
ଜଟଣୀ : ଖୋର୍ଦ୍ଧା ଜିଲ୍ଲା ଜଟଣୀ ବ୍ଲକ ରଥୀପୁର ଗାଁରେ ଅଘଟଣ । ନିଆଁ ଲାଗି ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳାଙ୍କ ନାଁ ରୀନା ପ୍ରଧାନ ବୋଲି ଜଣାପଡିଛି । ଜଟଣୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଆରମ୍ଭ କରିଛି । କିଛି ମାସ ପୂର୍ବରୁ ରୀନାଙ୍କ ପୁଅଙ୍କର ମୃତ୍ୟୁ ହୋଇଥିଲା । ପୁଅର ମୃତ୍ୟୁ ପରେ ରୀନାଙ୍କ ମାନସିକ ସ୍ଥିତି ସେତେଟା ଠିକ୍ ନଥିଲା । ଏହିକ୍ରମରେ ରବିବାର ଦିନ ସକାଳେ ପୂଜା କରୁଥିଲେ । ଦୀପ ଜାଳୁଥିବା ସମୟରେ ହଠାତ୍ ତାଙ୍କ ଲୁଗାରେ ନିଆଁ ଲାଗିଯାଇଥିଲା । ଯାହାପରେ ତାଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି ।