ନଭେମ୍ବର ୧ରୁ ଶିମିଳିପାଳ ଖୋଲିବା ନେଇ ଅନିଶ୍ଚିତତା !

ବାରିପଦା: ବାତ୍ୟା ଓର୍ଣ୍ଣାବ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଥିଲେ ମଧ୍ୟ ଏହାର ପ୍ରଭାବରେ ମୟୂରଭଞ୍ଜ ଜିଲ୍ଲା ସମେତ ଶିମିଳିପାଳ ଅଞ୍ଚଳରେ ଲଗାତାର ବର୍ଷା ଲାଗି ରହିଛି । ଏହାକୁ ନେଇ ଆସନ୍ତା ନଭେମ୍ବର ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିିମିଳିପାଳ ଅଭୟାରଣ୍ୟ ଖୋଲିବା ନେଇ ଅନିଶ୍ଚିତତା ଦେଖା ଦେଇଛି । ନଭେମ୍ବର ୧ ରୁ ଶିମିଳିପାଳ ପର୍ଯ୍ୟଟକଙ୍କ ପାଇଁ ଖୋଲିବା ନେଇ ଗତ ୧୫ତାରିଖରେ ଶିମିଳିପାଳ ବ୍ୟାଘ୍ରପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା ବେଳେ ଗତ ୨୭ ତାରିଖରୁ ଶିମିଳିପାଳ, ଯଶିପୁର ଓ ବାରିପଦା ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ଲାଗି ରହିଛି ।

ଏହାର ପ୍ରଭାବରେ ଶିମିଳିପାଳ ଅଭୟାରଣ୍ୟ ଭିତରେ ଥିବା ଅନେକ କଚ୍ଚା ରାସ୍ତା ଧୋଇ ହୋଇ ଯାଇଥିବା ବେଳେ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି । ବୁଢାବଳଙ୍ଗ, ଖଇରୀ ଓ ଦେଓ ନଦୀରେ ଜଳପ୍ରବାହ ବଢିଥିବାରୁ ଯାତାୟାତ ଓ ପର୍ଯ୍ୟଟକଙ୍କ ସୁରକ୍ଷାକୁ ନେଇ ଚିନ୍ତା ବଢିଛି । ପାଣିପାଗ ପୂର୍ବାନୁମାନ ଅନୁଯାୟୀ ଅକ୍ଟୋବର ୩୧ ଓ ନଭେମ୍ବର ୧ ତାରିଖ ମଧ୍ୟରେ ମଧ୍ୟ ଶିମିଳିପାଳ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି । ଏପରିକି ନଭେମ୍ବର ୨ ଓ ୩ ରେ ଘଡଘଡି ସହ ବର୍ଷା ହୋଇପାରେ ବୋଲି ଆଶଙ୍କା କରାଯାଉଛି ।

ଅନ୍ୟପକ୍ଷରେ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇ ବନ ବିଭାଗ ପକ୍ଷରୁ ରାସ୍ତା ମରାମତି ଓ ନଦୀ ପୋଲ ଗୁଡିକର ସ୍ଥିତି ଯାଞ୍ଚ କରାଯାଉଥିବା ସୂଚନା ମିଳିଛି । ବର୍ଷା ଲାଗି ରହିଲେ ଶିମିଳିପାଳ ଖୋଲିବା କାର୍ଯ୍ୟକ୍ରମକୁ ହୁଏତ ଆଉ ୨ ରୁ ୩ ଦିନ ଘୁଞ୍ଚାଇ ଦିଆଯାଇପାରେ ବୋଲି ଚର୍ଚ୍ଚା ହେଉଛି । ତେବେ ଏ ସଂପର୍କରେ କ୍ଷେତ୍ର ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପକ୍ଷରୁ ଏଯାବତ୍ କୌଣସି ଆନୁଷ୍ଠାନିକ ସୂଚନା ପ୍ରକାଶ ପାଇନାହିଁ। ତେଣୁ ଶିମିଳିପାଳ ଭ୍ରମଣ ପାଇଁ ଯୋଜନା କରୁଥିବା ପର୍ଯ୍ୟଟକ ମାନେ ଯାତ୍ରା ପୂର୍ବରୁ ଶିମିଳିପାଳ ଟାଇଗର ରିଜର୍ଭର ଅଧିକାରୀଙ୍କ ସୂଚନା ଯାଞ୍ଚ କରିବାକୁ ପରାମର୍ଶ ଦିଆଯାଇଛି । ଏନେଇ ଏସଟିଆରଙ୍କ ସହ ଯୋଗାଯୋଗ ପାଇଁ ଚେଷ୍ଟା ସତ୍ତେ୍ୱ ଯୋଗାଯୋଗ ହୋଇପାରିନାହିଁ ।

  • Related Posts

    ଗଞ୍ଜାମକୁ ଅତିରିକ୍ତ ୨୦ କୋଟି ଟଙ୍କା ରିଲିଫ୍ ସହାୟତା

    ବ୍ରହ୍ମପୁର: ବାତ୍ୟା ‘ଅର୍ଣ୍ଣବ’ ଓ ପରବର୍ତ୍ତୀ ପ୍ରବଳ ବର୍ଷା ଯୋଗୁଁ ଗଞ୍ଜାମ ସମେତ ଦକ୍ଷିଣ ଓଡ଼ିଶାରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ଓ ବ୍ୟାପକ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅପରାହ୍ନରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା…

    Continue reading
    ୨୦୨୭ର ସରକାରୀ ଛୁଟି ତାଲିକା ଜାଣନ୍ତୁ

    ଭୁବନେଶ୍ୱର: ଆସନ୍ତା ୨୦୨୭ ବର୍ଷ ପାଇଁ ସରକାରୀ ଛୁଟି  ତାରିଖ ପ୍ରକାଶ ପାଇଛି । ପର୍ବପର୍ବାଣୀ, ସ୍ମରଣୀୟ ଦିବସ ପାଇଁ ରାଜ୍ୟର ସମସ୍ତ  ସରକାରୀ କାର୍ଯ୍ୟାଳୟ ଏବଂ ରାଜସ୍ୱ ଓ ମ୍ୟାଜିଷ୍ଟେରିଆଲ୍‌ କୋର୍ଟ (କାର୍ଯନିର୍ବାହୀ)  ପାଇଁ ଛୁଟି ଘୋଷଣା କରାଯାଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି