ନବୀନ ନିଜେ ଓଡ଼ିଆ ଲୋକଙ୍କୁ ତାଚ୍ଛଲ୍ୟ କରିଥିଲେ:ତଥାଗତ

ଭୁବନେଶ୍ୱର: ସାଧାରଣତଃ ପ୍ରଶାସନିକ ବ୍ୟବସ୍ଥାରେ ଜଣେ ଆଇଏଏସ୍‌ ଅଧିକାରୀ ସରକାରୀ ଚାକିରିରୁ ଅବସର ନେବା ପରେ ନିଜ ଜନ୍ମସ୍ଥାନକୁ ଫେରିବାର ଲକ୍ଷ୍ୟ କରାଯାଏ। କିନ୍ତୁ ପାଣ୍ଡିଆନ୍‌ଙ୍କୁ ଦଳର ମଙ୍ଗ ଧରାଇ ନବୀନ ନିଜେ ଓଡ଼ିଆ ଲୋକଙ୍କୁ ତାଚ୍ଛଲ୍ୟ କରିଥିଲେ। ନବୀନ ଭାବିଥିଲେ ଯେ ସେ ଛେଳି, ମେଣ୍ଢା, ବଳଦ, ବିଲୁଆ ଯାହାକୁ ନାହିଁ ତାକୁ ଛିଡ଼ା କରିଦେଲେ ସେ ଜିତିଯିବ। ଓଡ଼ିଶାକୁ ନିଜ ଜାଗିରି ବୋଲି ଧରି ନେଇଥିଲେ ବୋଲି ପୂର୍ବତନ ସାଂସଦ ତଥାଗତ ସତପଥୀ ନିଜ ଖବର କାଗଜର ସମ୍ପାଦକୀୟରେ ଲେଖିଛନ୍ତି।
ତଥାଗତ ନିଜ ସମ୍ପାଦକୀୟରେ ଲେଖିଛନ୍ତି, ୨୦୨୪ ଓଡ଼ିଶା ପାଇଁ ଥିଲା ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ। ବିଜେଡିର ୨୪ ବର୍ଷ ଶାସନର ଅବସାନ ଘଟିଥିଲା। ଲୋକଙ୍କର ଏକ ନିରବ ବିପ୍ଳବ ନିର୍ବାଚନରେ ପ୍ରତିଫଳିତ ହୋଇଥିଲା। ଭୋଟର ସ୍ପଷ୍ଟ କରିଦେଲେ ଯେ, ଗଣତନ୍ତ୍ରରେ ସମାନ୍ତବାଦର ସ୍ଥାନନାହିଁ। କେତେକ ଗୋଷ୍ଠୀ ଏହି ନିର୍ବାଚନୀ ବିପର୍ୟ୍ୟୟ ଭି.କେ ପାଣ୍ଡିଆନ୍‌ ଯୋଗୁ ହୋଇଥିବା କହୁଥିବା ବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାଜୟ ପାଇଁ ଭାଜପାକୁ ଶ୍ରେୟ ଦେଇଛନ୍ତି। ନିଜଟରେ ବିଜେଡିର ପ୍ରତିଷ୍ଠା ଦିବସରେ ଦଳୀୟ ସଭାପତି ନବୀନ କହିଥିଲେ, ଭାଜପାର ନକାରାତ୍ମକ ପ୍ରଚାରକୁ କାଉଣ୍ଟର କରିପାରିଲୁ ନାହିଁ। ବାସ୍ତବରେ ଦେଖିବାକୁ ଗଲେ ଏହି ପରାଜୟ ପାଇଁ ପାଣ୍ଡିଆନ୍‌ ନୁହନ୍ତି କି ଭାଜପା ନୁହେଁ, ନିଜେ ନବୀନ ଦାୟୀ ବୋଲି ଶ୍ରୀ ସତପଥୀ ଲେଖିଛନ୍ତି।

  • Related Posts

    ପୁଣି ସକ୍ରିୟ ହେଲେ କି ପାଣ୍ଡିଆନ ?

    ପୁରୀ/ଭୁବନେଶ୍ବର: ସାଧାରଣ ନିର୍ବାଚନ 2024ରେ ବିଜେଡିର ପରାଜୟ ପରେ ରାଜନୀତିରୁ ଅବସର ଘୋଷଣା କରିଥିବା ଭୈରବ କାର୍ତ୍ତିକେୟନ ପାଣ୍ଡିଆନ ପୁଣି ସକ୍ରିୟ ହେଉଛନ୍ତି କି ? ଶନିବାର ବିଳମ୍ବିତ ରାତିରେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହ ବିଜେଡି…

    Continue reading
    ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ କଳଙ୍କିତ ଅଧ୍ୟାୟର ଆଖ୍ୟା ଦେଇଛନ୍ତି ଯୁବସମାଜ

    ଭୁବନେଶ୍ବର,: ଛାତ୍ର ସଂସଦ ନିର୍ବାଚନକୁ ନେଇ ତେଜିଲା ରାଜନୀତି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ମନ୍ତବ୍ୟ ପରେ କଡା ଜବାବ ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି ଯେ ଓଡ଼ିଶାରେ ଛାତ୍ର ସଂସଦ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି