ନଭେମ୍ବର ୫ରୁ ୧୪ ପର୍ୟ୍ୟନ୍ତ କୁଆଖାଇ ପଠାରେ ଭୁବନେଶ୍ୱର ବାଲିଯାତ୍ରା

ଭୁବନେଶ୍ୱର : ବିଗତ ବର୍ଷମାନଙ୍କ ଭଳି ଚଳିତ ବର୍ଷ ଭୁବନେଶ୍ୱର ବାଲିଯାତ୍ରା ମହୋତ୍ସବ ନଭେମ୍ବର ୫ରୁ ୧୪ ତାରିଖ ପର୍ୟ୍ୟନ୍ତ ଅନୁଷ୍ଠିତ ହେବ । ଏ ନେଇ ଏକ ପ୍ରସ୍ତୁତି ବୈଠକ ଆଜି ଭୁବନେଶ୍ୱରର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରୁଦ୍ର ନାରାୟଣ ମହାନ୍ତିଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସର୍କିଟ୍‌ ହାଉସ୍‌ଠାରେ ଅନୁଷ୍ଠିତ ହୋଇଯାଇଛି ।

ଭୁବନେଶ୍ୱର ବାଲିଯାତ୍ରା ମହୋତ୍ସବ କମିଟି ଏବଂ ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ କୁଆଖାଇ ନଦୀପଠାରେ ଆୟୋଜିତ ହେବାକୁ ଥିବା ଏହି ମହୋତ୍ସବର ବିଭିନ୍ନ ରୂପରେଖ ସଂପର୍କରେ ଆଲୋଚନା କରି ଶ୍ରୀ ମହାନ୍ତି କହିଲେ ଯେ ବାଲିଯାତ୍ରା ହେଉଛି ଆମ ଅସ୍ମିତାର ପରିଚୟ । ଏହି ମହୋତ୍ସବକୁ ସଫଳ କରିବା ନିମନ୍ତେ ପ୍ରଶାସନ ପକ୍ଷରୁ ସମସ୍ତ ସହଯୋଗ ପ୍ରଦାନ କରାଯିବ ।

ବୈଠକର ଆଲୋଚନାରୁ ଜଣାପଡ଼ିଛି ଯେ ଚଳିତ ବର୍ଷ ରାଜ୍ୟର ବିଭିନ୍ନ ଉତ୍ପାଦ ଏଠାରେ ବିକ୍ରୟ କରାଯିବା ନେଇ ବ୍ୟବସ୍ଥା କରାଯିବ । ଏଥି ସହ ରାଜ୍ୟର ଐତିହ୍ୟ, ପରମ୍ପରା ଓ ଅସ୍ମିତାର ସ୍ୱତନ୍ତ୍ର ପ୍ରଦର୍ଶନ କରାଯିବା ସହ ବିଭିନ୍ନ ସାଂସ୍କୃତିକ କାର୍ୟ୍ୟକ୍ରମ ଆୟୋଜିତ ହେବ । ଏଥିପାଇଁ ଆଲୋକୀକରଣ, ସଂଯୋଗୀ ସଡ଼କ ମରାମତି, ପାର୍କିଂ, ପୁଲିସ ମୁତୟନ,ପାନୀୟ ଜଳ ଓ ଶୌଚାଳୟ, ଖାଦ୍ୟ ମାନ ଯାଞ୍ଚ, ଆଶୁ ଚିକିତ୍ସା ବ୍ୟବସ୍ଥା, ସୁରକ୍ଷା ଓ ଟ୍ରାଫିକ୍‌ ଆଦି ସଂପର୍କରେ ଆଲୋଚନା ହୋଇ ସଂପୃକ୍ତ ବିଭାଗମାନଙ୍କୁ ଏ ଦିଗରେ ବିହିତ ପଦକ୍ଷେପ ନେବାକୁ କୁହାଯାଇଥିଲା ।

ଉକ୍ତ ବୈଠକରେ ଯୋଗଦେଇ କମିଟିର ଉପଦେଷ୍ଟା ଶ୍ରୀ ଗୋଲକ ମହାପାତ୍ର ମହୋତ୍ସବ ଆୟୋଜନର ସର୍ବସଫଳତା ପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ିଥିଲେ । ଚଳିତ ବର୍ଷ ଭୁବନେଶ୍ୱର ବାଲିଯାତ୍ରାର ସଫଳ ପରିଚାଳନା ଉପରେ ସେ ଗୁରୁତ୍ୱାରୋପ କରିଥିଲେ । ପ୍ରାରମ୍ଭରେ କମିଟିର କାର୍ୟ୍ୟକାରୀ ସଭାପତି ଶ୍ରୀ ଯଶୋବନ୍ତ ଓଝା ମହୋତ୍ସବ ପାଳନର ରୂପରେଖ ସଂପର୍କରେ ଧାରଣା ଦେଇଥିଲେ । ଉପଜିଲ୍ଲାପାଳ ଡ. ମନୋରଞ୍ଜନ ସାହୁ, ଜିଲ୍ଲା ପରିଷଦ ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀମତୀ କସ୍ତୁରୀବାଳା ଜେନା, ଭୁବନେଶ୍ୱର ବିଡିଓ ଶ୍ରୀ ଦେବୀ ପ୍ରସାଦ ମହାନ୍ତି, ବିଭିନ୍ନ ବିଭାଗୀୟ ଅଧିକାରୀ ଏବଂ କମିଟିର ସଂପାଦକ ଶ୍ରୀ ସୁବାଷ ପାତ୍ର, ଉପଦେଷ୍ଟା ଶ୍ରୀ ଜୀବନ ବଡ଼ୁ, ଶ୍ରୀ ଅଭୟ ବଡ଼ଜେନା, ଅନ୍ନପୂର୍ଣ୍ଣା ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    ବିଜେପିର ୪୬ ତମ ପ୍ରତିଷ୍ଠା ଦିବସ: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

    ଭୁବନେଶ୍ବର: ବିଶ୍ବର ସର୍ବବୃହତ ରାଜନୈତିକ ଦଳ ବିଜେପିର ଆଜି ୪୬ ତମ ପ୍ରତିଷ୍ଠା ଦିବସ । ୪୫ ବର୍ଷ ତଳେ ଆଜିର ଦିନରେ ଅର୍ଥାତ ୬ ଏପ୍ରିଲ ୧୯୮୦ରେ ତିଆରି ହୋଇଥିଲା ଭାରତୀୟ ଜନତା ପାର୍ଟୀ। ବିଜେପିର ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା…

    Continue reading
    କଟକ ନେତାଜୀ ବସ ଟର୍ମିନାଲ ସ୍ଥାନାନ୍ତର ଦାବି ଉଠାଇଲେ ଭର୍ତ୍ତୃହରି

    କଟକ : କଟକ ନେତାଜୀ ବସ ଟର୍ମିନାଲରେ ସ୍ଥାନାନ୍ତର ନେଇ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କ ଦାବି । ଭର୍ତ୍ତୃହରି କହିଛନ୍ତି, କଟକ ବସ ଗମନାଗମନ ସୁଗମ କରିବାକୁ କାଠଯୋଡ଼ି ଉପରେ ୧୩୦ କୋଟି ଟଙ୍କା ବ୍ୟୟରେ ୬ ଲେନ୍ ସେତୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ