୁ ସହାୟତା ଯୋଗାଇ ଦିଆଯାଉଛି । ନୂଆ ଜୀବଜନ୍ତୁଙ୍କୁ ଆଣି ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ପାଇଁ ପଦକ୍ଷେପ ନିଆଯାଉଛି । ବର୍ତ୍ତମାନ ବାଲେଶ୍ୱର ଜିଲ୍ଲାରୁ ଉଦ୍ଧାର ହୋଇ ଆସିଥିବା ୫ ଓରାଙ୍ଗଉଟାନ ଶାବକଙ୍କୁ ଲାଳନପାଳନ କରି ନନ୍ଦନକାନନ ଅନ୍ତର୍ଜାତୀୟସ୍ତରରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିପାରିଛି । ଏଭଳି ସ୍ଥିତିରେ ନୂଆ ଜୀବଜନ୍ତୁ ଆସିବା ଜନ୍ତୁପ୍ରେମୀ ଓ ପର୍ଯ୍ୟଟକମାନଙ୍କୁ ଉତ୍ସାହିତ କରିଛି ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ