
ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନକୁ ନେଇ ଶନିବାର ବିଜେଡି ସଭାପତି ନବୀନ ପଟ୍ଟନାୟକ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି । ବିଜେପି ଘୋଡ଼ା ବେପାର କରୁଛି ବୋଲି ନବୀନ କହିଛନ୍ତି । ଏହାଛଡ଼ା ସେ କହିଛନ୍ତି ବିଜେପି କରୁଥିବା ଘୋଡ଼ା ବେପାର ଗଣତାନ୍ତ୍ରିକ ବ୍ୟବସ୍ଥାରେ ଏକ ଅପରାଧ ।
ରାଜ୍ୟ ସଭା ନିର୍ବାଚନ ନେଇ ବିଧାନସଭାରେ ବିଜେଡିର ମକ ପୋଲିଂ ଚାଲିଛି। ଶନିବାର ସନ୍ଧ୍ୟାରେ ନବୀନ ନିବାସରେ ବିଜେଡି ବିଧାୟକମାନଙ୍କର ଏକ ବଡ଼ଧରଣର ବୈଠକ ରହିଛି। ସନ୍ଧ୍ୟା ୫.୩୦ରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ପ୍ରଶିକ୍ଷଣ ଦେବେ। ରାଜ୍ୟ ସଭା ନିର୍ବାଚନ ପରିଚାଳନା ଉପରେ ନବୀନ ପଟ୍ଟନାୟକ ଗୁରୁତ୍ୱ ଦେବେ। ବିଜେଡି ବିଧାୟକମାନେ ଯୋଗ ଦେଇ ନିର୍ବାଚନ ପ୍ରକ୍ରିୟା ବାବଦରେ ବୁଝିବେ।
ରାଜ୍ୟ ସଭା ନିର୍ବାଚନ ମାର୍ଚ୍ଚ ୧୬ରେ ଅନୁଷ୍ଠିତ ହେବ। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ବିଜେପି ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ ଏକାଠି ରଖିବା ପାଇଁ ସବୁ ପ୍ରକାର ବଳ ଲଗାଇ ଦେଇଛନ୍ତି।




