ନନ୍ଦିତା ଦାସଙ୍କ ଉପମୁଖ୍ୟମନ୍ତ୍ରୀ ଓ ସଂସ୍କୃତି ମନ୍ତ୍ରୀଙ୍କ ସହ ସାକ୍ଷାତ

ଭୁବନେଶ୍ୱର: ଲୋକସେବା ଭବନରେ ଅଭିନେତ୍ରୀ ଏବଂ ଚଳଚ୍ଚିତ୍ର ନିର୍ମାତା ଶ୍ରୀମତୀ ନନ୍ଦିତା ଦାସ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତକାର ସମୟରେ ଉଚ୍ଚଶିକ୍ଷା, କ୍ରୀଡା ଓ ଯୁବ ସେବା ଏବଂ ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମଧ୍ୟ ଉପସ୍ଥିତ ଥିଲେ ।
ଓଡ଼ିଶାର କଳା, ସଂସ୍କୃତିକୁ ବିଶ୍ୱବିଦିତ କରାଇବା ଓ ଓଡିଶା ମାଟିକୁ ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ନିମନ୍ତେ ଶ୍ରୀମତୀ ଦାସ କିଛି ପ୍ରସ୍ତାବ ଉପମୁଖ୍ୟମନ୍ତ୍ରୀ ଓ ସଂସ୍କୃତି ମନ୍ତ୍ରୀଙ୍କ ଆଗରେ ଉପସ୍ଥାପନ କରିଛନ୍ତି । ଏହିସବୁ ପ୍ରସ୍ତାବରେ ଆଗେଇବା ନିମନ୍ତେ ସେ ଓଡ଼ିଶା ସରକାର, ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ଏବଂ ସଂସ୍କୃତି ମନ୍ତ୍ରୀ ତଥା ବିଭାଗର ସହାୟତା ଲୋଡ଼ିଛନ୍ତି ।
ପ୍ରସ୍ତାବ ଗୁଡିକ ଉପରେ ବିଭାଗୀୟ ଆଲୋଚନା ପରେ ସରକାରଙ୍କ ତରଫରୁ ଆବଶ୍ୟକୀୟ ସହାୟତା ଯୋଗାଇ ଦେବାକୁ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ପ୍ରକାଶ କରିଛନ୍ତି ।
ଓଡ଼ିଶାର କଳା, ସଂସ୍କୃତିର ପ୍ରଚାର ପ୍ରସାର ଦିଗରେ କରୁଥିବା ପ୍ରୟାସ ନିଶ୍ଚିତରୂପେ ସ୍ୱାଗତଯୋଗ୍ୟ ପଦକ୍ଷେପ ବୋଲି ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ କହିଛନ୍ତି ।

  • Related Posts

    ଭିଜିଲାନ୍ସ ଜାଲରେ ସଇଁତଳା ଆରଆଇ

    ଲାଞ୍ଚ ନେବାବେଳେ ଧରାପଡ଼ିଲେ ବଲାଙ୍ଗୀର, ୧୩ ।୧୦: ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ୱ ସର୍କଲର ରାଜସ୍ୱ ନିରୀକ୍ଷକ (ଆରଆଇ) ଆଲନ ବେହେରାଙ୍କୁ ଭିଜିଲାନ୍ସ ମାଡ଼ିବସିଛି । ଜଣେ ଆବେଦନକାରୀଙ୍କ କୃଷି ଜମିକୁ ଘରବାରି ଜମିରେ ପରିବର୍ତ୍ତନ ସମ୍ପର୍କିତ…

    Continue reading
    “ମୁକ୍ତ ବାଣିଜ୍ୟ ଚୁକ୍ତି ସୁଯୋଗର ସଦୁପଯୋଗ” ଶୀର୍ଷକ କର୍ମଶାଳା

    ବିଶ୍ଵ ବଜାର ସମୃଦ୍ଧିର ନୂଆ ଦିଗନ୍ତ : ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଭୁବନେଶ୍ୱର, ତା: ୧୩/୧୦/୨୦୨୬: ଓଡ଼ିଶାର ବ୍ୟବସାୟ ଓ ରପ୍ତାନି କ୍ଷେତ୍ରକୁ ବିଶ୍ୱ ବଜାରରେ ଏକ ନୂତନ ପରିଚୟ ପ୍ରଦାନ କରିବା ଉଦ୍ଦେଶ୍ୟରେ ସ୍ଥାନୀୟ ମେ’ଫେୟାର୍ କନଭେନସନଠାରେ “ମୁକ୍ତ ବାଣିଜ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ