ଭୁବନେଶ୍ୱର: ରାଜ୍ୟର ପ୍ରାୟ ପଚାଶରୁ ଅଧିକ ପଞ୍ଚାୟତ ସମିତିର ଅଧ୍ୟକ୍ଷମାନେ ଶନିବାର ନବୀନ ନିବାସଠାରେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ପଂଚାୟତର ନିର୍ବାଚିତ ପ୍ରତିନିଧିମାନଙ୍କ ପ୍ରଶାସନିକ ଓ ଆର୍ଥିକ କ୍ଷମତା ସଂକୋଚନ ପାଇଁ ରାଜ୍ୟ ସରକାରଙ୍କ ଅଗଣତାନ୍ତ୍ରିକ ନିଷ୍ପତ୍ତି ବିରୋଧରେ ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପଞ୍ଚାୟତର ନିର୍ବାଚିତ ପ୍ରତିନିଧିଙ୍କ ଅଧିକାରର ସୁରକ୍ଷା ପାଇଁ ଆବଶ୍ୟକ ପଡିଲେ ବିଜେଡି ସୁପ୍ରିମକୋର୍ଟ ଯିବ ବୋଲି କହିଲେ ନବୀନ । ନବୀନ ରାଜ୍ୟ ସରକାରଙ୍କ ଏହି ଅଗଣତାନ୍ତ୍ରିକ ନିଷ୍ପତ୍ତିର ନିନ୍ଦା କରିଥିଲେ ଏବଂ ପଞ୍ଚାୟତର ନିର୍ବାଚିତ ପ୍ରତିନିଧିଙ୍କ ସାମ୍ବିଧାନିକ ଅଧିକାରର ସୁରକ୍ଷା ପାଇଁ ବିଜେଡିର ଲଢେଇ ଜାରି ରହିବ ବୋଲି କହିଥିଲେ। ବର୍ତ୍ତମାନ ଏ ବିଷୟ ହାଇକୋର୍ଟଙ୍କ ବିଚରାଧୀନ ରହିଛି। ଆବଶ୍ୟକ ପଡିଲେ ବିଜେଡି ଏଥିପାଇଁ ସୁପ୍ରିମକୋର୍ଟ ଯିବ ବୋଲି ନବୀନ ପ୍ରତିନିଧି ଦଳଙ୍କୁ କହିଥିଲେ। ଏହି ଆଲୋଚନା ସମୟରେ ପଞ୍ଚାୟତ ସମିତି ଅଧ୍ୟକ୍ଷମାନଙ୍କ ସହିତ ବିଧାୟକ ସାରଦା ଜେନା, ନବ ମଲ୍ଲିକ, ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା, ପୂର୍ବତନ ବିଧାୟକ ବିଧାୟକ ଉମା ସାମନ୍ତରାୟ, ପ୍ରଶାନ୍ତ ମୁଦୁଲି ପ୍ରମୁଖ ଉପସ୍ଥିତ ଥିଲେ।
ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ
ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…







