ନିଷ୍ପତ୍ତିର ପୁନର୍ବିଚାର କରନ୍ତୁ ଧନଖଡ: ମହୁଆ

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି ଜଗଦୀପ ଧନଖଡ । ଧନଖଡ ତାଙ୍କ ଇସ୍ତଫା ପଛରେ ତାଙ୍କ ସ୍ୱାସ୍ଥ୍ୟ କାରଣ ଦର୍ଶାଇଛନ୍ତି । ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି । ଧନଖଡଙ୍କ ଇସ୍ତଫା ପରେ, ବିରୋଧୀ ଏବେ ଅନେକ ପ୍ରଶ୍ନ ଉଠାଇଛନ୍ତି। ସେମାନେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ମଧ୍ୟ ଚିନ୍ତା ପ୍ରକାଶ କରିଛନ୍ତି।
ଉପରାଷ୍ଟ୍ରପତି ଜଗଦୀପ ଧନଖଡଙ୍କ ଇସ୍ତଫା ଉପରେ ଝାମୁମୋ ସାଂସଦ ମହୁଆ ମାଜି କହିଛନ୍ତି, “ଏହା ଅତ୍ୟନ୍ତ ଆଶ୍ଚର୍ୟ୍ୟଜନକ ଖବର । ବିଶେଷକରି ବିରୋଧୀ ଦଳଗୁଡ଼ିକ ପାଇଁ, ଆଜି ଗୃହରେ ଆମେ ଭାବି ନଥିଲୁ ଯେ ସେ ଆଜି ହିଁ ଇସ୍ତଫା ଦେବେ। ସେ ଆହୁରି ଅନେକ ଗୁରୁତ୍ୱପୂର୍ଣ୍ଣ କଥା ମଧ୍ୟ କହିଥିଲେ। କିଛି ଲୋକ ଏହାକୁ ହଜମ କରିପାରୁ ନାହାଁନ୍ତି। ଏହା ପଛରେ ଅନ୍ୟ କୌଣସି କାରଣ ଥାଇପାରେ ବୋଲି ଅନୁମାନ କରାଯାଉଛି। ଆମେ ସମସ୍ତେ ଚାହୁଁଛୁ ଯେ ସେ ଏହି ନିଷ୍ପତ୍ତିର ପୁନର୍ବିଚାର କରନ୍ତୁ।”

  • Related Posts

    ୧୦, ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟକୁ ମଞ୍ଜୁରି

    ନୂଆଦିଲ୍ଲୀ: ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି । କେନ୍ଦ୍ର ସରକାର ୧୦ ଓ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ର ଫିଲ୍ଡ ଟ୍ରାଏଲ ବା କ୍ଷେତ୍ରୀୟ ପରୀକ୍ଷଣକୁ ମଞ୍ଜୁରି ପ୍ରଦାନ କରିଛନ୍ତି । ଉଭୟ ବର୍ଗରେ ୧୦୦ କୋଟି ଲେଖାଏଁ ପ୍ଲାଷ୍ଟିକ ନୋଟ…

    Continue reading
    ଜିମ୍ବାୱେରେ  ଡଙ୍ଗା ବୁଡ଼ିଲା; ୧୫  ମୃତ

    ହରାରେ: ଜିମ୍ବାୱେର କରିବା ହ୍ରଦରେ ୯୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ବୁଡ଼ି ଯାଇଚି। ରିପୋର୍ଟ ଅନୁଯାୟୀ ୧୫ ଜଣଙ୍କର ମୃତ୍ୟୁ ଆଶଙ୍କା କରାଯାଉଛି ଏବଂ ୨୦ ରୁ ଅଧିକ ନିଖୋଜ ଅଛନ୍ତି। ପୋଲିସ ଏବଂ ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁସାରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ