ନର୍ସଙ୍କ ଡ୍ରେସ୍‌ କୋଡ୍‌ରେ ପରିବର୍ତ୍ତନ

ଭୁବନେଶ୍ୱର: ଓଡ଼ିଶା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନର୍ସଙ୍କ ଡ୍ରେସ୍‌ କୋଡ୍‌ରେ ପରିବର୍ତ୍ତନ ହୋଇଛି। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି।

ତେବେ ସିନିୟର୍‌ ନର୍ସିଂ ଅଫିସରଙ୍କ ପାଇଁ ଈଷତ୍‌ ବାଇଗଣୀ ରଙ୍ଗର ଡ୍ରେସ୍‌ କୋଡ୍‌ ଥିବାବେଳେ ଆସିଷ୍ଟାଣ୍ଟ ନର୍ସିଂ ସୁପରିଣ୍ଟେଣ୍ଡେଣ୍ଟଙ୍କ ପାଇଁ କେୟନ ବ୍ଲୁ ରଙ୍ଗର ଡ୍ରେସ୍‌ କୋଡ୍‌ ରହିଛି। ସେହିପରି ଡେପୁଟି ନର୍ସିଂ ସୁପରିଣ୍ଟେଣ୍ଡେଣ୍ଟ/ନର୍ସିଂ ସୁୁପରିଣ୍ଟେଣ୍ଡେଣ୍ଟଙ୍କ ପାଇଁ ଧଳା ରଙ୍ଗ ରହିଛି। ଜେନେରାଲ ଓ୍ବାର୍ଡରେ ଡ୍ୟୁଟି କରୁଥିବା ନର୍ସ ଧଳା ରଙ୍ଗର ଆପ୍ରନ୍‌ ପିନ୍ଧିବେ ବୋଲି ନିଷ୍ପତ୍ତି ନିଆଯାଇଛି। ନର୍ସିଂ ଅଫିସରଙ୍କ ୟୁନିଫର୍ମ କଲାରରେ ସମ୍ବଲପୁରୀ ଝଲକ ରହିବ।

Related Posts

ଖୁବଶୀଘ୍ର ଭୁବନେଶ୍ୱର-ଜୟପୁର ବିମାନସେବା:ଅପରାଜିତା

ଭୁବନେଶ୍ୱର : ଖୁବଶୀଘ୍ର ଭୁବନେଶ୍ୱର-ଜୟପୁର ବିମାନସେବା। ଏଥିସହିତ ଭୁବନେଶ୍ୱର ବିମାନ ବନ୍ଦର ତୃତୀୟ ଏୟାର ଟର୍ମିନାଲ କୁ ଖୁବ୍ ଶୀଘ୍ର କାର୍ଯ୍ୟକ୍ଷମ କରାଯିବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଙ୍କ ସହିତ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦର ର…

Continue reading
ତେଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁରରେ ଭୟାବହ ଅଗ୍ନିକାଣ୍ଡ। ଉଲୁଣ୍ଡା ବ୍ଲକ ସାହାଣୀଡିହ ଶ୍ରୀ ଜଗଦମ୍ବା ତେଲ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟିଛି । ଏନେଇ ଖବର ପାଇ ନିଆଁକୁ ଆୟତ୍ତ କରିବା ପାଇଁ ବିନିକା ଅଗ୍ନିଶମ ବିଭାଗ ଉଦ୍ୟମ ଜାରି ରଖିଛି । ଫ୍ୟାକ୍ଟ୍ରିରେ ନିଆଁ…

Continue reading

Leave a Reply

Your email address will not be published. Required fields are marked *

You Missed

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ