ନବଗଠିତ ମିଡିଆ ସେଲ ସଂଯୋଜକଙ୍କୁ ନବୀନଙ୍କ ଗୁରୁମନ୍ତ୍ର

ଭୁବନେଶ୍ବର: ନବଗଠିତ ମିଡିଆ ସେଲର ସଦସ୍ୟଙ୍କ ସହ ଆଲୋଚନା କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ମିଡିଆ ସେଲର ମୁଖ୍ୟ ସଂଯୋଜକ, ସଂଯୋଜକ ଓ ସଭ୍ୟମାନଙ୍କ ସହିତ ଦଳର ଗଣମାଧ୍ୟମ କୌଶଳ ସମ୍ପର୍କରେ ଆଲୋଚନା କରିଛନ୍ତି ସେ । ବୈଦ୍ୟୁତିକ, ମୁଦ୍ରିତ ଓ ସାମାଜିକ ଗଣମାଧ୍ୟମ ମଧ୍ୟରେ ଉପଯୁକ୍ତ ସମନ୍ୱୟ ରଖି ଦଳର ଦୃଷ୍ଟିଭଙ୍ଗୀକୁ ଅଧିକ ପ୍ରଭାବଶାଳୀ ଭାବରେ ପ୍ରସାରିତ କରିବାକୁ ନବୀନ ପରାମର୍ଶ ଦେଇଛନ୍ତି । ଏହା ସହିତ ଦଳର ବିଚାରଧାରା ସହ ଲୋକଙ୍କୁ ଯୋଡି ରଖିବା ଓ ଦଳର ବିଭିନ୍ନ କାର୍ଯ୍ୟକ୍ରମର ବ୍ୟାପକ ପ୍ରଚାର ପ୍ରସାର ଉପରେ ସେ ଗୁରୁତ୍ୱ ଦେଇଛନ୍ତି ।
ଗତାକାଲି (ଶନିବାର) ସନ୍ଧ୍ୟାରେ ନବୀନ ନିବାସରେ ଅନୁଷ୍ଠିତ ହୋଇଥିଲା ଏହି ବୈଠକ । ଭାରତୀୟ ଜନତା ପାର୍ଟି ସରକାରର କୁଶାସନ ଓ କୁପରିଚାଳନାରେ ଓଡ଼ିଶାବାସୀ ଅତିଷ୍ଠ ହୋଇଗଲେଣି । ସାରା ରାଜ୍ୟରେ ଲୋକେ ଏବେ ଏଭଳି ଲୋକ ବିରୋଧୀ ଶାସନରେ ତ୍ରାହି ତ୍ରାହି ଡାକୁଛନ୍ତି । ତେଣୁ ଏକ ଦାୟିତ୍ୱସମ୍ପନ୍ନ ବିରୋଧୀ ଦଳ ଭାବେ ଓଡ଼ିଶାବାସୀଙ୍କୁ ଶାଣିତ ଓ ସଚେତନ କରିବା ଏବଂ ଓଡ଼ିଶାର ଲୋକମାନଙ୍କ ସ୍ୱାର୍ଥ ପାଇଁ ଲଢ଼େଇ କରିବାକୁ ବିଜେଡିର ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ନବଗଠିତ ବିଜେଡି ମିଡିଆ ସେଲକୁ ନିର୍ଦ୍ଦେଶ ଦେଇଛନ୍ତି ।
ଏହି ବୈଠକରେ ନବୀନ ପଟ୍ଟନାୟକ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବା ସହିତ ବିଜେପିର କଳାକାରନାମା ଓ ରାଜ୍ୟ ସରକାରଙ୍କ ଅପାରଗତାକୁ ଲୋକଙ୍କ ନିକଟରେ ସଠିକ ଭାବରେ ପହଞ୍ଚାଇବାକୁ ପରାମର୍ଶ ଦେଇଛନ୍ତି । ଏଥିରେ ଗଣମାଧ୍ୟମର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିବାରୁ ବୈଦ୍ୟୁତିକ ଗଣମାଧ୍ୟମ, ମୁଦ୍ରିତ ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମ ଜରିଆରେ ବିଜୁ ଜନତା ଦଳର ସମସ୍ତ କାର୍ଯ୍ୟକ୍ରମ ଏବଂ ସରକାରଙ୍କ ଜନବିରୋଧୀ କାର୍ଯ୍ୟକୁ ପୁଙ୍ଖାନୁପୁଙ୍ଖ ଭାବରେ ଜନସାଧାରଣଙ୍କ ପାଖରେ ପହଞ୍ଚାଯିବ । ଭାରତୀୟ ଜନତା ପାର୍ଟି ଉପରେ ଜନସାଧାରଣଙ୍କ ମଧ୍ୟରେ ଯେଉଁ ତୀବ୍ର ଅସନ୍ତୋଷ ରହିଛି । ତାକୁ ଦୁର୍ବାର ଜନ ଆନ୍ଦୋଳନ ମାଧ୍ୟମରେ ତୋଳି ଧରିବାକୁ ନିଷ୍ପତ୍ତି ହୋଇଛି । ଜନସାଧାରଣଙ୍କ ସାହାଯ୍ୟ, ସହଯୋଗ ଓ ଆଶୀର୍ବାଦରେ ଦଳ ଆଗକୁ ବଢ଼ିବ ଏବଂ ଓଡ଼ିଶାବାସୀଙ୍କ ସେବା ଜାରି ରହିବ ବୋଲି ଏହି ବୈଠକରେ ମତ ପ୍ରକାଶ ପାଇଛି ।
ବୈଠକରେ ମିଡିଆ ସେଲର ବିଭିନ୍ନ ଗଣମାଧ୍ୟମ ସଂଯୋଜକ ଟିମର ଦାୟିତ୍ୱ ପାଇଥିବା ବରିଷ୍ଠ ନେତା ସଞ୍ଜୟ ଦାସବର୍ମା, ଡ଼ ଅରୁଣ କୁମାର ସାହୁ, ପ୍ରତାପ ଜେନା, ଗୌତମବୁଦ୍ଧ ଦାସ, ପ୍ରଣବ ବଳବନ୍ତରାୟ, ଡ଼ ଲେନିନ ମହାନ୍ତି, ଡ଼ ପ୍ରିୟବ୍ରତ ମାଝୀ, ସ୍ୱୟଂପ୍ରକାଶ ମହାପାତ୍ର ଓ ଅମରେଶ ପତ୍ରି ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    ଜ୍ଞାନେଶ କୁମାରଙ୍କୁ ନେଇ ପୁରୁଣା ମାମଲା ପୁଣି ଚର୍ଚ୍ଚାରେ, ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ

    ନୂଆଦିଲ୍ଲୀ: CEC ଜ୍ଞାନେଶ କୁମାରଙ୍କୁ ନେଇ ୨୦୦୬ ମାମଲାରେ ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞନେଶ କୁମାରଙ୍କୁ ନେଇ ପ୍ରାୟ ୨୦ ବର୍ଷ ପୁରୁଣା ଏକ ମାମଲା ପୁଣି ଚର୍ଚ୍ଚାକୁ ଆସିଛି । ୨୦୦୬ର ଏହି ମାମଲାରେ…

    Continue reading
    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ