ନାବାଳିକାଙ୍କୁ ଟେକିନେଇ ଗଣଦୁଷ୍କର୍ମ ଅଭିଯୋଗ

ରାଇରଙ୍ଗପୁର : ନାବାଳିକାଙ୍କୁ ଟେକିନେଇ ଗଣଦୁଷ୍କର୍ମ ଅଭିଯୋଗ । ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। ଅଭିଯୋଗ ଅନୁଯାୟୀ, ଦୁଇ ଭଉଣୀ ଗାଁ ପୋଖରୀକୁ ଶୌଚ ହେବା ପାଇଁ ଯାଇଥିବା ବେଳେ ୪ ଜଣ ଯୁବକ ସେଠାରେ ପହଞ୍ଚିଥିଲେ। ସେମାନେ ବଳପୂର୍ବକ ସାନ ଭଉଣୀକୁ ଉଠାଇ ନେଇଥିଲେ। ନାବାଳିକାଙ୍କୁ ନିଶାଦ୍ରବ୍ୟ ଦେଇ ଚାରିଜଣ ଯୁବକ ଗଣଦୁଷ୍କର୍ମ କରିଥିଲେ। ପରେ ଗାଁ ନିକଟରେ ଫିଙ୍ଗି ଦେଇ ଫେରାର ହୋଇଯାଇଥିଲେ ଅଭିଯୁକ୍ତ।

ସେପଟେ ଖବର ପାଇବା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ନାବାଳିକାଙ୍କୁ ଉଦ୍ଧାର କରି ରାଇରଙ୍ଗପୁର ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ଏନେଇ ଟାଉନ ଥାନାରେ ପରିବାର ଲୋକ ଲିଖିତ ଅଭିଯୋଗ କରିଛନ୍ତି । ପୁଲିସ ପକ୍ସୋ ଆକ୍ଟରେ ମାମଲା ରୁଜୁ କରି ତଦନ୍ତ କରୁଛି। ପରିବାର ଲୋକେ ଅଭିଯୁକ୍ତଙ୍କୁ ଗିରଫ ଦାବି କରୁଛନ୍ତି।

  • Related Posts

    ରାଜଧାନୀରେ ବୁଲିଲା ଖଣ୍ଡା

    ଭୁବନେଶ୍ବର :ରାଜଧାନୀରେ ବୁଲିଲା ଖଣ୍ଡା। ଦୋକାନ ଭାଙ୍ଗିବା ସହ ବାପା ପୁଅଙ୍କୁ ହାଣିଲେ ଦୁର୍ବୃତ୍ତ। ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲ ପାଖ ବସ୍ତିରେ ୪ରୁ ୫ଜଣ ଦୁର୍ବୃତ୍ତ ଆସି ଆକ୍ରମଣ କରିଥିଲେ। ଆହତ ଦିଲ୍ଲିପ ଓ ରାଜେନ୍ଦ୍ରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଦୁର୍ବୃତ୍ତ…

    Continue reading
    ‘ରେଡ୍ ଫ୍ଲାଗ୍’ ଅନ୍ତର୍ଭୁକ୍ତ ହେବ ରାୟଗଡ଼ା ଭିଡ ହିଂସା

    ରାୟଗଡ଼ା: ‘ରେଡ୍ ଫ୍ଲାଗ୍’ ଅନ୍ତର୍ଭୁକ୍ତ ହେବ ରାୟଗଡ଼ା ଭିଡ ହିଂସା। ଏନେଇ ରାଜ୍ୟ ପୋଲିସ ମୁଖ୍ୟାଳୟକୁ ଅନୁରୋଧ କରାଯାଇଥିବା ସୂଚନା ଦେଇଛନ୍ତି ରାୟଗଡ଼ା ଏସପି ରାଜ ପ୍ରସାଦ। ଘଟଣାରେ ବର୍ତ୍ତମାନ ସୁଦ୍ଧା ୨୦ ଜଣଙ୍କୁ ଗିରଫ କରାଯାଇଛି। ବାକି ଅଭିଯୁକ୍ତଙ୍କୁ ଧରିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ