ନୂଆଦିଲ୍ଲୀରୁ ଫେରିବାର କିଛି ଘଣ୍ଟା ପରେ ପୁଣି ଦିଲ୍ଲୀ ଗଲେ ବିଜେପି ରାଜ୍ୟ ସଭାପତି

ଭୁବନେଶ୍ବର,07/09: ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଗତକାଲି ନୂଆଦିଲ୍ଲୀରୁ ଫେରିଥିଲେ। ମନମୋହନ କହିଥିଲେ, ଦିଲ୍ଲୀରେ ରାଜ୍ୟ ସଂଗଠନ ବିଷୟରେ ଆଲୋଚନା ହୋଇଛି । ଠିକ୍ ସମୟରେ ରାଜ୍ୟ ଟିମ୍ ଗଠନ କରାଯିବ । ଦିଲ୍ଲୀରେ କେନ୍ଦ୍ରୀୟ ନେତୃତ୍ୱ ଏବଂ ରାଜ୍ୟ ପ୍ରଭାରୀଙ୍କ ସହ ଆଲୋଚନା ହୋଇଛି । ପୁଣି ଥରେ ଦିଲ୍ଲୀ ଯିବି । ରାଜ୍ୟ ବିଜେପି ସଂଗଠନ ଠିକ୍ ଅଛି । କୌଣସି ଗ୍ରହଣ ଲାଗିନି । ଠିକ୍ ସମୟରେ ଟିମ୍ ଗଠନ ହେବ । ରାଜ୍ୟନୀତିରେ କିଛି ଲୁଚାଛପା ନାହିଁ । ମନ୍ତ୍ରିମଣ୍ଡଳ ସଂପ୍ରସାରଣ ସହ ଟିମ୍ ଗଠନ କିଛି ବି ଲୁଚାଛପାରେ ହୁଏ ନାହିଁ । ସବୁ କିଛି ଖୋଲାଖୋଲିରେ ହେବ ।ହେଲେ କିଛି ଘଣ୍ଟା ପରେ ପୁଣି ତାଙ୍କୁ ଡାକରା ଆସିଲା, ଯେଉଁଥିପାଇଁ ସେ ପୁଣି ଥରେ ବିଳମ୍ବିତ ରାତିରେ ଦିଲ୍ଲୀ ଯାଇଛନ୍ତି। ଦିଲ୍ଲୀରେ ଶୀର୍ଷ ନେତୃତ୍ବକୁ ଭେଟି ଆଲୋଚନା କରିବାର ସମ୍ଭାବନା ରହିଛି। ତେବେ ସେ କାହିଁକି ଅଚାନକ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି, ସେନେଇ ଦଳ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇନାହିଁ।

  • Related Posts

    ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼

    ଧର୍ମଶାଳା: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି ଗାଁରେ ଘଟିଛି ଏହି ଘଟଣା। ଏହାର ପ୍ରତିବାଦରେ ଏସ୍‌ପି ଅଫିସ୍ ଆଗରେ ବିଜେଡି କର୍ମୀ ଧାରଣା ଦେଇଛନ୍ତି। ଜିଲ୍ଲାର ପ୍ରମୁଖ ନେତାମାନେ…

    Continue reading
    ‘ବିକଶିତ ଭାରତ’ ନିର୍ମାଣ ପାଇଁ ଭାରତବର୍ଷ ଦୃତ ଗତିରେ ଆଗେଇ ଚାଲିଛି : ଡି.ପୁରନ୍ଦେଶ୍ୱରୀ

    ଭୁବନେଶ୍ୱର: ନାଟକ ବା ପଥପ୍ରାନ୍ତ ନାଟକ ଜରିଆରେ ସରକାରଙ୍କ କଲ୍ୟାଣକାରୀ ଯୋଜନା ଓ ବିକାଶମୁଳକ କାର୍ଯ୍ୟଗୁଡିକୁ ଲୋକଙ୍କ ପାଖରେ ପହଂଚାଇବା ଉଦ୍ଦେଶ୍ୟରେ ‘ନମୋ ସେବା ଗାଥା’ ର ପ୍ରଦର୍ଶନ ଅତ୍ୟନ୍ତ ପ୍ରଶଂସନୀୟ ବୋଲି କହିବା ସହିତ ସେବା ହିଁ ସଂକଳ୍ପ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ