ନୂଆଦିଲ୍ଲୀରେ ଓଡ଼ିଶା ଫୁଡ୍ ପ୍ରୋ-୨୦୨୬ ; ୪୩,୪୩୭ କୋଟିର ନିବେଶ ପ୍ରସ୍ତାବ

ନୂଆଦିଲ୍ଲୀ/ଭୁବନେଶ୍ୱର : ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ହେଉଛି ଆମର କୃଷକଙ୍କ ସମୃଦ୍ଧି, ଗ୍ରାମାଞ୍ଚଳର ରୂପାନ୍ତର ଏବଂ ଓଡ଼ିଶାର ଶିଳ୍ପ ଭବିଷ୍ୟତ ମଧ୍ୟରେ ଏକ ସେତୁ। ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ଭାରତର ପସନ୍ଦଯୋଗ୍ୟ ଲକ୍ଷ୍ୟ ସ୍ଥଳ ହେବାକୁ ଓଡ଼ିଶା ପ୍ରସ୍ତୁତ ରହିଛି। ଏହି ଯାତ୍ରାରେ ସହଭାଗୀ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶିଳ୍ପପତିମାନଙ୍କୁ ଆମନ୍ତ୍ରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନୂଆଦିଲ୍ଲୀରେ ଆୟୋଜିତ କ୍ଷେତ୍ର-କୈନ୍ଦ୍ରିକ ଇନ୍‌ଭେଷ୍ଟମେଣ୍ଟ ରୋଡ୍‌-ଶୋ’ ‘ଓଡ଼ିଶା ଫୁଡ୍ ପ୍ରୋ-୨୦୨୬’ରେ ଓଡ଼ିଶା ପାଇଁ ଏକ ନୂତନ ଅଭିବୃଦ୍ଧି ଏଜେଣ୍ଡା ଉପସ୍ଥାପନ କରିଛନ୍ତି। ଏହି ରୋଡ୍‌-ଶୋ’ରେ ୪୧,୭୪୮ କୋଟି ଟଙ୍କାର ନିବେଶ ପ୍ରସ୍ତାବ ସହ ୨୭ଟି ବୁଝାମଣାପତ୍ର
ସ୍ବାକ୍ଷରିତ ହୋଇଛି। ଏହି ବ୍ୟାପକ ପରିମାଣର ନିବେଶ ପ୍ରସ୍ତାବ ଦ୍ୱାରା ଓଡ଼ିଶାର ଖାଦ୍ୟ ପ୍ରକ୍ରିୟାକରଣ ପରିବ୍ୟବସ୍ଥା (ଇକୋସିଷ୍ଟମ) ପ୍ରତି ଶିଳ୍ପ ଜଗତର ଭରସା ପ୍ରତିଫଳିତ ହୋଇଛି। ଏହା ଦ୍ୱାରା ୩୫,୨୫୨ଟି ନିଯୁକ୍ତି ସୁଯୋଗ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାବ୍ୟତୀତ ଓଡ଼ିଶା ସରକାର ୧,୬୮୯କୋଟି ଟଙ୍କାର ନିବେଶ ପାଇଁ ୧୨ଟି ନିବେଶ ଇଚ୍ଛାପତ୍ର ଗ୍ରହଣ କରିଛନ୍ତି। ଏହାଦ୍ବାରା ୮,୦୬୪ଟି ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ। ପ୍ରଥମ ଦିନରେ ଓଡ଼ିଶା ସରକାର ମୋଟ ୪୩,୪୩୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ ହାସଲ କରିଛନ୍ତି। ଏହାଦ୍ୱାରା ୪୩,୩୧୬ଟି ନିଯୁକ୍ତି ସୁଯୋଗ ସୃଷ୍ଟି ହେବାର ସମ୍ଭାବନା ରହିଥିବା ସୂଚନା ଦିଆଯାଇଛି।

ଶିଳ୍ପପତିଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଥିଲେ, ଓଡ଼ିଶା ବର୍ତ୍ତମାନ ଖାଦ୍ୟ ପ୍ରକ୍ରିୟାକରଣକୁ କେବଳ ଏକ ଶିଳ୍ପ କ୍ଷେତ୍ର ଭାବରେ ଦେଖୁନାହିଁ, ବରଂ ଏହାକୁ ଏକ ଅର୍ଥନୈତିକ ରୂପାନ୍ତର ଭାବରେ ଦେଖୁଛି। ଏହା କୃଷକ, ମତ୍ସ୍ୟଜୀବୀ, ମହିଳା ଉଦ୍ୟୋଗୀ, ସ୍ୱୟଂସହାୟକ ଗୋଷ୍ଠୀ, କୃଷକ ଉତ୍ପାଦକ ସଂଗଠନ ଏବଂ ଗ୍ରାମାଞ୍ଚଳର ଉଦ୍ୟୋଗଗୁଡ଼ିକୁ ସିଧାସଳଖ ଉପକୃତ କରିଥାଏ। ଓଡ଼ିଶାରେ ଉତ୍ପାଦିତ ପ୍ରତ୍ୟେକ ପ୍ରମୁଖ କୃଷି ଏବଂ ସାମୁଦ୍ରିକ ସାମଗ୍ରୀ ରାଜ୍ୟ ଭିତରେ ଅଧିକରୁ ଅଧିକ ପ୍ରକ୍ରିୟାକରଣ ହେବା ଆବଶ୍ୟକ। ଉତ୍ପାଦକଙ୍କ ପାଇଁ ଅଧିକ ଆୟ ସୃଷ୍ଟି କରିବା ସହ ଯୁବବର୍ଗଙ୍କ ପାଇଁ ସ୍ଥାୟୀ ନିଯୁକ୍ତି ସୁନିଶ୍ଚିତ କରିବା ସରକାରଙ୍କ ମୁଖ୍ୟ ଉଦ୍ଦେଶ୍ୟ। ଭାରତର ବିଭିନ୍ନ ରାଜ୍ୟ ମଧ୍ୟରେ ଓଡ଼ିଶାର ନିବେଶ ନୀତି ଶିଳ୍ପ ସ୍ଥାପନ ପାଇଁ ଖୁବ୍ ଅନୁକୂଳ ପରିବେଶ ସୃଷ୍ଟି କରିଛି।
ମୁଖ୍ୟମନ୍ତ୍ରୀ ୫ଟି ଷ୍ଟ୍ରାଟେଜିକ୍ ପିଲାର୍ ସମ୍ପର୍କିତ ଏକ ଦୀର୍ଘମିଆଦୀ ରୋଡ୍‌ମ୍ୟାପ ଉନ୍ମୋଚନ କରିଛନ୍ତି। ଖାଦ୍ୟ ପ୍ରକ୍ରିୟାକରଣ କ୍ଲଷ୍ଟର ସୃଷ୍ଟି, ସମନ୍ୱିତ କୋଲ୍ଡ-ଚେନ୍ ଏବଂ ୱେରହାଉସିଂ ଭିତ୍ତିଭୂମିର ସମ୍ପ୍ରସାରଣ, ଖାଦ୍ୟର ଗୁଣବତ୍ତା ଏବଂ ପ୍ରମାଣପତ୍ର ପ୍ରଣାଳୀକୁ ସୁଦୃଢ଼ କରିବା, ସଂଗଠିତ ଶିଳ୍ପ ସହିତ କୃଷକ ଉତ୍ପାଦକ ସଂଗଠନ, ଏମଏସଏମଇ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକ ସହ ଯୋଡ଼ିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ। ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ କହିଛନ୍ତି, ପ୍ରଗତିଶୀଳ ସଂସ୍କାର, ଦକ୍ଷ ମାନବ ପୁଞ୍ଜି, ବିଶ୍ୱସ୍ତରୀୟ ଭିତ୍ତିଭୂମି ଏବଂ ପ୍ରତିକ୍ରିୟାଶୀଳ ଶାସନ ଦ୍ୱାରା ସମର୍ଥିତ ହୋଇ ଓଡ଼ିଶା ଆଜି ନିବେଶକଙ୍କୁ କେବଳ ସୁଯୋଗ ନୁହେଁ, ବରଂ ଦୀର୍ଘ ସମୟ ପାଇଁ ଆତ୍ମବିଶ୍ୱାସ ପ୍ରଦାନ କରୁଛି। ଏହି ଫୁଡ୍‌-ପ୍ରୋ କାର୍ଯ୍ୟକ୍ରମ ପରେ ମୁଖ୍ୟମନ୍ତ୍ରୀ ଖାଦ୍ୟ ପ୍ରକ୍ରିୟାକରଣ ଏବଂ ଆନୁଷଙ୍ଗିକ କ୍ଷେତ୍ରରେ ଶିଳ୍ପପତିଙ୍କ ସହ ଏକାଧିକ ବୈଠକ କରିଥିଲେ। ମୁଖ୍ୟ ସଚିବ ଅନୁ ଗର୍ଗ, ଶିଳ୍ପ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ହେମନ୍ତ ଶର୍ମା, ଓଡ଼ିଶା ସରକାରଙ୍କ ବରିଷ୍ଠ ଅଧିକାରୀବୃନ୍ଦ, ଆସୋଚାମ୍ ପ୍ରତିନିଧି ଏବଂ ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୩୦୦ରୁ ଅଧିକ ଶିଳ୍ପ ନେତା, ଖାଦ୍ୟ ପ୍ରକ୍ରିୟାକରଣ ସଂଘ, ଉଦ୍ୟୋଗୀ, ନିବେଶକ ଏବଂ ବ୍ୟବସାୟୀ ପ୍ରତିନିଧି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

  • Related Posts

    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading
    ବନ୍ୟା ପୀଡ଼ିତଙ୍କୁ ରିଲିଫ୍ ବାଣ୍ଟିଲେ ପୋଲିସ କମିଶନର

    ଖୋର୍ଦ୍ଧା: ବନ୍ୟା ପ୍ରଭାବିତ ଅଂଚଳରେ ପୋଲିସ କମିଶନରଙ୍କ ରିଲିଫ ବଣ୍ଟନ। ପୋଲିସ କମିସନର ଏସ୍ ଦେବଦତ୍ତ ସିଂ ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ବ୍ଲକ ପମ୍ପାଲୋ ପଞ୍ଚାୟତର ଟିଙ୍କିପଡା ଗାଁରେ ରିଲିଫ ବଣ୍ଟନ କରିଛନ୍ତି। ଏହି ଅବସରରେ ବନ୍ୟା ପ୍ରଭାବିତଙ୍କ ସହ ବିଭିନ୍ନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ