ନଭେମ୍ବର ୧୮ରୁ ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର :ଓଡ଼ିଶାବିଧାନସଭାର ୧୭ ତମ ଶୀତକାଳୀନ ଅଧିବେଶନ ନଭେମ୍ବର ୧୮ ତାରିଖରୁ ଆରମ୍ଭ ହେବ। ଏହି ଅଧିବେଶନ ଡିସେମ୍ବର ୩୧ ତାରିଖ ପର୍ୟ୍ୟନ୍ତ ଚାଲିବ। ରାଜ୍ୟପାଳଙ୍କ ଅନୁମୋଦନ କ୍ରମେ ଏହି ସୂଚନା ଓ ଅସ୍ଥାୟୀ ସୂଚୀ ପ୍ରକାଶ ପାଇଛି। ସମୁଦାୟ ୪୪ ଦିନର ଏହି ଅଧିବେଶନରେ ୩୩ଟି କାର୍ଯ୍ୟଦିବସ ରହିବ। ଅଧିବେଶନର ପ୍ରଥମ ଦିନ ଅର୍ଥାତ୍ ନଭେମ୍ବର ୧୮ ତାରିଖରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ୍ ଗୃହରେ ଆଗତ କରାଯିବ। ସେହିପରି ନଭେମ୍ବର ୨୫, ୨୬ ଏବଂ ୨୭ ତାରିଖରେ ଅତିରିକ୍ତ ବଜେଟ୍‌ର ବ୍ୟୟ ମଞ୍ଜୁରୀ ବା ଅନୁଦାନ ଦାବି ଉପରେ ଆଲୋଚନା କରାଯିବ। ନଭେମ୍ବର ୩୦ ତାରିଖରେ ଏହି ସମ୍ପର୍କିତ ବ୍ୟୟ ମଞ୍ଜୁରୀ ବିଲ୍ ଗୃହରେ ଆଗତ ଓ ପାରିତ ହେବାର ସୂଚୀ ରହିଛି।

  • Related Posts

    ୧୭ଟି ଜିଲ୍ଲାରେ ଜାରି ହେଲା ଆକସ୍ମିକ ବନ୍ୟା ସୂଚନା

    ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ନୟାଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ବରଗଡ଼, ସମ୍ବଲପୁର, ଅନୁଗୁଳ, ଖୋର୍ଦ୍ଧା, ପୁରୀ, ନୂଆପଡ଼ା, ବଲାଙ୍ଗୀର ଓ ଝାରସୁଗୁଡ଼ା ଆଦି ୧୭ଟି ଜିଲ୍ଲାରେ ଆକସ୍ମିକ ବନ୍ୟା ନେଇ…

    Continue reading
    ‘ଅର୍ଣ୍ଣବ’ର ପ୍ରଭାବରେ ତଳମୁଣ୍ଡ ଅଞ୍ଚଳରେ ବନ୍ୟା ସ୍ଥିତି

    ଭୁବନେଶ୍ୱର:ସାମୁଦ୍ରିକ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ପ୍ରବଳ ପବନ ଓ ଲଗାଣ ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ଅଞ୍ଚଳ, ବିଶେଷକରି ଅକ୍ଟୋବର ୨୮ରୁ ୨୯ ତାରିଖ ମଧ୍ୟରେ ରାଜ୍ୟର ପ୍ରମୁଖ ନଦୀଗୁଡ଼ିକର ତଳମୁଣ୍ଡ ଅଞ୍ଚଳରେ ଜଳସ୍ତର ଆଶାତୀତ ଭାବେ ବୃଦ୍ଧି ପାଇ ସ୍ୱାଭାବିକଠାରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା