ନନ୍ଦନକାନନରେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର, ୩୦/୦୯/୨୦୨୬: ରାଜ୍ୟର ଅନ୍ୟତମ ପ୍ରମୁଖ ପର୍ଯ୍ୟଟନ ଆକର୍ଷଣ କେନ୍ଦ୍ର ନନ୍ଦନକାନନ ଜୀବ ଉଦ୍ୟାନ ପରିଦର୍ଶନ କରିଛନ୍ତି ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା। ଏହି ପରିଦର୍ଶନ କାଳରେ ସେ ନନ୍ଦନକାନନକୁ ଆସୁଥିବା ପର୍ଯ୍ୟଟକମାନଙ୍କ ପରିଦର୍ଶନକୁ ଆହୁରି ସୁବିଧାଜନକ, ସୁରକ୍ଷିତ ଓ ସ୍ମରଣୀୟ କରିବା ପାଇଁ ବିଭିନ୍ନ ବ୍ୟବସ୍ଥାର ସ୍ଥିତି ସମୀକ୍ଷା କରିବା ସହ ଆବଶ୍ୟକୀୟ ଭିତ୍ତିଭୂମିର ବିକାଶ ନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି।

ନନ୍ଦନକାନନର ପ୍ରାକୃତିକ ପରିବେଶ ଓ ବନ୍ୟପ୍ରାଣୀଙ୍କ ଯତ୍ନ ସହ ପର୍ଯ୍ୟଟକମାନଙ୍କ ପାଇଁ ପାନୀୟ ଜଳ, ବିଶ୍ରାମାଗାର, ଯାତାୟାତ ଏବଂ ଅନ୍ୟାନ୍ୟ ମୌଳିକ ସୁବିଧାଗୁଡ଼ିକର ଗୁଣାତ୍ମକ ମାନ ବୃଦ୍ଧି କରିବା ନେଇ ବୈଠକରେ ବ୍ୟାପକ ଚର୍ଚ୍ଚା କରାଯାଇଛି।

ଦେଶ ଓ ବିଦେଶରୁ ଆସୁଥିବା ପର୍ଯ୍ୟଟକମାନେ ଯେପରି ଏକ ଉତ୍ତମ ଓ ଆନନ୍ଦଦାୟକ ଅନୁଭୂତି ନେଇ ଫେରିବେ, ସେଥିପାଇଁ ବିଭିନ୍ନ ଉନ୍ନୟନମୂଳକ ପଦକ୍ଷେପ ଶୀଘ୍ର କାର୍ଯ୍ୟକାରୀ କରିବାକୁ ଉପମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏହି ସମୀକ୍ଷା କାର୍ଯ୍ୟକ୍ରମରେ ମାନ୍ୟବର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ପର୍ଯ୍ୟଟନ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ବଲୱନ୍ତ ସିଂହ ଏବଂ ଜଙ୍ଗଲ ଓ ପର୍ଯ୍ୟଟନ ବିଭାଗର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଗଣ ଉପସ୍ଥିତ ଥିଲେ।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ