ନିଜ ବୋହୂଙ୍କ ପାଇଁ ପ୍ରଚାର କରୁଛନ୍ତି ଓଡିଶା ରାଜ୍ୟପାଳ:ଅଜୟ କୁମାର

ଭୁବନେଶ୍ବର: ଗୃହରାଜ୍ୟ ଝାଡଖଣ୍ଡର ବିଧାନସଭା ନିର୍ବାଚନୀ ରାଜନୀତିରେ ପ୍ରତ୍ୟେକ୍ଷ ଭାବେ ସମ୍ପୃକ୍ତ ଅଛନ୍ତି ରାଜ୍ୟପାଳ ରଘୁବର ଦାଶ । ଏଥର ପ୍ରାର୍ଥୀ ହୋଇଥିବା ନିଜ ବୋହୂ ପୂର୍ଣ୍ଣିମା ଦାସ ସାହୁଙ୍କ ପାଇଁ ପ୍ରଚାର ମଧ୍ୟ କରୁଛନ୍ତି । ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ଓଡିଶା ଗସ୍ତ ସମୟରେ ରାଜଭବନରେ ରାଜ୍ୟପାଳଙ୍କ ସହ ହୋଇଥିବା ସାକ୍ଷାତ ଓ ଆଲୋଚନା ଏହି ଝାଡଖଣ୍ଡ ବିଧାନସଭା ନିର୍ବାଚନ ସମ୍ପର୍କିତ ଥିଲା । ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଅତିଥି ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମାଙ୍କ ମଧ୍ୟରେ ରାଜଭବନରେ ହୋଇଥିବା ଆଲୋଚନା କେବଳ ରାଜନୈତିକ ଉଦ୍ଦେଶ୍ୟମୂଳକ ଥିଲା ବୋଲି ସାଙ୍ଘାତିକ ଅଭିଯୋଗ ଆଣିଛି କଂଗ୍ରେସ । ରାଜ୍ୟପାଳ ରଘୁବରଙ୍କ ବିରୋଧରେ ଏପରି ଅଭିଯୋଗ ଆଣି ଦଳର ରାଜ୍ୟ ପ୍ରଭାରୀ ଅଜୟ କୁମାର ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଚିଠି ଲେଖିଛନ୍ତି ।
ରାଜ୍ୟପାଳଙ୍କ ନାମରେ ଝାଡଖଣ୍ଡ ଜାମେସଦପୁର-ପୂର୍ବ ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ତଥା ଓଡିଶା ପ୍ରଭାରୀ ଡ଼ଃ ଅଜୟ କୁମାର କେନ୍ଦ୍ରୀୟ ନିର୍ବାଚନ ଆୟୋଗଙ୍କ ହସ୍ତକ୍ଷେପ ଲୋଡି ଏହି ଚିଠି ଲଖିଛନ୍ତି । ରାଜ୍ୟପାଳ ରଘୁବର ଝାଡ଼ଖଣ୍ଡ ନିର୍ବାଚନରେ ସକ୍ରିୟ ଅଂଶଗ୍ରହଣ କରୁଛନ୍ତି । ଯାହା ତାଙ୍କର ସାମ୍ବିଧାନିକ ପଦ-ମର୍ୟ୍ୟାଦାକୁ କ୍ଷୂର୍ଣ୍ଣ କରୁଛି । ରାଜ୍ୟପାଳ ରଘୁବର ଦାସ ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରୁଛନ୍ତି ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି ଅଜୟ ।

  • Related Posts

    ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼

    ଧର୍ମଶାଳା: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି ଗାଁରେ ଘଟିଛି ଏହି ଘଟଣା। ଏହାର ପ୍ରତିବାଦରେ ଏସ୍‌ପି ଅଫିସ୍ ଆଗରେ ବିଜେଡି କର୍ମୀ ଧାରଣା ଦେଇଛନ୍ତି। ଜିଲ୍ଲାର ପ୍ରମୁଖ ନେତାମାନେ…

    Continue reading
    ‘ବିକଶିତ ଭାରତ’ ନିର୍ମାଣ ପାଇଁ ଭାରତବର୍ଷ ଦୃତ ଗତିରେ ଆଗେଇ ଚାଲିଛି : ଡି.ପୁରନ୍ଦେଶ୍ୱରୀ

    ଭୁବନେଶ୍ୱର: ନାଟକ ବା ପଥପ୍ରାନ୍ତ ନାଟକ ଜରିଆରେ ସରକାରଙ୍କ କଲ୍ୟାଣକାରୀ ଯୋଜନା ଓ ବିକାଶମୁଳକ କାର୍ଯ୍ୟଗୁଡିକୁ ଲୋକଙ୍କ ପାଖରେ ପହଂଚାଇବା ଉଦ୍ଦେଶ୍ୟରେ ‘ନମୋ ସେବା ଗାଥା’ ର ପ୍ରଦର୍ଶନ ଅତ୍ୟନ୍ତ ପ୍ରଶଂସନୀୟ ବୋଲି କହିବା ସହିତ ସେବା ହିଁ ସଂକଳ୍ପ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ