ନବୀନ ନିବାସରେ ରାଜ୍ୟପାଳ

ଭୁବନେଶ୍ୱର : ନବୀନ ପଟ୍ଟନାୟକଙ୍କୁ ଭେଟିଲେ ରାଜ୍ୟପାଳ । ନବୀନ ନିବାସ ଯାଇ ବିଜେଡି ସୁପ୍ରିମୋଙ୍କୁ ଭେଟିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି । ଏହି ଅବସରରେ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ରାଜ୍ୟପାଳ ।ଗତ କିଛି ଦିନ ପୂର୍ବେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡ଼ିଥିଲା । ଯାହାପରେ ନବୀନଙ୍କୁ ତୁରନ୍ତ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତିନି ଦିନ ଧରି ଚିକିତ୍ସା ହେବା ପରେ ଅଗଷ୍ଟ ୨୦ ତାରିଖରେ ଘରୋଇ ମେଡିକାଲରୁ ଡିସଚାର୍ଜ ହୋଇଥିଲେ । ବର୍ତ୍ତମାନ ସେ ନବୀନ ନିବାସରେ ଅଛନ୍ତି । ନିୟମିତ ଭାବେ ଏକ ଡାକ୍ତରୀ ଟିମ୍‌ ନବୀନଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖିଛନ୍ତି । ଏହିକ୍ରମରେ ରାଜ୍ୟପାଳ ହରିବାବୁ କମ୍ଭମପତି ନବୀନ ନିବାସ ଯାଇ ବିଜେଡି ସୁପ୍ରିମୋଙ୍କୁ ଭେଟିଛନ୍ତି। ନବୀନଙ୍କୁ ଭେଟିବା ସହ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି ।
ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ନବୀନ ନିବାସ ଯାଇ ବିରୋଧୀ ଦଳ ନେତାଙ୍କୁ ଭେଟିଥିଲେ । ଏହାସହ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଥିଲେ ।

  • Related Posts

    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading
    ଜଣେ ବି ଚାଷୀର ଧାନ ରହିବ ନାହିଁ: ସମବାୟ ମନ୍ତ୍ରୀ

    ଭୁବନେଶ୍ୱର: ଏଥର ଖରିଫରେ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଛି। ଧାନ ବିକ୍ରି କରିଛନ୍ତି ୧୮ ଲକ୍ଷ ୬୪ ହଜାର ଚାଷୀ। ଏଯାବତ ୭୭ ଲକ୍ଷ ମେଟ୍ରିକ୍ ଟନ ଧାନ କିଣା ସରିଛି। ବାକି ବଳକା ଧାନ କିଣିବାକୁ ୭ ଦିନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ