ନବରଙ୍ଗପୁରରେ ସାମ୍ବାଦିକଙ୍କ ଉପରେ ନିଶାସକ୍ତଙ୍କ ଆକ୍ରମଣରେ ଓଡିଶା ଡିଜିପିଙ୍କୁ ନୋଟିସ୍ ଜାରି କଲେ ଜାତୀୟ ମାନବାଧିକାର କମିଶନ ଦୁଇ ସପ୍ତାହ ମଧ୍ୟରେ ରିପୋର୍ଟ ତଲବ

ଭୁବନେଶ୍ୱର,03।09:ଜାତୀୟ ମାନବାଧିକାର କମିଶନ (ଏନଏଚଆରସି) ଏକ ଗଣମାଧ୍ୟମ ରିପୋର୍ଟର ସ୍ୱତଃ ସଂଜ୍ଞାନ ନେଇଛନ୍ତି, ଯେଉଁଥିରେ ଦର୍ଶାଯାଇଥିଲା ଯେ ୨୯ ଅଗଷ୍ଟ, ୨୦୨୫ ରେ ଓଡ଼ିଶାର ନବରଙ୍ଗପୁର ଜିଲ୍ଲାର ପାପଡାହାଣ୍ଡି ଅଞ୍ଚଳରେ ଜଣେ ସାମ୍ବାଦିକଙ୍କୁ ଜନୈକ ନିଶାଶକ୍ତ ବ୍ୟକ୍ତି ଅନେକ ଥର ଛୁରାମାଡ଼ କରିଥିଲେ। ତାଙ୍କ ବିରୁଦ୍ଧରେ ଅଭିଯୋଗ କରିବାରୁ ସେ ଏହି ଆକ୍ରମଣ କରିଥିଲେ। ପୀଡିତ ସାମ୍ବାଦିକଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କମିଶନ କହିଛନ୍ତି ଯେ, ଯଦି ଏହି ଖବର ସତ୍ୟ ତେବେ ଏହା ମାନବାଧିକାର ଉଲ୍ଲଂଘନର ଏକ ଗମ୍ଭୀର ପ୍ରସଙ୍ଗ ଅଟେ। ତେଣୁ, କମିଶନ ଓଡ଼ିଶାର ପୋଲିସ ମହାନିର୍ଦ୍ଦେଶକଙ୍କୁ ଏକ ନୋଟିସ୍ ଜାରି କରି ଦୁଇ ସପ୍ତାହ ମଧ୍ୟରେ ଏ ସମ୍ପର୍କରେ ବିସ୍ତୃତ ରିପୋର୍ଟ ସଂଗ୍ରହ କରିବା ପାଇଁ ନିର୍ଦ୍ଦେଶ ଜାରି କରିଛନ୍ତି। ତଦନ୍ତର ସ୍ଥିତି ଏବଂ ଆହତ ସାମ୍ବାଦିକଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ସୂଚନା ପ୍ରଦାନ କରିବାକୁ ମଧ୍ୟ କୁହାଯାଇଛି। ୩୦ ଅଗଷ୍ଟ, ୨୦୨୫ରେ ପ୍ରସାରିତ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ଏହି ଘଟଣା ସାମ୍ବାଦିକ ଏବଂ ଅଞ୍ଚଳର ବାସିନ୍ଦାଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଛି।

  • Related Posts

    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading
    ଜଣେ ବି ଚାଷୀର ଧାନ ରହିବ ନାହିଁ: ସମବାୟ ମନ୍ତ୍ରୀ

    ଭୁବନେଶ୍ୱର: ଏଥର ଖରିଫରେ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଛି। ଧାନ ବିକ୍ରି କରିଛନ୍ତି ୧୮ ଲକ୍ଷ ୬୪ ହଜାର ଚାଷୀ। ଏଯାବତ ୭୭ ଲକ୍ଷ ମେଟ୍ରିକ୍ ଟନ ଧାନ କିଣା ସରିଛି। ବାକି ବଳକା ଧାନ କିଣିବାକୁ ୭ ଦିନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ