ନବ ଦାସ ହତ୍ୟା ମାମଲା: ବନ୍ଧୁକ ଛଡାଇଥିବା ଯୁବକଙ୍କୁ ଜେରା

ଭୁବନେଶ୍ଵର: ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଖୋଳତାଡ ଜାରି ରଖିଛି। ଆଜି ବ୍ରଜରାଜନଗର ଥାନାରେ ପହଞ୍ଚି କ୍ରାଇମବ୍ରାଞ୍ଚ ଟିମ୍ ସରୋଜ ସା ନାମକ ଜଣେ ଯୁବକଙ୍କୁ ପଚରାଉଚରା କରୁଥିବା ସୂଚନା ମିଳିଛି। ସରୋଜ ହତ୍ୟାକାଣ୍ଡ ଦିନ ଘଟଣାସ୍ଥଳରେ ଉପସ୍ଥିତ ଥିଲେ। ତତ୍କାଳୀନ ଆଇଆଇସିଙ୍କ ବନ୍ଧୁକ ଛଡାଇ ଆଣିଥିଲେ ସରୋଜ। ଦୀର୍ଘ ଦୁଇ ବର୍ଷ ପରେ କ୍ରାଇମବ୍ରାଞ୍ଚ ଏହି ମାମଲାରେ ତଦନ୍ତ କରୁଛି। ପ୍ରଥମେ ନବଙ୍କ ପରିବାର ଲୋକଙ୍କୁ ଭେଟି ସମସ୍ତ ସଦସ୍ୟଙ୍କ ବୟାନ ରେକର୍ଡ କରିଛି । ପରେ ଘଟଣାସ୍ଥଳକୁ ଯାଇ ଖୋଳତାଡ କରିବା ସହ ଡାକ୍ତରଖାନାକୁ ଯାଇ ଡାକ୍ତରଙ୍କୁ ମଧ୍ୟ ଜେରା କରାଯାଇଛି। ବର୍ତ୍ତମାନ ବନ୍ଧୁକ ଛଡାଇଥିବା ଯୁବକଙ୍କୁ ଅଧିକ ପଚରାଉଚରା କରୁଛି କ୍ରାଇମବ୍ରାଞ୍ଚ ଟିମ୍।

  • Related Posts

    ରାଜନଗରରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

    ରାଜନଗର: କେନ୍ଦ୍ରାପଡା ଜିଲ୍ଲା ରାଜନଗର ଠାରେ ରାକ୍ଷୀ ପୂର୍ଣ୍ଣମୀ ଦିନ କୋଲ୍ଡ ଡ୍ରିଙ୍କ୍‌ ପିଆଇବାକୁ ଡାକି ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁସାରେ ଗତ ରାକ୍ଷୀ ପୂର୍ଣ୍ଣିମା ଦିନ ପୀଡିତାଙ୍କୁ ସଂପର୍କୀୟ…

    Continue reading
    ଆଖିବୁଜିଲେ ବରଗଡ଼ ନାବାଳିକା

    ବରଗଡ଼: ଦୁଃଖଦ…ଆଖିବୁଜିଲେ ବରଗଡ଼ ଅର୍ଦ୍ଧଦଗ୍ଧ ନାବାଳିକା । ବୁର୍ଲାମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଆଖି ବୁଜିଛନ୍ତି । ବରଗଡ଼ରୁ ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ଆଜି ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ବରଗଡ଼ ଜିଲ୍ଲା ଗାଇସିଲେଟ ଥାନା ଅଞ୍ଚଳରେଅଷ୍ଟମ ଶ୍ରେଣୀରେ ପଢ଼ୁଥିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶାରେ ୨ଟି ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

    ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ପଦବୀ ପୂରଣ ପାଇଁ ଗଠନ ହେବ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ

    ସ୍ୱଚ୍ଛ ଶକ୍ତି ଅଭିବୃଦ୍ଧିରେ ବ୍ୟାଟେରି ଶକ୍ତି ସଂରକ୍ଷଣ ବିପ୍ଳବ ଆଣିବ – ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

    ତଟରେଖା ଠାରୁ ଆକାଶରେଖା ପର୍ଯ୍ୟନ୍ତ ଓଡ଼ିଶା ସାମୁଦ୍ରିକ ବୋର୍ଡ ଏକ ଅସୀମ ସାମୁଦ୍ରିକ ଭବିଷ୍ୟତ ଆଡ଼କୁ ଅଗ୍ରସର ହେଉଛି

    ନିର୍ଦ୍ଧାରିତ ସମୟ ମଧ୍ୟରେ ରାଜ୍ୟବାସୀଙ୍କୁ ସ୍ଵଚ୍ଛ ନିରାପଦ ପାନୀୟ ଜଳ ଯୋଗାଣ ପାଇଁ ଉତ୍ତରଦାୟୀ ହେବେ ଅଧିକାରୀ ମନ୍ତ୍ରୀ

    ଜାତୀୟ ଆଇଟିଆଇ ଉନ୍ନତିକରଣ ଯୋଜନା ପାଇଁ ଉଚ୍ଚସ୍ତରୀୟ ପରାମର୍ଶଦାତା କର୍ମଶାଳାର ଆୟୋଜିତ