ନାବାଳିକାଙ୍କ ଚିକିତ୍ସାର ସମସ୍ତ ଖର୍ଚ୍ଚ ବହନ କରିବେ ସରକାର: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁରୀ ଜିଲା ବଳଙ୍ଗା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କ ଦେହରେ ନିଆଁ ଲଗାଇଦେବା ଘଟଣାରେ କ୍ଷୋଭ ପ୍ରକାଶ କରିବା ସହ ଏକ ବଡ଼ ବୟାନ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଏହି ଖବର ଶୁଣି ମୁଁ ବ୍ୟଥିତ ଓ ମର୍ମାହତ, ଝିଅଟିକୁ ଏମସ ସ୍ଥାନାନ୍ତର କରାଯାଇଛି। ତା’ ଚିକିତ୍ସାର ସମସ୍ତ ଖର୍ଚ୍ଚ ସରକାର ବହନ କରିବେ। ଏଥିସହିତ ଦୋଷୀଙ୍କ ବିରୋଧରେ କଡ଼ା କାର୍ୟ୍ୟାନୁଷ୍ଠାନ ଗ୍ରହଣ କରି ଦୋଷୀଙ୍କୁ ତୁରନ୍ତ ଗିରଫ କରିବାକୁ ଉପମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବାଲେଶ୍ୱର ଏଫ୍‌ଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମହୂତି ଉଦ୍ୟମ ଘଟଣା ମନର ଲିଭିନଥିବା ବେଳେ ଆଉ ଏକ ମାମଲା ସାମ୍ନାକୁ ଆସିଛି । ନାବାଳିକାଙ୍କ ଦେହରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ । ପୁରୀ ଜିଲ୍ଲା ନିମାପଡ଼ା ବଳଙ୍ଗା ବାଇଆବର ଅଞ୍ଚଳରୁ ଆସିଛି ଏକ ଭୟଙ୍କର ଚିତ୍ର । ଯେଉଁଠି ଜଣେ ଯୁକ୍ତ ୨ ଛାତ୍ରୀଙ୍କୁ ନିଆଁ ଲଗାଇ ଦେଇଛନ୍ତି ୩ ଜଣ ଦୁର୍ବୃତ୍ତ । ଖବର ଅନୁଯାୟୀ, ଚାଲି ଚାଲି ସାଙ୍ଗ ଘରକୁ ଯାଉଥିବା ସମୟରେ ହଠାତ୍ ଅଧାରାସ୍ତାରେ ୩ ଜଣ ଯୁବକ ଛାତ୍ରୀଙ୍କ ଦେହରେ ନିଆଁ ଲଗାଇ ପୋଡ଼ିବାକୁ ଉଦ୍ୟମ କରିଥିଲେ। ଯେଉଁଥିରେ ଛାତ୍ରୀ ଜଣକ ଗୁରୁତର ହୋଇଥିବା ଜଣାପଡିଛି। ଏହାସହିତ ରାସ୍ତାରେ ୩ ଜଣ ଦୁର୍ବୃତ୍ତ ଅସଦାଚରଣ କରିଥିବା ଅଭିଯୋଗ ମଧ୍ୟ ଆସିଛି ।
ତେବେ ନିଆଁ ଲଗାଇଥିବା ଯୁବକମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତର ଛାତ୍ରୀଙ୍କୁ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ଅବସ୍ଥା ଗୁରୁତର ଥିବାରୁ ଛାତ୍ରୀଙ୍କୁ ଭୁବନେଶ୍ୱର ସ୍ଥିତ ଏମ୍‌ସ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ବାକି ବଳଙ୍ଗା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ ଆରମ୍ଭ କରିଛି । ହେଲେ ବର୍ତ୍ତମାନ ଯାଏଁ ନିଆଁ ଲଗାଇବାର ସଠିକ୍ କାରଣ ଜଣାପଡିନାହିଁ ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ