ନାବାଳିକାକୁ ଗଣଦୁଷ୍କର୍ମ ପରେ ହତ୍ୟା

ବରଗଡ଼: ବୁର୍ଲା ନିକଟ ହୀରାକୁଦ ଜଳଭଣ୍ଡାର ଫିସରି ପଏଣ୍ଟ ଜଙ୍ଗଲରୁ ରବିବାର ଜଣେ ନାବାଳିକାଙ୍କ କ୍ଷତବିକ୍ଷତ ଗଳିତ ମୃତଦେହ ଉଦ୍ଧାର କରିଛି ପୁଲିସ୍‌ । ନାବାଳିକାକୁ ଘରୁ ଅପହରଣ କରି ଗଣଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି । ହତ୍ୟାରେ ଏକାଧିକ ବ୍ୟକ୍ତିଙ୍କ ସମ୍ପୃକ୍ତି ରହିଛି । ଅପହରଣରେ ସମ୍ପୃକ୍ତ ନାବାଳିକାଙ୍କ ପୁରୁଷ ବନ୍ଧୁକୁ ପୁଲିସ୍‌ ଅଟକ ରଖିଛି । ଅନ୍ୟ ଜଣେ ଅଭିଯୁକ୍ତ ଫେରାର ଅଛି । ବ୍ୟବଚ୍ଛେଦ ରିପୋର୍ଟରୁ ଏହା ଦୁଷ୍କର୍ମ କି ଗଣଦୁଷ୍କର୍ମ ପରେ ହତ୍ୟା ନା କେବଳ ହତ୍ୟା ତାହା ସ୍ପଷ୍ଟ ହେବ ବୋଲି ପୁଲିସ୍‌ କହିଛି । ପୁଲିସ୍‌ ସୂଚନା ଅନୁଯାୟୀ, ମୃତ ନାବାଳିକାଙ୍କ ଘର ବରଗଡ଼ ଜିଲ୍ଲା ଟାଉନ୍‌ ଥାନାଞ୍ଚଳରେ । ତାଙ୍କ ବୟସ ୧୭ ବର୍ଷ । ସେ ୧୯ ତାରିଖରୁ ନିଖୋଜ ଥିଲେ । ଏ ନେଇ ପରିବାର ଲୋକେ ବରଗଡ଼ ଟାଉନ୍‌ ଥାନାରେ ଅଭିଯୋଗ କରିଥିଲେ । ପୁଲିସ୍‌ ମାମଲା ରୁଜୁ କରି ତଦନ୍ତ କରୁଥିଲା । ନାବାଳିକା ଜଣକ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ପଳାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିଲା । ଏହାପରେ ପୁରୁଷ ବନ୍ଧୁଙ୍କୁ କାବୁ କରି ନାବାଳିକାଙ୍କ ସମ୍ପର୍କରେ ପଚରାଉଚରା କରିବା ପରେ ସେ ହତ୍ୟା କରିଥିବା ସ୍ୱୀକାର କରିଥିଲା । ନାବାଳିକାଙ୍କ ହତ୍ୟାରେ ଅନ୍ୟ ଜଣେ ଯୁବକଙ୍କ ସମ୍ପୃକ୍ତି ଥିବା ପୁଲିସ୍‌ ଜାଣିବାକୁ ପାଇଛି । ରବିବାର ସକାଳେ ବରଗଡ଼ ପୁଲିସ୍‌ ଟିମ୍‌ ଅଭିଯୁକ୍ତ ପୁରୁଷବନ୍ଧୁକୁ ଧରି ହତ୍ୟାକାଣ୍ଡ ସ୍ଥଳରେ ପହଞ୍ଚିଥିଲା । ନାବାଳିକାକୁ ଘରୁ ଅପହରଣ କରିବା ଦିନ ପୁରୁଷ ବନ୍ଧୁ ଏବଂ ତା’ର ସାଙ୍ଗ ହୀରାକୁଦ ଜଳଭଣ୍ଡାର ନିକଟ ଜଙ୍ଗଲକୁ ନେଇ ସେଠାରେ ଦୁଷ୍କର୍ମ କରିବା ପରେ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଥିବା ପୁଲିସ୍‌ ଅନୁମାନ କରୁଛି । ନାବାଳିକା ଜଣକ ଘରୁ ଏକ ମୋବାଇଲ୍‌ ଏବଂ ୧୫୦୦୦ ଟଙ୍କା ଆଣିଥିବା ପରିବାର ଲୋକେ କହୁଛନ୍ତି । ହେଲେ ମୋବାଇଲ୍‌ କିମ୍ବା ଟଙ୍କା ଉଦ୍ଧାର ହୋଇନାହିଁ । ବରଗଡ଼ ଏସ୍‌ଡିପିଓ ପଦାରବିନ୍ଦ ତ୍ରିପାଠୀ, ଟାଉନ୍‌ ଥାନାଧିକାରୀ ସତ୍ୟଜିତ କାଣ୍ଡେଲକର, ବୁର୍ଲା ଥାନାଧିକାରୀ ସୌମ୍ୟକାନ୍ତ ବଳିଆର୍‌ ସିଂଙ୍କ ସଦଳବଳ ଘଟଣାସ୍ଥଳରେ ତଦନ୍ତ କରିଛନ୍ତି । ସାଇଣ୍ଟିଫିକ୍‌ ଟିମ୍‌ ନମୁନା ସଂଗ୍ରହ କରିଛି । ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ଶବ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି । ଖୁବ୍‌ଶୀଘ୍ର ଅନ୍ୟ ଅଭିଯୁକ୍ତକୁ ଗିରଫ କରାଯିବ ବୋଲି ଏସ୍‌ଡିପିଓ ଶ୍ରୀ ତ୍ରିପାଠୀ ସୂଚନା ଦେଇଛନ୍ତି।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ