ନିବେଶକାରୀଙ୍କ ପାଇଁ ବାତାବରଣ ସୃଷ୍ଟି କରନ୍ତୁ ମୁଖ୍ୟମନ୍ତ୍ରୀ:ପ୍ରତାପ ଦେବ

ଭୁବନେଶ୍ୱର: ଓଡ଼ିଶାକୁ ବିଦେଶରୁ ଆସିବ ନିବେଶ। ସିଙ୍ଗାପୁରରେ ଶିଳ୍ପ ଜଗତର ଶୀର୍ଷ ନେତୃତ୍ୱଙ୍କୁ ଭେଟି ଓଡ଼ିଶାକୁ ନିମନ୍ତ୍ରଣ ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିପାଇଁ ୬ ଦିନିଆ ସିଙ୍ଗାପୁର ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ଓ ବରିଷ୍ଠ ପ୍ରତିନିଧି ମଣ୍ଡଳୀ ।

ସେପଟେ ମୁଖ୍ୟମନ୍ତ୍ରୀଙ୍କ ବିଦେଶ ଗସ୍ତକୁ ନେଇ ବିଜେଡି ବିଧାୟକ ପ୍ରତାପ ଦେବ କହିଛନ୍ତି, “ଯଦି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାକୁ ପୁଞ୍ଜି ଆଣିବାକୁ ସିଙ୍ଗାପୁର ଯାଉଛନ୍ତି ତେବେ ଏହା ଏକ ସ୍ବାଗତ ଯୋଗ୍ୟ ଅଟେ । ଅପରପକ୍ଷରେ ମୁଖ୍ୟମନ୍ତ୍ରୀ ମଧ୍ୟ ଦାୟିତ୍ୱ ନେବା ଉଚିତ୍ । ଯେଉଁ ନିବେଶକାରୀ ଓଡ଼ିଶା ସହିତ ପୂର୍ବରୁ ଚୁକ୍ତି କରିଛନ୍ତି, ସେମାନେ କିପରି ଓଡ଼ିଶାରେ ପୁଞ୍ଜି ନିବେଶ ଆନୁକୂଳ କରିବେ ସେ ବାତାବରଣ ଓଡିଶାରେ କରିବା ଦରକାର । ଆଗରୁ ମଧ୍ୟ କହିଛି ଜଣେ ଶିଳ୍ପପତିକୁ ଉତ୍ତମ ବାତାବରଣ ଦରକାର । ସେ ବିଶ୍ୱାସ ରାଜ୍ୟ ସରକାର ଦେବା ଉଚିତ୍ । ମୁଖ୍ୟମନ୍ତ୍ରୀଙ୍କୁ ଏତିକି ଅନୁରୋଧ ସେପରି ବାତାବରଣ ସୃଷ୍ଟି କରନ୍ତୁ । ପୂର୍ବ ସରକାରରେ ବହୁ ବଡ଼ ବଡ଼ ଅନୁଷ୍ଠାନମାନଙ୍କ ସହିତ ଚୁକ୍ତି କରିଥିଲେ ହେଲେ ଏବେ ସେମାନେ ପଳାଇବାକୁ ବସିଲେଣି । ନିପନ୍ ଷ୍ଟିଲ, JSWର ଯେହେତୁ ଏମଓୟୁ ହୋଇଛି, ସେମାନେ କେମିତି ଓଡ଼ିଶାରେ ପୁଞ୍ଜି ନିବେଶ କରିବେ ସେ ପ୍ରତି ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେବା ଆବଶ୍ୟକ ।”

  • Related Posts

     ଆସନ୍ତା କାଲି ଦେଶର ୭୫୦ ଜିଲ୍ଲା ମୁଖ୍ୟାଳୟରେ ‘‘ବିକଶିତ ଭାରତ ସଂକଳ୍ପ ସଭା’’ଅନୁଷ୍ଠିତ ହେବ

    ଭାରତର ଗଣତାନ୍ତ୍ରିକ ଇତିହାସରେ ଏକ ଅତ୍ୟନ୍ତ ଗୌରବମୟ ଦିନ: ଶ୍ରୀ ମନମୋହନ ସାମଲ ଭୂବନେଶ୍ୱର, ତା.୦୬/୧୦: ସରକାରଙ୍କ ମୁଖ୍ୟ ଭାବରେ ନିରବଚ୍ଛିନ୍ନ ୨୫ ବର୍ଷର ଗୌରବମୟ ନେତୃତ୍ୱ ପୂରଣ କରିଥିବାରୁ କେନ୍ଦ୍ର କ୍ୟାବିନେଟ୍ ଆଜି ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କୁ…

    Continue reading
    ଅସ୍ତିତ୍ୱ ହରାଇ ବିଜେଡି ଏବେ ‘ନିର୍ମୂଳୀ ଲତା’ସଦୃଶ

     ଇଣ୍ଡି ମେଂଟ ଓ କଂଗ୍ରେସର ନୈତିକତାର ବଡ଼ ବଡ଼ କଥା କେବଳ ରାଜନୈତିକ ଡ୍ରାମାବାଜି  ବିଜେଡି ଓ ‘ଇଣ୍ଡି’ ମେଂଟର ମଧୁଚନ୍ଦ୍ରିକା ବହୁ ପୁରୁଣା  ନିଜ ରାଜନୈତିକ ସ୍ୱାର୍ଥ ପାଇଁ ଏବେ ବିଭିନ୍ନ ସାହାରା ଖୋଜୁଛି ବିଜୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ