ନାଳରେ ବୁଡ଼ି ମାଆ,ପୁଅ ମୃତ

ଫୁଲବାଣୀ : କନ୍ଧମାଳ ଜିଲ୍ଲାର ଚକାପାଦ ବ୍ଲକ ପସରା ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଳରେ ବୁଡିଯାଇ ଜଣେ ମହିଳା ଏବଂ ତାଙ୍କର ପାଞ୍ଚ ବର୍ଷର ଶିଶୁପୁତ୍ରର ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ପସରା ପଞ୍ଚାୟତ ପଖାଳଖିଆ ଗ୍ରାମ ଖଉବଣର କଇନ୍ତା ଭୋଇ (୪୫) ଓ ତାଙ୍କ ନାବାଳକ ପୁତ୍ର ଆରତ(୫) ପାଖ ଜଙ୍ଗଲକୁ ଯାଇଥିଲେ। ବହୁ ବିଳମ୍ବ ପର୍ୟ୍ୟନ୍ତ ସେମାନେ ନ ଆସିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ।
ଶେଷରେ ଜଙ୍ଗଲ ମଧ୍ୟରେ ଥିବା ଏକ ନାଳରେ ମାଆ ଓ ଶିଶୁ ପୁତ୍ର ଭାସୁଥିବା ଦେଖିବାକୁ ମିଳିଥିଲା। ସଙ୍ଗେ ସଙ୍ଗେ ସେମାନଙ୍କୁ ଉଦ୍ଧାର କରି ବ୍ରାହ୍ମଣପାଦ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲା। ତେବେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ଚକାପାଦ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଥିଲା ପୁଲିସ। ତେବେ କେଉଁ ପରିସ୍ଥିତିରେ ମାଆ, ପୁଅ ନାଳ ଭିତରକୁ ଖସି ପଡିଥିଲେ, ତାହା ବର୍ତ୍ତମାନ ସୁଦ୍ଧା ଜଣା ପଡିନାହିଁ। ଘଟଣାର ତଦନ୍ତ ଚାଲିଥିବା ତଦନ୍ତ ଅଧିକାରୀ ଏ ଏସ ଆଇ ନାରାୟଣ ପ୍ରଧାନ ସୂଚନା ଦେଇଛନ୍ତି।

  • Garvita Odia

    Related Posts

    ଉଦିତ ପ୍ରଧାନ ଗିରଫ ଘଟଣା: କଂଗ୍ରେସ କମିଟି ଗଠନ

    ଭୁବନେଶ୍ୱର: ଦୁଷ୍କର୍ମ ଅଭିଯୋଗରେ ଉଦିତ ପ୍ରଧାନ ଗିରଫ ହେବା ଘଟଣାରେ କଂଗ୍ରେସ କମିଟି ଗଠନ କରାଯାଇଛି । ଘଟଣାର ଅନୁଧ୍ୟାନ ପାଇଁ ପ୍ରଦେଶ କଂଗ୍ରେସ ପକ୍ଷରୁ ଏହି କମିଟି ଗଠନ କରାଯାଇଛି । ସସ୍ମିତା ବେହେରାଙ୍କ ନେତୃତ୍ୱରେ ୬ ଜଣିଆ କମିଟି…

    ଗାଧୋଇବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର

    କୋକସରା: କଳାହାଣ୍ଡି ଜିଲା କୋକସରା ବ୍ଳକ ଆମପାଣି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ଆମପାଣି ଥାନା ଅଞ୍ଚଳର ଜଣେ…

    Leave a Reply

    Your email address will not be published. Required fields are marked *

    You Missed

    ଆଜିଠୁ ସଂସଦର ମୌସୁମୀ ଅଧିବେଶନ

    ଆଜିଠୁ ସଂସଦର ମୌସୁମୀ ଅଧିବେଶନ

    ମୁମ୍ବାଇ ଟ୍ରେନ ବିସ୍ଫୋରଣ ମାମଲା, ୧୧ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

    ମୁମ୍ବାଇ ଟ୍ରେନ ବିସ୍ଫୋରଣ ମାମଲା, ୧୧ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

    ଉଦିତ ପ୍ରଧାନ ଗିରଫ ଘଟଣା: କଂଗ୍ରେସ କମିଟି ଗଠନ

    ଉଦିତ ପ୍ରଧାନ ଗିରଫ  ଘଟଣା: କଂଗ୍ରେସ କମିଟି ଗଠନ

    ଗାଧୋଇବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର

    ଗାଧୋଇବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର

    ଉଦିତ ପ୍ରଧାନ ନିଲମ୍ବିତ

    ଉଦିତ ପ୍ରଧାନ ନିଲମ୍ବିତ

    ବଳାତ୍କାର ଅଭିଯୋଗ: ଗିରଫ ହେଲେ ଛାତ୍ର କଂଗ୍ରେସ ସଭାପତି

    ବଳାତ୍କାର ଅଭିଯୋଗ: ଗିରଫ ହେଲେ ଛାତ୍ର କଂଗ୍ରେସ ସଭାପତି