‘ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାରେ ବିଫଳ ସରକାର’

ବିଜେଡିର ବରିଷ୍ଠ ନେତା ଭୃଗୁ ବକ୍ସିପାତ୍ର କହିଛନ୍ତି, “ମହାନଦୀ ଜଳ ବିବାଦକୁ ନେଇ ବିଜେପି ଦଳ ଓଡ଼ିଶାରେ ବିରୋଧୀ ଦଳରେ ଥିବାବେଳେ ତକ୍ରାଳୀନ ରାଜ୍ୟ ସରକାରଙ୍କୁ ବିରୋଧ କରୁଥିଲେ । ଏବେ ସରକାରକୁ ଆସିବା ପରେ ତାହାକୁ ଭୁଲି ଯାଇଛନ୍ତି । ଟ୍ରିପଲ ଇଞ୍ଜିନ ସରକାର ଥାଇ ମହାନଦୀ ଜଳ ବିବାଦର ସମାଧାନ ହୋଇନପାରିବା ଅତ୍ୟନ୍ତ ଲଜ୍ଜାଜନକ । ସରକାରକୁ ଆସିବା ପରେ ବିଜେପି ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାରେ ବିଫଳ ହୋଇଛି । ଓଡ଼ିଶାବାସୀଙ୍କୁ ମିଛ କହି ଭୁଆଁ ବୁଲାଉଛନ୍ତି । ଜଳ ବିବାଦର ସମାଧାନ ନ ହେବା ଫଳରେ ଓଡ଼ିଶାରେ ଯେଉଁ ବନ୍ୟା ପରିସ୍ଥିତି ଉପୁଜିଛି ତାହା ବିଜେପି ସରକାର ପାଇଁ ହୋଇଛି । ବନ୍ୟାରେ ଓଡ଼ିଶା ଉବୁଟୁବୁ ହେଉଥିବା ବେଳେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ଯାଇ ଆଲୋଚନା କରୁଛନ୍ତି ।”

ଭୃଗୁ ବକ୍ସିପାତ୍ର ଆହୁରି କହିଛନ୍ତି, “ମହାନଦୀ ଜଳ ବିବାଦ ସମାଧାନ ପାଇଁ ଟ୍ରିବ୍ୟୁନାଲ ଗଠନ ହୋଇଛି । ଉକ୍ତ ଟ୍ରିବ୍ୟୁନାଲ ୬ ଦିନ ଧରି ଓଡ଼ିଶା ବୁଲିକି ଗଲେ । ଏନେଇ ରାଜ୍ୟ ସରକାର ପ୍ରାୟ ୩ କୋଟି ଟଙ୍କା ଖର୍ଚ୍ଚ କରିଲେ, କିନ୍ତୁ ଫଳ ଶୂନ୍ୟ । ଓଡ଼ିଶାକୁ ନ ଜଣାଇ ଛତିଶଗଡ କଲମା ବ୍ୟାରେଜ ଗେଟ୍ ଖୋଲିବାରୁ ଓଡ଼ିଶାରେ ବନ୍ୟା ବିତ୍ପାତ ହେଲା । ଏଥିପାଇଁ ବିଜେପି ସରକାର ହିଁ ସମ୍ପୂର୍ଣ୍ଣ ଭାବେ ଦାୟୀ । ଗତ ଜୁନ ୨୦୨୪ରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ସତ୍ୟବାଦୀ ଗସ୍ତରେ ଆସି ୩ ମାସରେ ମହାନଦୀ ଜଳ ବିବାଦର ସମାଧାନ ହେବ ବୋଲି କହିଥିଲେ, କିନ୍ତୁ ବର୍ତ୍ତମାନ ସୁଦ୍ଧା ତାହା ହୋଇପାରିଲା ନାହିଁ । ମୁଖ୍ୟମନ୍ତ୍ରୀ ଦଳୀୟ ସ୍ୱାର୍ଥକୁ ଛାଡି ଓଡ଼ିଶାର ସ୍ୱାର୍ଥ ପାଇଁ ନିଜକୁ ସମର୍ପଣ କରନ୍ତୁ । ଅନ୍ୟମାନଙ୍କୁ ଖୁସି କରାଇବାକୁ ଛତିଶଗଡ ପାଖରେ ଓଡ଼ିଶାକୁ ବିକି ନ ଦିଅନ୍ତୁ । ଛତିଶଗଡ ସରକାରର ମନମୁଖୀ କାର୍ଯ୍ୟ ଯୋଗୁଁ ଓଡ଼ିଶା ଉପେକ୍ଷିତ ହେଉଛି । ରାଜ୍ୟ ସରକାର ଓଡ଼ିଶାର ବୃହତ୍ତର ସ୍ୱାର୍ଥ ପାଇଁ ସ୍ୱର ଉତ୍ତୋଳନ କରନ୍ତୁ । ମହାନଦୀ ଜଳ ବିବାଦର ସମାଧାନ ପାଇଁ ବୈଠକରେ କ’ଣ ଆଲୋଚନା ହୋଇଛି ତାହାକୁ ତୁରନ୍ତ ସାର୍ବଜନୀନ କରନ୍ତୁ ।”

  • Related Posts

    ବିଧାନସଭା ଉପନିର୍ବାଚନରେ ପ୍ରଶାନ୍ତ କିଶୋର ଆଗୁଆ

    ପାଟନା: ବିହାର, ଗୁଜରାଟ ଏବଂ ମଧ୍ୟପ୍ରଦେଶର ଗୋଟିଏ ଲେଖାଏଁ ଆସନର ହୋଇଥିବା ଉପନର୍ବାଚନରେ ଫଳାଫଳ ଆଜି ପ୍ରକାଶ ପାଇବ । ଏ ନେଇ ଭୋଟ୍ ଗଣତି ଜାରି ରହିଛି । ଏଥିରେ ବିହାରର ବାଙ୍କୀପୁର, ବିଧାନସଭା ଉପନିର୍ବାଚନର ଭୋଟ୍ ଗଣତିରେ ଜନ୍…

    Continue reading
    ବିପତ୍ତି ସମୟରେ ରାଜନୀତି ନକରି ସେବା ଉପରେ ଗୁରୁତ୍ୱ ଦିଅ: ରାଜସ୍ୱ ମନ୍ତ୍ରୀ

    ଓଡ଼ିଶାରେ ବନ୍ୟା ସ୍ଥିତିରେ ସୁଧାର, କ୍ଷୟକ୍ଷତି ଆକଳନ ଆରମ୍ଭ ଭୁବନେଶ୍ୱର: ବନ୍ୟା ସମୟରେ ଚାଲିଥିବା ରାଜନୈତିକ ବୟାନବାଜିକୁ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି, “ଯେଉଁମାନେ କେବଳ ବୟାନବାଜି କରନ୍ତି ସେମାନେ ପ୍ରକୃତରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ