ନବୀନ ନିବାସରେ ପାଣ୍ଡିଆନ

ଭୁବନେଶ୍ୱର: ନବୀନ ନିବାସରେ ପାଣ୍ଡିଆନ। ତାଙ୍କୁ ନେଇ କିଛି ଭିଡିଓ ଭାଇରାଲ ପରେ ଚର୍ଚ୍ଚା ସତ ବୋଲି କୁହାଯାଉଛି। ତେବେ ସମସ୍ତେ ଜାଣନ୍ତି ଯେ କିଛିଦିନ ଧରି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ଅସୁସ୍ଥ ଥିଲେ। ମୁମ୍ବାଇର କୋକିଳା ବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଅସ୍ତ୍ରୋପଚାର ହେବା ପରେ ସେ ଶନିବାର ଭୁବନେଶ୍ୱର ଫେରିଛନ୍ତି। ନବୀନ ଆସିବା ପରେ ପାଣ୍ଡିଆନ ନବୀନ ନିବାସରେ ପହଞ୍ଚିଥିବା ଦେଖାଯାଇଛି। ସେଠାରେ ଉପସ୍ଥିତ ନେତା କର୍ମୀ ତାଙ୍କୁ ସ୍ବାଗତ ମଧ୍ୟ କରିଛନ୍ତି।

ସୂଚନାଯୋଗ୍ୟ, ଗତ ୨୨ ତାରିଖରେ ଅସ୍ତ୍ରୋପଚାର ଲାଗି ନବୀନ ଗତ ୨୦ରୁ ମୁମ୍ବାଇ ଗସ୍ତରେ ଯାଇଥିଲେ। ତାଙ୍କ ତାଙ୍କର ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଅସ୍ତ୍ରୋପଚାର ସଫଳ ହୋଇଥିବା ବେଳେ ସେ ହସ୍ପିଟାଲରୁ ମଧ୍ୟ ଗତ ସପ୍ତାହରେ ଡିସ୍‌ଚାର୍ଜ ହୋଇଥିଲେ। ଡିସ୍‌ଚାର୍ଜ ହେବା ସମୟରେ ସେ ଡାକ୍ତରମାନଙ୍କ ସହ ଭେଟୁଥିବାର ଏକ ଭିଡିଓ ମଧ୍ୟ ଜାରି କରିଥିଲେ। ଏହାପରେ ସେ ଫିଜିଓଥେରାପି ନେବା ଲାଗି କିଛିଦିନ ପାଇଁ ମୁମ୍ବାଇରେ ରହିବେ ବୋଲି ତାଙ୍କ ରାଜନୈତିକ ସଚିବ ସନ୍ତୃପ୍ତ ମିଶ୍ର ସୂଚନା ମଧ୍ୟ ଦେଇଥିଲେ।

  • Related Posts

    ୧୬୯ ଜନଜାତି ଗୋଷ୍ଠୀକୁ ST ମାନ୍ୟତା ଦାବି ଦୋହରାଇଲେ ନବୀନ

    ଭୁବନେଶ୍ୱର: ଓଡ଼ିଶାର ୧୬୯ଟି ଜନଜାତି ଗୋଷ୍ଠୀକୁ ଅନୁସୂଚିତ ଜନଜାତି (ST) ତାଲିକାରେ ସାମିଲ କରିବା ଦାବି ଦୋହରାଇଛନ୍ତି ବିଜୁ ଜନତା ଦଳ (ବିଜେଡି) ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ଦାବି ହାସଲ ପାଇଁ ବିଜେଡିର ଉଦ୍ୟମ…

    Continue reading
    ଆଦିବାସୀମାନଙ୍କ ଉନ୍ନତି ସାଧିତ କରିବା ବିଜୁ ଜନତା ଦଳର ଲକ୍ଷ୍ୟ: ବିଜେଡି

    ଭୁବନେଶ୍ୱର: ଜନଜାତିଙ୍କ ସଂସ୍କୃତି ଓ ପରମ୍ପରାକୁ ସମ୍ମାନ ଜଣାଇ ବିଜୁ ଜନତା ଦଳ ପକ୍ଷରୁ ଶଙ୍ଖ ଭବନରେ ବିଶ୍ୱ ଆଦିବାସୀ ଦିବସ ଏବଂ ମହାନ କ୍ରାନ୍ତି ଦିବସ ପାଳିତ ହୋଇଯାଇଛି । ବିଜୁ ଜନତା ଦଳର ଆଦିବାସୀ ସେଲ୍ର ଆବାହକତ୍ୱରେ ଆୟୋଜିତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ