ନିଆଁରେ ଜଳିଗଲେ ମହିଳା ସ୍ୱାସ୍ଥ୍ୟ କର୍ମୀ

ଦେଓଗାଁ: ନିଆଁରେ ଜଳିଗଲେ ମହିଳା ସ୍ୱାସ୍ଥ୍ୟ କର୍ମୀ। ଦେଓଗାଁ ରାମଚନ୍ଦ୍ରପୁର ସ୍ୱାସ୍ଥ୍ୟ ଉପକେନ୍ଦ୍ର ର ମହିଳା କର୍ମୀ ନିଆଁ ପୋଡି ଯାଇ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ତାଙ୍କ ସ୍ଵାମୀ ସାମାନ୍ୟ ଆହତ ହୋଇଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲ୍ଲା ଦେଓଗାଁ ଥାନା ରାମଚନ୍ଦ୍ରପୁର ଗାଁରେ। ମିଳିଥିବା ସୂଚନା ଅନୁଯାୟୀ ଏହି ଗାଁ ର ସ୍ୱାସ୍ଥ୍ୟ ଉପକେନ୍ଦ୍ର ମହିଳା କର୍ମୀ ଜୟନ୍ତୀ ବାରିକ ଗତକାଲି ଶୋଇଥିବାବେଳେ କୌଣସି କାରଣ ବଶତଃ ଘରେ ନିଆଁ ଲାଗି ଯାଇଥିଲା। ଫଳରେ ମହିଳା ସ୍ଵାସ୍ଥ୍ୟକର୍ମୀ ଜଣକ ଜୀବନ୍ତ ଦଗ୍ଧ ହୋଇଯାଇଥିବାବେଳେ ତାଙ୍କ ସ୍ଵାମୀ ଉପେନ୍ଦ୍ର କାଲସାଏ ସାମାନ୍ୟ ଆହତ ହୋଇଥିଲେ। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ସେପଟେ ଏହା ଏକ ସୁଚିନ୍ତିତ ହତ୍ୟାକାଣ୍ଡ ବୋଲି ଗ୍ରାମବାସୀମାନେ ସନ୍ଦେହ କରୁଛନ୍ତି।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ