ନିର୍ଭୁଲ ଭୋଟର୍ ତାଲିକା କାର୍ଯ୍ୟର ତଦାରଖ ପାଇଁ ପର୍ଯ୍ୟବେକ୍ଷକଙ୍କ ଦେବଗଡ ଗସ୍ତ ଓ ସମୀକ୍ଷା

ଦେବଗଡ:ଦେବଗଡ଼ ଜିଲ୍ଲାରେ ନିର୍ଭୁଲ ଭୋଟର୍ ତାଲିକା କାର୍ଯ୍ୟର ତଦାରଖ ପାଇଁ ସରକାରଙ୍କ ପକ୍ଷରୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ ହୋଇଥିବା ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଦେବେନ୍ଦ୍ର କୁମାର ନନ୍ଦ ଆଜି ଦେବଗଡ ଗସ୍ତରେ ଆସି ଜିଲ୍ଲାର ବ୍ଲକ୍ ଓ ପ‌ୌରାଚଂଳରେ ଭୋଟର୍ ତାଲିକାକୁ ନିର୍ଭୁଲ ସଂଶୋଧନ ପାଇଁ ସମୀକ୍ଷା କରିଥିଲେ।ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିକାଶ ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଶ୍ରୀ ନନ୍ଦ ଯୋଗ ଦେଇ ଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଓ ପୌରନିର୍ବାଚନ ପାଇଁ ଭୋଟର ତାଲିକା ପ୍ରସ୍ତୁତି ପାଇଁ ଘରକୁ ଘର ଯାଇ ନିର୍ଭୁଲ ଭାବେ ତଥ୍ୟ ସଂଗ୍ରହ ଏବଂ ତ୍ରୁଟି ଶୂନ୍ୟ ଭୋଟର୍ ତାଲିକା ପ୍ରସ୍ତୁତ କରିବା ପାଇଁ କାର୍ଯ୍ୟରେ ନିୟୋଜିତ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ।ପରେ ବାରକୋଟ ବ୍ଲକ୍ କଣ୍ଢଳ ପଞ୍ଚାୟତର ବୁଥ ନମ୍ବର ୪୫ ଓ ୪୮ ପରିଦର୍ଶନ କରିଥିଲେ।ଏହାସହିତ ବୁଥ୍ ସ୍ତରୀୟ ଭୋଟର୍ ଲିଷ୍ଟ୍ ସଂଶୋଧନ ଦାୟିତ୍ବରେ ଥିବା ବିଏଲଓ ଓ ଜନସାଧାରଣ ମାନଙ୍କ ସହ ଆଲୋଚନା କରିଥିଲେ।ଏଥିରେ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ କବୀନ୍ଦ୍ର ସାହୁ,ଉପଜିଲ୍ଲାପାଳ ରଶ୍ମୀରଞ୍ଜନ ମହନ୍ତ,ଜିଲ୍ଲା ପଞ୍ଚାୟତ ଅଧିକାରୀ ହେମନ୍ତ ସିଂ , ଡେପୁଟୀ କଲେକ୍ଟର ଅଞ୍ଜୁନୀ କୁଜୁରଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

  • Related Posts

    ୨୮ରେ ଓଡ଼ିଶା ଆସିବେ ଅମିତ ଶାହ

    ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଆସନ୍ତା ୨୮ ତାରିଖରେ ତାଙ୍କର ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ଅବସରରେ ଅନେକ ସରକାରୀ ଓ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ଅମିତ ଶାହ। ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ…

    Continue reading
    ଗଞ୍ଜାମ ବନ୍ୟା ବିଭୀଷିକା; ୧୨ ଦିନ ପରେ ଖୋଲିଲା ସ୍କୁଲ

    ଗଞ୍ଜାମ: ବାତ୍ୟା ‘ଅର୍ଣ୍ଣବ’ ପରେ ଭୟଙ୍କର ବନ୍ୟାରେ ବେହାଲ ହୋଇପଡ଼ିଥିଲା ଗଞ୍ଜାମ । ବାତ୍ୟା ଯୋଗୁଁ ପ୍ରବଳ ବର୍ଷା ପରେ ହଠାତ୍ ନଦୀଜଳ ସ୍ତର ବଢିଥିଲା ଓ ଗାଁ ଓ ସହରକୁ ପାଣି ମାଡ଼ିଆସିଥିଲା । ବନ୍ୟାପାଣିରେ ସ୍କୁଲ, ଅଙ୍ଗନବାଡ଼ି, କଲେଜ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି