
ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଅସୁସ୍ଥ ହୋଇପଡ଼ିଛନ୍ତି । ଏନେଇ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରବିବାର ଅପରାହ୍ନ ୫ଟା ୧୫ରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ଡିହାଇଡ୍ରେସନ ଯୋଗୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ଏନେଇ ସମ୍ପୃକ୍ତ ଘରୋଇ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି ।



