ନବମ ଓ ଦଶମ ଶ୍ରେଣୀର ପିଲାଙ୍କୁ ମଧ୍ୟାହ୍ନ ଭୋଜନ

ଭୁବନେଶ୍ବର: ରାଜ୍ୟ ସରକାର ଏଣିକି ନବମ ଓ ଦଶମ ଶ୍ରେଣୀର ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଯୋଜନାରେ ସାମିଲ କରିବେ। ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲର ନବମ ଓ ଦଶମ ପିଲାଙ୍କୁ ଏହି ଯୋଜନାରେ ସାମିଲ କରାଯିବ। ମଧ୍ୟାହ୍‌ଣ ଭୋଜନରେ ଏହି ୨ଟି ଶ୍ରେଣୀର ପିଲାଙ୍କୁ ଅଣ୍ଡା ବି ଦିଆଯିବ। ଏହା ସହ ସପ୍ତାହକୁ ୩ଟି ଲଡୁ ମଧ୍ୟ ମିଳିବ। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏଥିପାଇଁ ରାଜ୍ୟ ସରକାର ୫୭୦.୭୧ କୋଟି ଟଙ୍କା ଖର୍ଚ୍ଚ କରିବେ। ମୁଖ୍ୟମନ୍ତ୍ରୀଙ୍କ ପୋଷଣ ଯୋଜନାରେ ବଜେଟରୁ ଏହି ଟଙ୍କା ଖର୍ଚ୍ଚ ହେବ। ୨୦୨୫-୨୬ ଆର୍ଥିକ ବର୍ଷରୁ ଏହା ଲାଗୁ ହେବ।
ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ଏଣିକି ପିଲାଙ୍କୁ ସ୍କୁଲରେ ୩ଟି ପୁଷ୍ଟିକର ଲଡୁ ସହ ଏକ ଅତିରିକ୍ତ ଅଣ୍ଡା ମିଳିବ। ପୂର୍ବରୁ ଜାରି କରିଥିବା ନିର୍ଦ୍ଦେଶନାମାରେ ପରିବର୍ତ୍ତନ ନେଇ ଗଣଶିକ୍ଷା ବିଭାଗ ଏହି ସୂଚନା ଦେଇଛି। ସୋମବାର, ବୁଧବାର, ଶୁକ୍ରବାର ପିଲାଙ୍କୁ ଅଣ୍ଡା ଦିଆଯିବ। ସେହିପରି ମଙ୍ଗଳବାର, ଗୁରୁବାର ଓ ଶନିବାର ପୋଷଣଯୁକ୍ତ ଲଡୁ ମିଳିବ। ଶିଶୁବାଟିକାଠୁ ଦଶମ ପର୍ୟ୍ୟନ୍ତ ସବୁ ପିଲାଙ୍କୁ ଏହା ମିଳିବ। ପିଏମ୍ ପୋଷଣ ଓ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା ଅନୁସାରେ ଏହି ଖାଦ୍ୟ ମିଳିବ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ