ନନ୍ଦିତା ଦାସଙ୍କ ଉପମୁଖ୍ୟମନ୍ତ୍ରୀ ଓ ସଂସ୍କୃତି ମନ୍ତ୍ରୀଙ୍କ ସହ ସାକ୍ଷାତ

ଭୁବନେଶ୍ୱର: ଲୋକସେବା ଭବନରେ ଅଭିନେତ୍ରୀ ଏବଂ ଚଳଚ୍ଚିତ୍ର ନିର୍ମାତା ଶ୍ରୀମତୀ ନନ୍ଦିତା ଦାସ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତକାର ସମୟରେ ଉଚ୍ଚଶିକ୍ଷା, କ୍ରୀଡା ଓ ଯୁବ ସେବା ଏବଂ ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମଧ୍ୟ ଉପସ୍ଥିତ ଥିଲେ ।
ଓଡ଼ିଶାର କଳା, ସଂସ୍କୃତିକୁ ବିଶ୍ୱବିଦିତ କରାଇବା ଓ ଓଡିଶା ମାଟିକୁ ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ନିମନ୍ତେ ଶ୍ରୀମତୀ ଦାସ କିଛି ପ୍ରସ୍ତାବ ଉପମୁଖ୍ୟମନ୍ତ୍ରୀ ଓ ସଂସ୍କୃତି ମନ୍ତ୍ରୀଙ୍କ ଆଗରେ ଉପସ୍ଥାପନ କରିଛନ୍ତି । ଏହିସବୁ ପ୍ରସ୍ତାବରେ ଆଗେଇବା ନିମନ୍ତେ ସେ ଓଡ଼ିଶା ସରକାର, ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ଏବଂ ସଂସ୍କୃତି ମନ୍ତ୍ରୀ ତଥା ବିଭାଗର ସହାୟତା ଲୋଡ଼ିଛନ୍ତି ।
ପ୍ରସ୍ତାବ ଗୁଡିକ ଉପରେ ବିଭାଗୀୟ ଆଲୋଚନା ପରେ ସରକାରଙ୍କ ତରଫରୁ ଆବଶ୍ୟକୀୟ ସହାୟତା ଯୋଗାଇ ଦେବାକୁ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ପ୍ରକାଶ କରିଛନ୍ତି ।
ଓଡ଼ିଶାର କଳା, ସଂସ୍କୃତିର ପ୍ରଚାର ପ୍ରସାର ଦିଗରେ କରୁଥିବା ପ୍ରୟାସ ନିଶ୍ଚିତରୂପେ ସ୍ୱାଗତଯୋଗ୍ୟ ପଦକ୍ଷେପ ବୋଲି ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ କହିଛନ୍ତି ।

  • Garvita Odia

    Related Posts

    କ୍ଷେପଣାସ୍ତ୍ର ପ୍ରଳୟ-୬ର ସଫଳ ଉତ୍‌କ୍ଷେପଣ

    ଭୁବନେଶ୍ୱର: ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ପ୍ରଳୟ-୬ର ସଫଳ ଉତ୍‌କ୍ଷେପଣ କରାଯାଇଛି। ସୋମବାର ସକାଳ ୯.୪୫ରେ ଅବଦୁଲ କଲାମ ଆଇଲାଣ୍ଡରୁ ଉତ୍‌କ୍ଷେପଣ କରାଯାଇଛି। ଡିଆରଡିଓ ଦ୍ୱାରା ବିକଶିତ ଏହି କ୍ଷେପଣାସ୍ତ୍ରର ୧୫୦ରୁ ୫୦୦ କିଲୋମିଟର ପର୍ୟ୍ୟନ୍ତ ଲକ୍ଷ୍ୟଭେଦ କ୍ଷମତା ରହିଛି। ଅତ୍ୟାଧୁନିକ ନାଭିଗେସନ…

    ଆଜି ଏହି ଜିଲାରେ ପ୍ରବଳ ବର୍ଷିବ

    ଭୁବନେଶ୍ୱର:ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମବଙ୍ଗ ଉପକୂଳ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ବାଂଲାଦେଶର ସଂଲଗ୍ନ ଅଞ୍ଚଳ ଉପରେ କେନ୍ଦ୍ରୀଭୂତ ହୋଇ ଅବପାତର ରୂପ ନେଇଛି। ଏହି ଅବପାତ କ୍ରମଶଃ…

    Leave a Reply

    Your email address will not be published. Required fields are marked *

    You Missed

    କ୍ଷେପଣାସ୍ତ୍ର ପ୍ରଳୟ-୬ର ସଫଳ ଉତ୍‌କ୍ଷେପଣ

    କ୍ଷେପଣାସ୍ତ୍ର ପ୍ରଳୟ-୬ର ସଫଳ ଉତ୍‌କ୍ଷେପଣ

    ଆଜି ଏହି ଜିଲାରେ ପ୍ରବଳ ବର୍ଷିବ

    ଆଜି ଏହି  ଜିଲାରେ ପ୍ରବଳ ବର୍ଷିବ

    ଭଦ୍ରକ ଓ ଯାଜପୁରରେ ଆଉ ବନ୍ୟା ସ୍ଥିତି ନାହିଁ :ସର୍ବୋଚ୍ଚ ଯନ୍ତ୍ରୀ

    ଭଦ୍ରକ ଓ ଯାଜପୁରରେ ଆଉ ବନ୍ୟା ସ୍ଥିତି ନାହିଁ :ସର୍ବୋଚ୍ଚ ଯନ୍ତ୍ରୀ

    ବିରୋଧୀଙ୍କ ହଙ୍ଗାମାକୁ ଅସନ୍ତୋଷ ପ୍ରକାଶ କରିଛନ୍ତି ବାଚସ୍ପତି

    ବିରୋଧୀଙ୍କ ହଙ୍ଗାମାକୁ ଅସନ୍ତୋଷ ପ୍ରକାଶ କରିଛନ୍ତି ବାଚସ୍ପତି