ନବରଙ୍ଗପୁରରେ ସାମ୍ବାଦିକଙ୍କ ଉପରେ ନିଶାସକ୍ତଙ୍କ ଆକ୍ରମଣରେ ଓଡିଶା ଡିଜିପିଙ୍କୁ ନୋଟିସ୍ ଜାରି କଲେ ଜାତୀୟ ମାନବାଧିକାର କମିଶନ ଦୁଇ ସପ୍ତାହ ମଧ୍ୟରେ ରିପୋର୍ଟ ତଲବ

ଭୁବନେଶ୍ୱର,03।09:ଜାତୀୟ ମାନବାଧିକାର କମିଶନ (ଏନଏଚଆରସି) ଏକ ଗଣମାଧ୍ୟମ ରିପୋର୍ଟର ସ୍ୱତଃ ସଂଜ୍ଞାନ ନେଇଛନ୍ତି, ଯେଉଁଥିରେ ଦର୍ଶାଯାଇଥିଲା ଯେ ୨୯ ଅଗଷ୍ଟ, ୨୦୨୫ ରେ ଓଡ଼ିଶାର ନବରଙ୍ଗପୁର ଜିଲ୍ଲାର ପାପଡାହାଣ୍ଡି ଅଞ୍ଚଳରେ ଜଣେ ସାମ୍ବାଦିକଙ୍କୁ ଜନୈକ ନିଶାଶକ୍ତ ବ୍ୟକ୍ତି ଅନେକ ଥର ଛୁରାମାଡ଼ କରିଥିଲେ। ତାଙ୍କ ବିରୁଦ୍ଧରେ ଅଭିଯୋଗ କରିବାରୁ ସେ ଏହି ଆକ୍ରମଣ କରିଥିଲେ। ପୀଡିତ ସାମ୍ବାଦିକଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କମିଶନ କହିଛନ୍ତି ଯେ, ଯଦି ଏହି ଖବର ସତ୍ୟ ତେବେ ଏହା ମାନବାଧିକାର ଉଲ୍ଲଂଘନର ଏକ ଗମ୍ଭୀର ପ୍ରସଙ୍ଗ ଅଟେ। ତେଣୁ, କମିଶନ ଓଡ଼ିଶାର ପୋଲିସ ମହାନିର୍ଦ୍ଦେଶକଙ୍କୁ ଏକ ନୋଟିସ୍ ଜାରି କରି ଦୁଇ ସପ୍ତାହ ମଧ୍ୟରେ ଏ ସମ୍ପର୍କରେ ବିସ୍ତୃତ ରିପୋର୍ଟ ସଂଗ୍ରହ କରିବା ପାଇଁ ନିର୍ଦ୍ଦେଶ ଜାରି କରିଛନ୍ତି। ତଦନ୍ତର ସ୍ଥିତି ଏବଂ ଆହତ ସାମ୍ବାଦିକଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ସୂଚନା ପ୍ରଦାନ କରିବାକୁ ମଧ୍ୟ କୁହାଯାଇଛି। ୩୦ ଅଗଷ୍ଟ, ୨୦୨୫ରେ ପ୍ରସାରିତ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ଏହି ଘଟଣା ସାମ୍ବାଦିକ ଏବଂ ଅଞ୍ଚଳର ବାସିନ୍ଦାଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଛି।

  • Related Posts

    ଆତ୍ମହତ୍ୟା ରୋକିବ ‘ଜୀବନ ଜିନ୍ଦାବାଦ୍’

    ଭୁବନେଶ୍ୱର,03।09: ରାଜ୍ୟରେ ଗତ କିଛି ଦିନ ହେବ ଯେଉଁଭଳି ଆତ୍ମହତ୍ୟାର ଖବର ଆସୁଛି, ଏହାକୁ କିଭଳି ରୋକାଯିବ, ସେନେଇ ବୁଧବାର ଲୋକସଭା ଭବନରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ନିଜ…

    Continue reading
    ସୁସ୍ଥ ଖାଦ୍ୟାଭ୍ୟାସକୁ ପ୍ରୋତ୍ସାହିତ କରିବା ପାଇଁ ଅଙ୍ଗନବାଡି କେନ୍ଦ୍ରରେ ଚିନି ବୋର୍ଡ ସ୍ଥାପନ

    ଭୁବନେଶ୍ୱର, 03/09: ଶିଶୁ ଏବଂ ଗୋଷ୍ଠୀ ମଧ୍ୟରେ ଚିନିର ଅତ୍ୟଧିକ ବ୍ୟବହାରକୁ ରୋକିବା ପାଇଁ ଓଡ଼ିଶା ସରକାର ଚିନି ବୋର୍ଡ ଆନ୍ଦୋଳନକୁ ଏକ ଗୁରୁତ୍ୱପୂର୍ଣ୍ଣ ସାର୍ବଜନୀନ ସ୍ୱାସ୍ଥ୍ୟ ଏବଂ ଅଭ୍ୟାସଗତ ପରିବର୍ତ୍ତନ ପଦକ୍ଷେପ ଭାବରେ ଆରମ୍ଭ କରିଛନ୍ତି । ଏହି ପଦକ୍ଷେପ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ନବରଙ୍ଗପୁରରେ ସାମ୍ବାଦିକଙ୍କ ଉପରେ ନିଶାସକ୍ତଙ୍କ ଆକ୍ରମଣରେ ଓଡିଶା ଡିଜିପିଙ୍କୁ ନୋଟିସ୍ ଜାରି କଲେ ଜାତୀୟ ମାନବାଧିକାର କମିଶନ ଦୁଇ ସପ୍ତାହ ମଧ୍ୟରେ ରିପୋର୍ଟ ତଲବ

    ଆତ୍ମହତ୍ୟା ରୋକିବ ‘ଜୀବନ ଜିନ୍ଦାବାଦ୍’

    ସୁସ୍ଥ ଖାଦ୍ୟାଭ୍ୟାସକୁ ପ୍ରୋତ୍ସାହିତ କରିବା ପାଇଁ ଅଙ୍ଗନବାଡି କେନ୍ଦ୍ରରେ ଚିନି ବୋର୍ଡ ସ୍ଥାପନ

    ରପ୍ତାନୀ ନୀତି ଓ ବିଶ୍ଵ ବଜାର ସଂଯୋଗୀକରଣ ଶୀର୍ଷକ ରାଜ୍ୟ ସଂଲଗ୍ନ ପ୍ରଶିକ୍ଷଣ ଅଧିବେଶନ

    ଓଡ଼ିଶାର ଶିଳ୍ପାୟନ କ୍ଷେତ୍ରରେ ଅଭିବୃଦ୍ଧି ଦିଗରେ ଆଇଏଫ୍‌ଏସ୍‌ ଅଧିକାରୀମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

    ସ୍କୁଲ ସହ ଯୋଡ଼ିହେବ ଅଙ୍ଗନବାଡ଼ି କେନ୍ଦ୍ର, ଗାଇଡଲାଇନର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ